ଫସଲ ବୀମା ସହାୟତା ଦାବିରେ ଚାଷୀଙ୍କ ରାଜପଥ ଅବରୋଧ

ଲୋଇସିଂହା,୨୬।୫(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ଅଧୀନ ଝରଣୀପାଲି, ବଡ଼ଟିକା, ନଅଗାଁ(ଖ), ବେନ୍ଦ୍ରା, ପଟୁଆପାଲି, ସାଲେଭଟା, ନୁନିଆପାଲି ଆଦି ପଞ୍ଚାୟତର ଚାଷୀ ୨୦୨୧-୨୨ ଖରିଫ ଫସଲ ବୀମା ସହାୟତାରୁ ବଞ୍ଚିତ ହୋଇଛନ୍ତି। ଏନେଇ ଚାଷୀ ସ୍ଥାନୀୟ ଜିଲା ପ୍ରଶାସନ, ବିଧାୟକ ଏବଂ ରାଜ୍ୟ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ମଧ୍ୟ ନିରାଶ ହେବାକୁ ପଡିଛି। ଏହାର ପ୍ରତିବାଦରେ ଚାଷୀନେତା ରତ୍ନାକର ମିଶ୍ରଙ୍କ ନେତୃତ୍ୱରେ ଶତାଧିକ ଚାଷୀ ଲୋଇସିଂହା ଥାନା ଅଧୀନ ବଲାଙ୍ଗୀର-ବରଗଡ଼ ୨୬ ନମ୍ବର ଜାତୀୟ ରାଜପଥରେ ଧାରଣା ଦେଇ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଏପରିକି ଚାଷୀନେତାମାନେ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କୁ କଡା ସମାଲୋଚନା କରିଥିଲେ। ଖବର ପାଇ ଆଗଲପୁର ତହସିଲଦାର ସୂଚିତା ପୁଷ୍ପା ଓ ଆଇଆଇସି ସଂଗ୍ରାମ ପଟ୍ଟନାୟକ ପହଞ୍ଚି ଚାଷୀଙ୍କ ସହ ଆଲୋଚନା କରିଥିଲେ l ହେଲେ ଜିଲାସ୍ତରୀୟ ଅଧିକାରୀ ଆସି କେବେ ସୁଦ୍ଧା ବୀମା ଟଙ୍କା ମିଳିବ ସେନେଇ ପ୍ରତିଶ୍ରୁତି ଦେବା ପରେ ଆନ୍ଦୋଳନରୁ ଓହରିବେ ବୋଲି ଚାଷୀ ରୋକ୍‌ଠୋକ୍‌ ଶୁଣାଇ ଦେଇଥିଲେ। ଫଳରେ ସକାଳ ୯ ଟାରୁ ଆନ୍ଦୋଳନ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ପ୍ରତିଷ୍ଠା ଦିବସ ପୂର୍ବରୁ ଭୂପିନ୍ଦରଙ୍କ ବଡ଼ ବୟାନ, କିଛି ନୂଆ ଲୋକଙ୍କୁ ଅଣାଗଲେ ବିଜେଡ଼ି…

ଭୁବନେଶ୍ବର,୨୫।୧୨: ବିଭିନ୍ନ ସ୍ଥାନରେ ମେଳି କରି ଲୋକଙ୍କୁ ଏକଜୁଟ କରିଆସୁଛି ବିଜୁ ଜନତା ଦଳ । ଆସନ୍ତା ୨୬ରେ ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନବକଳେବର...

ମାଙ୍କଡ଼କୁ ଝାମ୍ପିନେଲା କୁମ୍ଭୀର, ପଛେ ପଛେ ନଦୀରେ ପହଁରି ପହଁରି ଗଲେ ମାଙ୍କଡ଼ ପଲ, ଆଉ ତା’ ପରେ…

ମହାକାଳପଡ଼ା,୨୫ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ ମହାନଦୀ ଶାଖା ଖରିନାସୀ ନାଳରେ କୁମ୍ଭୀର ଏକ ମାଙ୍କଡ଼କୁ ଝାମ୍ପି ନଦୀ ଆରପାରିକୁ ନେଉଥିବା ବେଳେ ସାଥୀ ମାଙ୍କଡ଼...

ସାରା ବିଶ୍ୱକୁ ମଦ ପରସିବ ପାକିସ୍ତାନ! ମୁନିରଙ୍କ ଘର ନିକଟରେ ଫ୍ୟାକ୍ଟ୍ରି, ୫୦ ବର୍ଷ ପରେ ଉଠିଲା ବ୍ୟାନ

ଇସଲାମାବାଦ,୨୫।୧୨: ଇସଲାମିକ ଦେଶ ପାକିସ୍ତାନ ଅନେକ ଦଶନ୍ଧି ପରେ ପୁଣି ଥରେ ବିଶ୍ୱକୁ ମଦ ବିକ୍ରି କରିବାକୁ ଯାଉଛି। ୫୦ ବର୍ଷରୁ ଅଧିକ ସମୟର ନିଷେଧ...

ଜନ୍ମଦିନ ପାର୍ଟି ପରେ ଛାତିଥରା ଘଟଣା, ଚଳନ୍ତା କାରରେ କମ୍ପାନୀ ମ୍ୟାନେଜରଙ୍କୁ ଗଣଦୁଷ୍କର୍ମ ପରେ….

ଉଦୟପୁର,୨୫।୧୨: ରାଜସ୍ଥାନର ଉଦୟପୁରରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଜନ୍ମଦିନ ପାର୍ଟି ପରେ ଚଳନ୍ତା କାରରେ ଜଣେ ଆଇଟି ଫାର୍ମ ମ୍ୟାନେଜରଙ୍କୁ ଗଣବଳାତ୍କାର...

୧୭ ବର୍ଷ ପରେ ଫେରିଲେ ‘ଡାର୍କ ପ୍ରିନ୍ସ’, ଢାକା ରାଜନୀତିରେ ଭୂକମ୍ପ, ଭାରତ ପାଇଁ ଆଶା ନା ସତର୍କ ଘଣ୍ଟି? ଜାଣନ୍ତୁ…

ଢାକା,୨୫।୧୨: ବାଂଲାଦେଶ ରାଜନୀତିରେ ଏକ ବଡ଼ ଘଟଣାକ୍ରମରେ, ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ମୁଖ୍ୟ ବେଗମ ଖାଲେଦା ଜିଆଙ୍କ ପୁଅ ତାରିକ ରହମାନ ପ୍ରାୟ ୧୭...

Christmas: ଖ୍ରୀଷ୍ଟମାସ ଅବସରରେ ଚର୍ଚ୍ଚ ଗଲେ ମୋଦି, ପ୍ରାର୍ଥନା ସଭାରେ ଯୋଗଦେଇ….

ନୂଆଦିଲ୍ଲୀ,୨୫।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଖ୍ରୀଷ୍ଟମାସ ଅବସରରେ ଦିଲ୍ଲୀର କ୍ୟାଥେଡ୍ରାଲ୍ ଚର୍ଚ୍ଚ ପରିଦର୍ଶନ କରିଥିଲେ। ସେ ସେଠାରେ ପ୍ରାର୍ଥନା ସେବାରେ ମଧ୍ୟ ଅଂଶଗ୍ରହଣ କରିଥିଲେ।...

ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ, ୨୦୨୬ରେ ମାଲାମାଲ୍‌ ହେବେ ଏହି ୫ ରାଶି

ବାବା ଭେଙ୍ଗା ଅନେକ ଭବିଷ୍ୟବାଣୀ କରିଛନ୍ତି। ନୂଆ ବର୍ଷ ଆରମ୍ଭ ହେବା ପୂର୍ୱରୁ, ଆଗାମୀ ବର୍ଷ ବିଷୟରେ ଅନେକ ଭବିଷ୍ୟବାଣୀ ଭାଇରାଲ ହେଉଛି। ବାବା ଭାଙ୍ଗା...

କେମିତି ପାଇବେ ପ୍ରଦୂଷଣ ସାର୍ଟିଫିକେଟ? ଜାଣନ୍ତୁ ଷ୍ଟେପ ବାଏ ଷ୍ଟେପ…

ଜୋରଦାର ହେବ ଟ୍ରାଫିକ ଧରପଗଡ଼ । ଗାଡ଼ିରେ ଯଦି ଆପଣ ସବୁଜ ଷ୍ଟିକର ଲଗାଇ ନ ଥିବେ, ତେବେ ମୋଟା ଅଙ୍କର ଫାଇନ ଦେବାକୁ ପଡ଼ିବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri