ସରକାରଙ୍କୁ କଡ଼ା ସମାଲୋଚନା କଲା ଭାଜପା, କାଶୀପୁର ଘଟଣା ମନୁଷ୍ୟକୃତ

ଭୁବନେଶ୍ୱର,୨୬।୭(ବ୍ୟୁରୋ): ରାୟଗଡ଼ା ଜିଲା କାଶୀପୁରରେ ଝାଡ଼ାବାନ୍ତି ପ୍ରସଙ୍ଗକୁ ନେଇ ମଙ୍ଗଳବାର ବିଧାନସଭାରେ ହଟ୍ଟଗୋଳ ହୋଇଛି। ଏ ନେଇ ବିରୋଧୀ ଭାଜପା ଓ କଂଗ୍ରେସ ସରକାରଙ୍କୁ ଘେରିଛନ୍ତି। ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝି ଶୂନ୍ୟକାଳରେ ଏହି ପ୍ରସଙ୍ଗ ଉଠାଇ ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି ।

ସେ ସରକାରଙ୍କୁ ଟାର୍ଗେଟ କରି କହିଛନ୍ତି, କାଶୀପୁରରେ ଝାଡ଼ାବାନ୍ତିରେ ମୋଟ ୧୪ ଜଣଙ୍କର ମୃତ୍ୟୁ ହୋଇଥିବା କୁହାଯାଉଥିବା ବେଳେ ସରକାର ୯ ଜଣଙ୍କର ମୃତ୍ୟୁ ଘଟିଥିବା କହୁଛନ୍ତି। ଅନ୍ୟ ୫ ଜଣଙ୍କର ସ୍ବାଭାବିକ ମୃତ୍ୟୁ ହୋଇଥିବା ସରକାର କହୁଛନ୍ତି । ଯଦି ସେମାନଙ୍କର ସ୍ବାଭାବିକ ମୃତ୍ୟୁ ହୋଇଛି, ତେବେ ସେମାନଙ୍କ ପୋଷ୍ଟମର୍ଟମ ରିପୋର୍ଟ ବିଧାନସଭାରେ ରଖିବା ପାଇଁ ମାଝି ଦାବି କରିଛନ୍ତି । ସରକାରଙ୍କ ଖାମଖିଆଲ ମନୋଭାବ ଯୋଗୁ କେବଳ କାଶୀପୁର ନୁହେଁ ଅନ୍ୟ ସ୍ଥାନକୁ ମଧ୍ୟ ଝାଡ଼ାବାନ୍ତି ବ୍ୟାପିବା ଆରମ୍ଭ କଲାଣି । ଉତ୍କଳ ଆଲୁମିନା ୱାଟର ଟ୍ରିଟ୍‌ମେଣ୍ଟ ନ କରି ଦୂଷିତ ପାଣି ଛାଡୁ ଥିବାରୁ ଏପରି ଅବସ୍ଥା ଉପୁଜୁଥିବା ମାଝି କହିଛନ୍ତି। ଏ ନେଇ ବିଧାନସଭା ପକ୍ଷରୁ ଏକ ସର୍ବଦଳୀୟ ଟିମ୍‌ ଗଠନ କରାଯାଇ ଅନୁଧ୍ୟାନ କରାଯାଉ ବୋଲି ସେ ଦାବି କରିଛନ୍ତି ।
ଏଥିସହ ସେ କହିଛନ୍ତି, କାଶୀପୁରରେ ଡ୍ରେନେଜ ବ୍ୟବସ୍ଥା ନାହିଁ। ପିଇବା ପାଣି ବ୍ୟବସ୍ଥା ନ ଥିବାରୁ ଲୋକେ ଦୂଷିତ ପାଣି ପିଉଛନ୍ତି। ସୁଷମ ଖାଦ୍ୟ ଖାଇବାକୁ ପାଉ ନାହାନ୍ତି। କାଶୀପୁରରେ ଲୋକଙ୍କ ଘର ସାମନାରେ ଷ୍ଟାଣ୍ଡ ପୋଷ୍ଟ ଲାଗିଛି। ତଳେ ପାଇପ କନେକ୍‌ସନ ବ୍ୟବସ୍ଥା କରାଯାଇଛି। ପାଇପ ଅଛି, ଷ୍ଟାଣ୍ଡପୋଷ୍ଟ ଅଛି, କିନ୍ତୁ ତାହାକୁ ସଂଯୋଗ କରାଯାଇ ନାହିଁ। ହଇଜା ଏଠାରେ ଆପେ ଆପେ ହୋଇନାହିଁି । ଏହା ମନୁଷ୍ୟକୃତ । ଏହା ସରକାରଙ୍କ ଅବହେଳାରୁ ହୋଇଛି ବୋଲି ମାଝି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri