ବାଇକ୍‌ ଡିକି ଭାଙ୍ଗି ଟଙ୍କା ଲୁଟ୍‌, ଅଭିଯୁକ୍ତ ଗିରଫ

ବଡ଼ବିଲ,୨୪ା୭(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ମୁଖ୍ୟରାସ୍ତାରେ ଏକ ବାଇକ୍‌ ଡିକି ଭାଙ୍ଗି ଟଙ୍କା ଲୁଟ୍‌ ଘଟଣାରେ ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ନଗଦ ୨ ହଜାର ଟଙ୍କା ଜବତ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ବଡ଼ବିଲ ନ୍ୟୁ ମାର୍କେଟ ପାତ୍ର ହଟିଂ ଅଞ୍ଚଳର ମିଲୁ ପାତ୍ର। ରବିବାର ଅଭିଯୁକ୍ତଙ୍କୁ ପୋଲିସ କୋର୍ଟ ଚାଲାଣ କରିଛି।

ସୂଚନାନୁଯାୟୀ, ବଡ଼ବିଲ ଆଜାଦ ବସ୍ତି ଅଞ୍ଚଳରେ ରହୁଥିବା ହିମାଂଶୁ ଶେଖର ସିଂହ ନାମକ ଜଣେ ବ୍ୟକ୍ତି ଗତ ଶୁକ୍ରବାର ଷ୍ଟେଟ ବ୍ୟାଙ୍କ୍‌ ଏଟିଏମ୍‌ରୁ ୧୦ ହଜାର ଟଙ୍କା ଉଠାଇ ବାଇକ୍‌ରେ ଟଙ୍କା ରଖିଥିଲେ। ବାଇକ୍‌ଟିକୁ ରାସ୍ତା କଡ଼ରେ ରଖି ପାଉଁରୁଟି ଦୋକାନକୁ ଯାଇଥିଲେ। ଦୋକାନରୁ ଫେରି ବାଇକ୍‌ ଡିକି ଭଙ୍ଗାଯାଇଥିବା ଓ ସେଠାରେ ଥିବା ଟଙ୍କା ଚୋରି ହୋଇଯାଇଥିବା ଦେଖିବାକୁ ପାଇଥିଲେ। ଏ ନେଇ ହିମାଂଶୁ ବଡ଼ବିଲ ଥାନାରେ ଏତଲା ଦେଇଥିବାବେଳେ ପୋଲିସ ବଡ଼ବିଲ ଥାନା ୧୬୨/୨୦୨୨ରେ ଏକ ମାମଲା ରୁଜୁ କରିଥିଲା। ବଜାର ଅଞ୍ଚଳର ବିଭିନ୍ନ ସ୍ଥାନରେ ଲାଗିଥିବା ସିସିଟିଭି ଫୁଟେଜକୁ ତନଖି କରି ପୋଲିସ ତଦନ୍ତ ଆରମ୍ଭ କରିଥିଲା। ଏଥିରୁ ଅଭିଯୁକ୍ତ ବଡ଼ବିଲ ନ୍ୟୁ ମାର୍କେଟ ଅଞ୍ଚଳର ମିଲୁ ବୋଲି ପୋଲିସ ଜାଣିବାକୁ ପାଇଥିଲା। ଚୋରି କରିବା ପରେ ମିଲୁ ଫେରାର ହୋଇଯାଇଥିବାବେଳେ ପୋଲିସ ରବିବାର ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ଲେଡ଼ବନ୍ଧ ବୁଲାଣିରେ କାର-ବାଇକ୍‌ ମୁହାଁମୁହିଁ ଧକ୍କା: ମା’ ଗୁରୁତର, ଶିଶୁ ସହ ଦାଦା… 

ମୋହନା,୨୬।୧୨(ମନ୍ମଥ ମିଶ୍ର): ବୁଲାଣିରେ କାର- ବାଇକ ମୁହାଁ ମୁହିଁ ଧକ୍କା। ଜଣେ ମହିଳା ଗୁରୁତର। ସେ ହେଲେ ପ୍ରଭାବତୀ ମଳିକ(୨୦)। ତାଙ୍କ ଅବସ୍ଥା ଗୁରୁତର ଥିବାରୁ...

ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍‌ ଜରିଆରେ ଜାଣିହେବ ଗତିବିଧି

ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...

କ’ଣ ଭାରତରେ ଲିଭ୍‌ ଇନ୍‌ ରିଲେଶନସିପରେ ରହିବା ଅବୈଧ? ନିୟମ ଜାଣିଲେ ତାଜୁବ ହେବେ

ଭାରତୀୟ ସମାଜରେ ବିବାହକୁ ଏକ ପବିତ୍ର ଓ ଏକ ଜରୁରି ଉତ୍ସବ ଭାବେ ପରିଗଣିତ କରାଯାଇଥାଏ । କାରଣ ବିବାହ ପରେ ହିଁ ପୁରୁଷ ଓ...

ଗୁଲୁଆ-ବର୍ଷାଙ୍କୁ ନେଇ ବିସ୍ଫୋରକ ବୟାନ ଦେଲେ କାଳିଆ ଷଣ୍ଢ: ଦିନକୁ ୧୭ ହଜାରଥର…

ଭୁବନେଶ୍ୱର,୨୬।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri