କାଶୀପୁର ଝାଡ଼ାବାନ୍ତିରେ ୧୪ଜଣଙ୍କ ମୃତ୍ୟୁ ହେଲାଣି, ଗୃହ କମିଟି ଗଠନ କରି ଅନୁଧ୍ୟାନ କରାଯାଉ: ବିରୋଧୀ

ଭୁବନେଶ୍ୱର,୨୬।୭(ବ୍ୟୁରୋ): ରାୟଗଡ଼ା ଜିଲା କାଶୀପୁରରେ ଦେଖାଯାଇଥିବା ଝାଡ଼ାବାନ୍ତିରେ ୯ଜଣ ନୁହେଁ ବରଂ ୧୪ଜଣଙ୍କ ମୃତ୍ୟୁ ଘଟିଛି। ଉତ୍କଳ ଆଲୁମିନା କମ୍ପାନୀର ଦୂଷିତ ଜଳ ମିଶା ପାନୀୟ ଜଳ ପିଇ ଲୋକମାନେ ଝାଡ଼ାବାନ୍ତିରେ ଆକ୍ରାନ୍ତ ହେଉଛନ୍ତି। ୨ ଘଣ୍ଟା ମଧ୍ୟରେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟୁଛି। ଏହି ଘଟଣାର ପ୍ରତ୍ୟେକ୍ଷ ଅନୁଧ୍ୟାନ କରିବା ଲାଗି ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଏକ ଗୃହ କମିଟି କାଶୀପୁରକୁ ପଠାଯାଉ ବୋଲି ବିରୋଧୀ ବିଧାନସଭାରେ ଦାବି କରିଛନ୍ତି।

ଉଭୟ ଭାଜପା ଏବଂ କଂଗ୍ରେସ ଝାଡ଼ାବାନ୍ତି ମୃତ୍ୟୁକୁ ନେଇ ଉଦ୍‌ବେଗ ପ୍ରକାଶ କରିଥିଲେ। ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଏକ ସର୍ବଦଳୀୟ ଟିମ୍‌ ପରିସ୍ଥିତିର ଅନୁଧ୍ୟାନ ପାଇଁ ପଠାଯାଉ ବୋଲି କହିଥିଲେ। ଗୃହର ଉଦ୍‌ବେଗକୁ ଦେଖି ବାଚସ୍ପତି କହିଥିଲେ ଯେ ବିଭିନ୍ନ ଅଞ୍ଚଳର ପରିବେଶ ସମ୍ପର୍କିତ ସମସ୍ୟା ଦେଖିବା ଲାଗି ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଏକ ଗୃହ କମିଟି ରହିଛି। ଏହା କହିବା ବେଳେ ବିରୋଧୀ କଂଗ୍ରେସ ଓ ଭାଜପାର ସଦସ୍ୟମାନେ କହିଥିଲେ ଯେ, ସେହି ଗୃହ କମିଟି କିଛି ଅନୁଧ୍ୟାନ କରୁନାହିଁ। ଆଉ ଗୋଟିଏ କମିଟି ଗଠନ କରାଯାଉ। ବାଚସ୍ପତି ଏନେଇ ରୁଲିଂ ଦିଅନ୍ତୁ। ବାଚସ୍ପତି କହିଲେ,ମୋ ରୁଲିଂକୁ ମୁଁ ରିଜର୍ଭ(ସଂରକ୍ଷିତ) ରଖୁଛି। ଠିକ୍‌ ସମୟରେ ପଦକ୍ଷେପ ନେବି। ବିରୋଧୀ ସଦସ୍ୟମାନେ ହଟ୍ଟଗୋଳ ନ କରି ଗୃହକାର୍ଯ୍ୟରେ ଯୋଗଦାନ କରନ୍ତୁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆହୁରି ୩ ଦିନ ଶୀତରେ ଥରିବେ ରାଜ୍ୟବାସୀ, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୨୯ା୧୨: ରାଜ୍ୟରେ ଶୀତ ଲହରି ଜାରି ରହିଥିବାବେଳେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ପରବର୍ତ୍ତୀ ସମୟରେ ତାପମାତ୍ରା ୨ରୁ...

ମା’ ସୁରେଶ୍ଵରୀଙ୍କ ଐତିହାସିକ ଘାଟ ଯାତ୍ରାରେ ଜନସମାଗମ, ବଳି ଦେଲେ ମାନସିକ ପୂରଣ ହୋଇଥିବା ବ୍ୟକ୍ତି

ରିଷିଡା ୨୯/୧୨(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ତେରେସିଂହା କେଉଁଟ କୈବର୍ତ୍ତ ଆଞ୍ଚଳିକ ସମାଜ ତରଫରୁ ତେରେସିଂହା ଆମପାଲି ନଦୀ ଘାଟ ଠାରେ ଐତିହାସିକ...

ମୋଦିଙ୍କୁ ପ୍ରଶଂସା କରି ଫସିଲେ ଦିଗବିଜୟ: କଂଗ୍ରେସରେ ହଲଚଲ

ନୂଆଦିଲ୍ଲୀ,୨୯।୧୨: କଂଗ୍ରେସ କାର୍ଯ୍ୟକାରିଣୀ ବୈଠକ ପୂର୍ବରୁ ବରିଷ୍ଠ କଂଗ୍ରେସ ନେତା ଦିଗବିଜୟ ସିଂହ ଭାଜପା ଏବଂ ଆରଏସଏସର ସାଂଗଠନିକ ଶକ୍ତିକୁ ପ୍ରଶଂସା କରି ଦଳ ପାଇଁ...

ଅତୀତର ସ୍ମୃତିକୁ ମନେ ପକାଇଲେ ପୁରାତନ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ରାଧାଶ୍ୟାମ ଉଚ୍ଚ ବିଦ୍ୟାଳୟ ଏବଂ ରାଧାଦାମୋଦର ବାଳିକା ଉଚ୍ଚ ବିଦ୍ୟାଳୟ ୧୯୯୧ ମାଟ୍ରିକ...

ଆରାବଳି ମାମଲା: ରାୟ ଉପରେ ସୁପ୍ରିମକୋର୍ଟଙ୍କ ରହିତାଦେଶ

ନୂଆଦିଲ୍ଲୀ,୨୯ା୧୨: ଆରାବଳି ମାମଲା ରାୟ ଉପରେ ସୁପ୍ରିମକୋର୍ଟ ରହିତାଦେଶ ଜାରି କରିଛନ୍ତି। ନଭେମ୍ବର ୨୦ ରାୟ ଉପରେ ଏହି ରହିତାଦେଶ ଦେଇଛନ୍ତି ମାନ୍ୟବର କୋର୍ଟ। ପରିବେଶବିତ୍‌ଙ୍କୁ...

ନର୍ସିଂ ହୋମରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ୧୬ ଜଣ ବୃଦ୍ଧାବୃଦ୍ଧ

ନୂଆଦିଲ୍ଲୀ,୨୯।୧୨: ଇଣ୍ଡୋନେସିଆର ଏକ ନର୍ସିଂ ହୋମରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି, ଯେଉଁଥିରେ ୧୬ ଜଣଙ୍କର ମୃତ୍ୟୁ ହୋଇଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି ।...

ବିମାନବନ୍ଦରରେ ୨ଯୁବକଙ୍କୁ ବାଂଲାଦେଶୀ କହି ମାଡ଼ିବସିଲେ, ପରେ…

ଭୁବନେଶ୍ୱର,୨୯।୧୨: ବାଂଲାଦେଶୀ ଭାଭିଲେ ଆଉ ମାଡ଼ିବସିଲେ। ଆମ ହିନ୍ଦୁ ମାନଙ୍କୁ ବାଂଲାଦେଶରେ ଅମାନୁଷିକ ଭାବେ ହତ୍ୟା କରୁଛ କହି ଦୁଇ ଯୁବକଙ୍କୁ ବାଂଲାଦେଶୀ ସନ୍ଦେହରେ ଭୁବନେଶ୍ୱର...

ଆକ୍ସନ ମୋଡରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ, ବାଲି ବୋଝେଇ ଟ୍ରାକ୍ଟର ଧରି ପୋଲିସକୁ ଜିମା ଦେଲେ

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ରାଜ୍ୟ ଖଣି, ଇସ୍ପାତ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ଗ୍ରାମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri