ଆଜି ଓଜେଇଇ ରେଜଲ୍ଟ

ଭୁବନେଶ୍ୱର, ୨୭ା୭(ବ୍ୟୁରୋ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)-୨୦୨୨ ରେଜଲ୍ଟ ବୁଧବାର ପ୍ରକାଶ ପାଇବ। ଷ୍ଟେଟ୍‌ କାଉନ୍‌ସିଲ୍‌ ଫର୍‌ ଟେକ୍ନିକାଲ ଏଜୁକେଶନ ଆଣ୍ଡ୍‌ ଭୋକେଶନାଲ ଟ୍ରେନିଂ କନ୍‌ଫରେନ୍ସ ହଲ୍‌ରେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼ାଇ ଏହି ପରୀକ୍ଷାଫଳ ଘୋଷଣା କରିବେ। ଏ ନେଇ ମଙ୍ଗଳବାର ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଛାତ୍ରୀଛାତ୍ରମାନେ ojee.nic.in ଓ୍ବେବସାଇଟ୍‌ରେ ସେମାନଙ୍କ ପରୀକ୍ଷାଫଳ ଦେଖିପାରିବେ। ସୂଚନାଯୋଗ୍ୟ, ଓଜେଇଇ-୨୦୨୨ ଗତ ୪ ତାରିଖରୁ ଆରମ୍ଭ ହୋଇ
୮ ତାରିଖ ପର୍ଯ୍ୟନ୍ତ ଚାଲିଥିଲା। ଦିନକୁ ୩ଟି ସିିଟିଂରେ ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ଲାଟେରାଲ ଏଣ୍ଟ୍ରି (ଡିପ୍ଲୋମା), ଏମ୍‌ସିଏ/ଏମ୍‌ଏସ୍‌ସି, ଏମ୍‌ଟେକ୍‌ (୧୧ ବିଷୟ), ଏମ୍‌ଆର୍କିଟେକ୍ଟ, ଏମ୍‌ପ୍ଲାନ, ଏମ୍‌ଫାର୍ମା, ବି.କ୍ୟାଟ୍‌, ଏମ୍‌ବିଏ, ଲାଟେରାଲ ଏଣ୍ଟ୍ରି ଫାର୍ମା, ଲାଟେରାଲ ଏଣ୍ଟ୍ରି (ବିଏସ୍‌ସି), ବି.କ୍ୟାଟ୍‌ (ଫିଲ୍ମ ଏଡିଟିଂ), ଇଣ୍ଟିଗ୍ରେଟେଡ ଏମ୍‌ବିଏ, ଡିପ୍ଲୋମା ଲାଟେରାଲ ଏଣ୍ଟ୍ରି ପରୀକ୍ଷା, ବି.ଫାର୍ମାରେ ନାମ ଲେଖାଇବା ପାଇଁ ଓଜେଇଇ ଅନୁଷ୍ଠିତ ହୋଇଥିଲା। ଏଥର ପ୍ରାୟ ୫୦ହଜାରରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ। ଚଳିତ ବର୍ଷ ୬୧ଟି ପରୀକ୍ଷାକେନ୍ଦ୍ର କରାଯାଇଥିଲା। ୩୦ଟି ଜିଲାରେ ପରୀକ୍ଷା କେନ୍ଦ୍ର ସମେତ ରାଜ୍ୟ ବାହାରେ ପଶ୍ଚିମବଙ୍ଗ, ବିହାର ଓ ଝାଡ଼ଖଣ୍ଡରେ ୩ଟି ପରୀକ୍ଷା କେନ୍ଦ୍ର କରାଯାଇଥିଲା। ପ୍ରତିବର୍ଷ ଭଳି ଏଥର ମଧ୍ୟ କମ୍ପ୍ୟୁଟର ବେସ୍‌ଡ ପରୀକ୍ଷା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିକୁ ନେଇ ଏମିତି କହିଲେ ଅଶୋକ ପଣ୍ଡା, ଭାଜପା କଂଗ୍ରେସରେ ଯେଭଳି…

ଭୁବନେଶ୍ୱର,୨୧ା୧୨: ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ...

ସାଜସଜ୍ଜା ଅନନ୍ୟ, ଅପେକ୍ଷାରେ ଅଭିନୟ

ବରଗଡ଼,୨୧।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା। ଆସନ୍ତା ୨୪ରୁ ଏହି ମହୋତ୍ସବ ଆରମ୍ଭ ହେବ। ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଏହା ଚାଲିବ।...

ସରକାରୀ ଜମିରୁ ଧାନକଟାକୁ ନେଇ ଦୁଇ ଗୋଷ୍ଠୀ ବିବାଦ: ଲାଗୁ ହେଲା ୧୬୩ ଧାରା

ମହାକାଳପଡ଼ା,୨୧ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ପେଟଛେଲା ଗ୍ରାମ ଜଙ୍ଗଲ ଜମି ଧାନ କାଟିବା ନେଇ ଦୁଇ ଗୋଷ୍ଠୀ...

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋରଦାର ପ୍ରସ୍ତୁତି: ଅଣ୍ଟା ଭିଡିଲେଣି ବିଡିଓ, କହିଲେ ଏଥର ମଞ୍ଚ ଦୁଲୁକିବ…

ଦାରିଙ୍ଗବାଡି, ୨୧।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ଶୀତ ମହୋତ୍ସବକୁ ନେଇ ଜିଲା ତଥା ଜଲା ବାହାରେ ଉତ୍କଣ୍ଠା ବଢିଛି। ଶୀତ ମହୋତ୍ସବ ଦାରିଙ୍ଗବାଡି...

ଆଖିବୁଜା ଗୁଳିମାଡ଼ କଲେ ଦୁର୍ବୃତ୍ତ, ଚାଲିଗଲା ୧୦ ଜଣଙ୍କ ଜୀବନ

କେପଟାଉନ୍‌,୨୧ା୧୨: ଦକ୍ଷିଣ ଆଫ୍ରିକା ଜୋହାନ୍ସବର୍ଗରେ ଆଖିବୁଜା ଗୁଳିମାଡ଼ ହୋଇଛି। ଫଳରେ ୧୦ ଜଣଙ୍କ ଜୀବନ ଚାଲିଯାଇଛି। ଦୁର୍ବୃତ୍ତମାନେ ଗୁଳିମାଡ଼ କରି ଫେରାର ହୋଇଯାଇଥିବାବେଳେ ପୋଲିସ ଛାନ୍‌ଭିନ୍‌...

ବିଜେଡିରେ ବଡ଼ ହଲଚଲ: ୪୦ ପରେ ୩ ନେତାଙ୍କୁ ନେଇ ଚର୍ଚ୍ଚା

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ବିଜେଡିର ପ୍ରାୟ ୪୦ ଜଣ ପୂର୍ୱତନ ବିଧାୟକ ଏବଂ ୨୦୨୪ରେ ବିଧାୟକ ପ୍ରାର୍ଥୀ ହୋଇଥିବା ନେତା ଭୁବନେଶ୍ୱର ଉପକଣ୍ଠରେ ଶୁକ୍ରବାର ଏକ ଭୋଜି...

ପିୟୁସିସି ନ ଥିଲେ ପେଟ୍ରୋଲ ପମ୍ପରେ ତେଲ ମିଳିବନି

ଭୁବନେଶ୍ୱର/କଟକ,୨୧ା୧୨ (ତ୍ରିନାଥ ମହାନ୍ତି/କାର୍ତ୍ତିକ ସାହୁ): ଦିଲ୍ଲୀ ଭଳି ଭୁବନେଶ୍ୱର ଏବଂ ରାଜ୍ୟର ବିଭିନ୍ନ ସହରରେ ବାୟୁ ପ୍ରଦୂଷଣ ମାତ୍ର ଦିନକୁ ଦିନ ବଢ଼ିବାରେ ଲାଗିଛି। ପ୍ରତିଦିନ...

୧୮ ମାଓବାଦୀଙ୍କ ନଁାରେ ୮.୪ କୋଟି ପୁରସ୍କାର

ବୌଦ୍ଧ,୨୧ା୧୨(ଅଜିତ କୁମାର ବାରିକ): ୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଦେଶରୁ ମାଓବାଦୀ ମୂଳୋତ୍ପାଟନ କରିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ଏହି କ୍ରମରେ ବୌଦ୍ଧ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri