Posted inଜାତୀୟ

ସ୍ବାଧୀନତା ଦିବସ ପାଳନ ଲାଗି ବହୁସ୍ତରୀୟ ସୁରକ୍ଷା ବ୍ୟବସ୍ଥା,ଲାଲକିଲ୍ଲାରେ ଲାଗିବ ଆଣ୍ଟି ଡ୍ରୋନ୍‌ ସିଷ୍ଟମ…

ନୂଆଦିଲ୍ଲୀ,୨୫।୭ : ଲାଲକିଲ୍ଲାରେ ସ୍ବାଧୀନତା ଦିବସ ପାଳନ ଅବସରରେ ଆତଙ୍କବାଦୀ ସଂଗଠନ ଏକ ବଡ଼ ଘଟଣା ଧରଣର ଆକ୍ରମଣ ଘଟାଇବାକୁ ଷଡ଼ଯନ୍ତ୍ର କରୁଥିବା ଗୁପ୍ତ ସୂଚନା ମିଳିବା ପରେ ସତର୍କତା ଅବଲମ୍ବନ ସହିତ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ବହୁସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ବିଶେଷକରି ଆକାଶ ମାର୍ଗରୁ ବିପଦ ବିଷୟରେ ଗୁପ୍ତ ସୂଚନାରେ ଉଲ୍ଲେଖ କରାଯାଇଛି।

ଏହାକୁ ଦୃଷ୍ଟିରେ ରଖି ସେନା ହେଲିକପ୍ଟରରେ ଅତ୍ୟାଧୁନିକ ଅସ୍ତ୍ରଶସ୍ତ୍ରରେ ସଜ୍ଜିତ ଏକ କମାଣ୍ଡୋ ଦଳ ସୁରକ୍ଷା ଦାୟିତ୍ୱ ଗ୍ରହଣ କରିବେ। ଏଥି ସହିତ ଆକାଶକୁ ସୁରକ୍ଷିତ ରଖିବା ପାଇଁ ଲାଲକିଲ୍ଳାରେ ଆଣ୍ଟି ଡ୍ରୋନ ଚିହ୍ନଟ ସିଷ୍ଟମ ମଧ୍ୟ ନିୟୋଜିତ ହେବ। ଡ୍ରୋନ ଆକ୍ରମଣର ସମ୍ଭାବନାକୁ ଦୃଷ୍ଟିରେ ରଖି ଦିଲ୍ଲୀ ପୋଲିସ ପକ୍ଷରୁ ଆକାଶରେ ଉଡ଼ିବା ଉପରେ ପ୍ରତିବନ୍ଧକ ଲଗାଇଛି ଏବଂ ଧାରା ୧୪୪ ମଧ୍ୟ ଲାଗୁ କରିଛି।

ସନ୍ଦିଗ୍ଧ ବ୍ୟକ୍ତିଙ୍କ ଉପରେ ନଜର ରଖିବା ପାଇଁ ଲାଲକିଲ୍ଲା ଏବଂ ଏହାର ଆଖପାଖ ଅଞ୍ଚଳରେ ଇସ୍ରାଏଲ ସଫ୍ଟୱେର୍‌ ଅଟୋମେଟିକ ଫେସ ରେଗିକେସନ ସିଷ୍ଟମ ସହିତ ଅନେକ ଆଧୁନିକ ଯନ୍ତ୍ରପାତି ମଧ୍ୟ ଲଗାଯାଉଛି। ଏହା ବ୍ୟତୀତ ସମାରୋହ ପାଇଁ ପ୍ରାୟ ୧୦ ହଜାର ସୁରକ୍ଷା କର୍ମୀ ନିୟୋଜିତ ହୋଇଛନ୍ତି। ସୁରକ୍ଷା ପରିସ୍ଥିତି ହେଉଛି ଯେ ସନ୍ଦିଗ୍ଧ ବ୍ୟକ୍ତିଙ୍କ ଉପରେ ନଜର ରଖିବା ପାଇଁ ବହୁ ମହଲା ବିଶିଷ୍ଟ ଅଟ୍ଟାଳିକାରେ  ସ୍ନାଇପର ନିୟୋଜିତ କରାଯାଇଛି। ସୁରକ୍ଷା ବ୍ୟବସ୍ଥାର ଏକ ଅଂଶ ଭାବରେ ଶହ ଶହ ସିସିଟିଭି କ୍ୟାମେରା ମଧ୍ୟ ସ୍ଥାପନ କରାଯାଉଛି। ଚାରି ସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି।

ସମସ୍ତ ଅସୁରକ୍ଷିତ ସ୍ଥାନରେ ପାଟ୍ରୋଲିଂ ବୃଦ୍ଧି କରାଯାଇଛି ଏବଂ ବ୍ୟସ୍ତବହୁଳ ବଜାର, ରେଳ ଷ୍ଟେସନ, ବସ ଷ୍ଟାଣ୍ଡ ଏବଂ ବିମାନବନ୍ଦରରେ ଅତିରିକ୍ତ ସୁରକ୍ଷା କର୍ମୀ ନିୟୋଜିତ ହେଉଛନ୍ତି। ସୁରକ୍ଷା କର୍ମୀମାନେ ଆକାଶରେ ଉଡ଼ୁଥିବା ଜିନିଷ ଉପରେ ତୀକ୍ଷ୍ଣ ନଜର ରଖିଛନ୍ତି। ଉଡ଼ନ୍ତା ବସ୍ତୁ, ପାରା-ଗ୍ଲାଇଡର୍‌, ପାରା-ମୋଟର, ହ୍ୟାଙ୍ଗ ଗ୍ଲାଇଡର୍‌, ୟୁଏଭି, ୟୁଏଏସ୍‌, ମାଇକ୍ରୋଲାଇଟ ବିମାନ, ଦୂରରୁ ପରିଚାଳିତ ବିମାନ, ହଟ ଏୟାର ବେଲୁନ ଉଡ଼ାଣ ଉପରେ ଅଗଷ୍ଟ ୧୫ କଟକଣା ଜାରି କରାଯାଇଛି। ଲାଲକିଲ୍ଲା ଚାରିପାଖରେ ୧୪ କମାଣ୍ଡୋ ଗାଡି ପରାକ୍ରମକୁ ନିୟୋଜିତ କରାଯାଇଛି। ଏହି ଯାନଗୁଡିକ ଭିଆଇପି ରୁଟ ବ୍ୟତୀତ ଲାଲକିଲ୍ଲା ଏବଂ ଏହାର ଆଖପାଖ ଅଞ୍ଚଳରେ ଅତ୍ୟାଧୁନିକ ଅସ୍ତ୍ରଶସ୍ତ୍ର ସହିତ ସଜ୍ଜିତ କମାଣ୍ଡୋ ସ୍କ୍ବାଡ ସହିତ ସୁରକ୍ଷା ବ୍ୟବସ୍ଥାକୁ ମଜବୁତ କରିବା ପାଇଁ ନିୟୋଜିତ କରାଯାଇଛି। ସୁରକ୍ଷା ପ୍ରସ୍ତୁତିକୁ ଦୃଷ୍ଟିରେ ରଖି ଏହାର କିଛି ଅଂଶ ଆଖପାଖ ଅଞ୍ଚଳରେ ପାଟ୍ରୋଲିଂ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ଫର୍ମକୁ ନେଇ ଏମିତି କହିଦେଲେ ସୂର୍ଯ୍ୟକୁମାର: ରନ୍‌ କରିପାରୁନାହିଁ କିନ୍ତୁ…

ନୂଆଦିଲ୍ଲୀ,୧୫।୧୨: ବହୁତ ଦିନ ଧରି ବଡ଼ ସ୍କୋର କରିବାକୁ ସଂଘର୍ଷ କରୁଥିବା ଭାରତୀୟ ଟି-୨୦ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଦକ୍ଷିଣ ଆଫ୍ରିକା ବିପକ୍ଷରେ ତୃତୀୟ ଟି-୨୦...

ବଂଶଗତ ରୋଗ ଥାଲାସିମିଆ

ଥାଲାସିମିଆ ଏକ ବଂଶଗତ ରକ୍ତ ରୋଗ। ଏହି ରୋଗରେ ଶରୀରରେ ଅକ୍ସିଜେନ୍‌ ପରିବହନକାରୀ ହେମୋଗ୍ଲୋବିନ୍‌ର ଗଠନ ତ୍ରୁଟିପୂର୍ଣ୍ଣ ହୋଇଯାଇଥାଏ। ଏହାଫଳରେ ଦେଖାଦିଏ ‘ଆନିମିଆ’ ବା ରକ୍ତାଳ୍ପତା।...

ମୋକିମଙ୍କ ବିଦା ପରେ ମୁହଁ ଖୋଲିଲେ ନରସିଂହ ମିଶ୍ର, କହିଲେ ନିଷ୍ପତ୍ତି ଉପରେ…

ଭୁବନେଶ୍ୱର,୧୫ା୧୨:  ବାରବାଟୀ କଟକର ପୂର୍ବତନ ବିଧାୟକ ମହମ୍ମଦ ମୋକିମଙ୍କୁ ଆଜି ଦଳରୁ ବିଦା କରିଛି କଂଗ୍ରେସ । ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କୁ ବହିଷ୍କୃତ...

୫୧ ବର୍ଷ ପରେ କ୍ରିକେଟ୍‌ରେ ଘଟିଲା…ଗୋଟିଏ ଦଳରେ ୩ ଭାଇ

ନୂଆଦିଲ୍ଲୀ,୧୫।୧୨: ICC ପୁରୁଷ ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ ନାମ୍ବିଆ ଏବଂ ଜିମ୍ବାୱେରେ ଅନୁଷ୍ଠିତ ହେବ। ଏଥିପାଇଁ ସମସ୍ତ ଦେଶ ଗୋଟିଏ ପରେ ଗୋଟିଏ...

ଆଳାପ ପଠନାଭ୍ୟାସକୁ ପୁନର୍ଜୀବିତ କରିପାରେ: ତଥାଗତ

ଭୁବନେଶ୍ୱର,୧୫ା୧୨(ଜିତେନ୍ଦ୍ର କୁମାର ନାୟକ): ଆଳାପ ପଠନାଭ୍ୟାସକୁ ପୁନର୍ଜୀବିତ କରିପାରେ ବୋଲି ଧରିତ୍ରୀ ଏବଂ ଓଡ଼ିଶା ପୋଷ୍ଟ ସମ୍ପାଦକ ତଥାଗତ ସତପଥୀ କହିଛନ୍ତି। ରବିବାର ଦିବସବ୍ୟାପୀ ଅନୁଷ୍ଠିତ...

ମେସିଙ୍କୁ ସ୍ବାଗତ ପାଇଁ ଦିଲ୍ଲୀରେ ହାଇ ଆଲର୍ଟ! ହ୍ୟାଣ୍ଡସେକ୍‌ କରିବାକୁ ଚାହୁଁଥିଲେ ଦେବାକୁ ପଡ଼ିବ ଏତିକି କୋଟି

ନୂଆଦିଲ୍ଲୀ,୧୫।୧୨: ଫୁଟବଲ ଜଗତର ସବୁଠାରୁ ବଡ ତାରକା ଏବଂ ଆର୍ଜେଣ୍ଟିନାକୁ ବିଶ୍ୱକପ ଗୌରବ ପ୍ରଦାନ କରିଥିବା ଅଧିନାୟକ ଲିଓନେଲ ମେସି ସୋମବାର ଦିଲ୍ଲୀରେ ପହଞ୍ଚିଛନ୍ତି। ତାଙ୍କ...

IND v SA, 3rd T20I: ଦକ୍ଷିଣ ଆଫ୍ରିକାକୁ ମହଙ୍ଗା ପଡିଲାକି ଗମ୍ଭୀରଙ୍କ ଚତୁର ରଣନୀତି, ହଠାତ୍…

ନୂଆଦିଲ୍ଲୀ,୧୫।୧୨: ତୃତୀୟ ଟି-୨୦ ମ୍ୟାଚରେ ଭାରତ ୭ ୱିକେଟରେ ବିଜୟୀ ହୋଇଛି । ଅର୍ଶଦୀପ ସିଂହଙ୍କ ବୋଲିଂ ଭାରତର ବିଜୟରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲା...

ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଖୋଜରେ ଚମକିଲେ ରାକେଶ

ରାଇକିଆ,୧୫।୧୨,(ପ୍ରଦୀପ ବେହେରା): ଭୁବନେଶର ପଠାଣୀ ସାମନ୍ତ ପ୍ଲାନେଟାରିୟମରେ ଆୟୋଜିତ ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଖୋଜ କାର୍ଯ୍ୟକ୍ରମରେ ନିଜର ପ୍ରତିଭା ଦେଖାଇଛନ୍ତି କନ୍ଧମାଳ ଜିଲା ରାଇକିଆ ବିଜୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri