ଘାରିଲା ମଙ୍କିପକ୍ସ ସଂକ୍ରମଣ ଚିନ୍ତା

ଢେଙ୍କାନାଳ ଅଫିସ, ୨୭।୭ – ମଙ୍କିପକ୍ସକୁ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ (ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ଗ୍ଲୋବାଲ୍‌ ହେଲ୍‌ଥ ଏମର୍ଜେନ୍ସି ଭାବେ ଘୋଷଣା କରାଯିବା ପରେ ଏହାକୁ ନେଇ ରାଜ୍ୟ ସରକାର ସତର୍କ ହୋଇ ଉଠିଛନ୍ତି। ଏହି ମାରାତ୍ମକ ସଂକ୍ରାମକ ରୋଗ ସଂକ୍ରମଣ ପ୍ରତି ତୀକ୍ଷ୍ଣ ନଜର ରଖିବାକୁ ଜିଲାପାଳମାନଙ୍କୁ ପରାମର୍ଶ ଦିଆଯାଇଛି। ତଦନୁଯାୟୀ ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ଓସ୍‌ୱାନ ଭିଡିଓ କନଫରେନ୍ସ ହଲ୍‌ରେ ମଙ୍ଗଳବାର ମଙ୍କିପକ୍ସ ସଂକ୍ରମଣରୁ ସୁରକ୍ଷା, କୋଭିଡ୍‌ ପରିଚାଳନାର ସମୀକ୍ଷା କରାଯିବା ସହ ଉନ୍ନୟନମୂଳକ କାର୍ଯ୍ୟ ଉପରେ ଗୁରୁତ୍ୱାରୋପ କରାଯାଇଛି।
ବିଦେଶ ଫେରନ୍ତା ମଙ୍କିଫକ୍ସ ଭୂତାଣୁ ବାହକ ହୋଇପାରନ୍ତି। ତେଣୁ ବାହାର ଦେଶରୁ ଆସୁଥିବା ବ୍ୟକ୍ତିଙ୍କ ଉପରେ ନଜର ରଖିବାକୁ ଜିଲାପାଳ ସରୋଜ କୁମାର ସେଠୀ ପରାମର୍ଶ ଦେଇଛନ୍ତି। ସେହିପରି ରାଜ୍ୟର ବିଭିନ୍ନ ସ୍ଥାନରେ ଝାଡ଼ାବାନ୍ତି ସହ କୋଭିଡ୍‌ ସଂକ୍ରମଣ ବଢ଼ିବାରେ ଲାଗିଛି। ଢେଙ୍କାନାଳ ଜିଲାର ସମ୍ଭାବ୍ୟ ପ୍ରଭାବିତ ସ୍ଥାନଗୁଡ଼ିକ ଉପରେ ସତର୍କ ଦୃଷ୍ଟି ରଖିବାକୁ ସ୍ବାସ୍ଥ୍ୟ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି। ଝାଡ଼ାବାନ୍ତିପ୍ରବଣ ଅଞ୍ଚଳରେ ଆଶା, ଅଙ୍ଗନୱାଡି କର୍ମୀ, ସ୍ବାସ୍ଥ୍ୟ କର୍ମୀଙ୍କ ପାଖରେ ଜରୁରିକାଳୀନ ଔଷଧ ମହଜୁଦ ରଖିବା, ପାନୀୟ ଜଳ ଉତ୍ସଗୁଡ଼ିକୁ ନିୟମିତ ବ୍ୟବଧାନରେ ବିଶୋଧନ କରିବାକୁ କୁହାଯାଇଛି।
କଙ୍କଡ଼ାହାଡ଼, ପରଜଙ୍ଗ ବ୍ଲକ ଅଞ୍ଚଳରେ ସାପକାମୁଡ଼ା ରୋଗୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସାପ କାମୁଡ଼ିଲେ ଅନ୍ଧବିଶ୍ୱାସର ବଶବର୍ତ୍ତୀ ନ ହୋଇ ଡାକ୍ତରଖାନା ଆସିବାକୁ ସମ୍ପୃକ୍ତ ଅଞ୍ଚଳବାସୀଙ୍କୁ ସଚେତନ କରିବା ଲାଗି ବିହିତ ବ୍ୟବସ୍ଥା ଗ୍ରହଣ କରିବାକୁ ପରାମର୍ଶ ଦିଆଯାଇଛି। ସ୍କୁଲ, କଲେଜରେ ମାସ୍କ ପରିଧାନ, ଟିକାକରଣ କାର୍ଯ୍ୟକ୍ରମ ତ୍ୱରାନ୍ବିତ କରିବା, ଭିତ୍ତିଭୂମି ବିଷୟରେ ସବିଶେଷ ବିବରଣୀ ପ୍ରଦାନ, ଯୋଗ୍ୟ ହିତାଧିକାରୀଙ୍କୁ ଭତ୍ତା ତାଲିକାଭୁକ୍ତ କରିବା ପାଇଁ ବିଡିଓଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଦୁର୍ଗମ ଅଞ୍ଚଳର ଶିଶୁଙ୍କୁ ସୁଷମ ଖାଦ୍ୟ ଯୋଗାଣ ଏବଂ ଶିକ୍ଷାଦାନ ପାଇଁ ନୂତନ ଅଙ୍ଗନୱାଡି କେନ୍ଦ୍ର ଖୋଲିବା ପାଇଁ ପ୍ରସ୍ତାବ ଦେବାକୁ ପରାମର୍ଶ ଦିଆଯାଇଛି।
ଜିଲାରେ କୋଭିଡ୍‌ ସଂକ୍ରମଣ ବଢ଼ିଲେ ରୋଗୀଙ୍କ ଚିକିତ୍ସା ଲାଗି କୋଭିଡ୍‌ ଚିକିତ୍ସାଳୟ ଓ ରାପିଡ୍‌ ରେସପନ୍ସ ଟିମ ପ୍ରସ୍ତୁତ ରହିଛି। ତଥାପି ଯଥାସମ୍ଭବ ସଂକ୍ରମଣ ଏଡ଼ାଇବା ଲାଗି ସତର୍କତା ଅବଲମ୍ବନ କରିବାକୁ ଜିଲାପାଳ ଜିଲାବାସୀଙ୍କୁ ନିବେଦନ କରିଛନ୍ତି। ବାସିଖାଦ୍ୟ, ଦୂଷିତ ପାନୀୟ ଜଳ ବ୍ୟବହାର ନ କରିବାକୁ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଅଶୋକ କୁମାର ଦାଶ ପରାମର୍ଶ ଦେଇଛନ୍ତି ା
ବୈଠକରେ ଅତିରିକ୍ତ ଜିଲାପାଳ (ରାଜସ୍ବ) ଉଦୟ କୁମାର ମହାପାତ୍ର, ଅତିରିକ୍ତ ଜିଲାପାଳ (ସାଧାରଣ) ରମେଶ ଚନ୍ଦ୍ର ସେଠୀ, ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଓ କାର୍ଯ୍ୟନିର୍ବାହୀ ଅଧିକାରୀ ସାଫଲ୍ୟ ମଣ୍ଡିତ ପ୍ରଧାନ, ଉପଜିଲାପାଳ ସ୍ନିଗ୍ଧାରାଣୀ ଧଳ, ଅତିରିକ୍ତ ଜିଲା ଚିକିତ୍ସାଧିକାରୀ ଡା. ଜ୍ୟୋତିଷ ଚନ୍ଦ୍ର ମହାପାତ୍ର, ସ୍ବାସ୍ଥ୍ୟ ମିଶନ ପରିଚାଳିକା ସୋନାଲି ପ୍ରିୟଦର୍ଶିନୀ, ଆପାତକାଳୀନ ଅଧିକାରୀ ସ୍ନିଗ୍ଧାଛାୟା ମହାପାତ୍ର, ଓସ୍‌ଡମା ଅଧିକାରୀ ସଙ୍ଗୀତା ଦାସ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ 

ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ  ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...

ବେଆଇନ ଭାବେ କରୁଥିଲେ ଧାନ ଚୋରା ଚାଲାଣ, ମାଡ଼ି ବସିଲା ରିଷିଡ଼ା ପୋଲିସ

ରିଷିଡା,୧୬।୧୨(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅବୁଜବାହାଲ ଗ୍ରାମର ଜନୈକ ବ୍ୟବସାୟୀ ନିଜ ପିକଅପ୍‌ ୪୦୭ ଗାଡ଼ିରେ ବେଆଇନ ଭାବେ ଧାନ ନେଉଥିବା ବେଳେ ରିଷିଡ଼ା ପୋଲିସ...

ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…

ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...

ପୂର୍ବତନ କାଉନସିଲରଙ୍କ ପରଲୋକ: ଶୋକ ବ୍ୟକ୍ତକଲେ ବିଧାୟକ

ଭଞ୍ଜନଗର,୧୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସିର ପୂର୍ବତନ କାଉନସିଲର ଟି. ସାରଦା ରାଓ (୫୫) ମଙ୍ଗଳବାର ପରାଲୋକ ହୋଇଛିି। ସେ ଜନତାଦଳରୁ ୧୯୯୮ ମସିହାରେ...

ଅଭିନବ ଉପାୟରେ ଠକେଇ, ଫୋନ୍‌ପେରେ ଡେମୋ ଦେଖାଇଲେ…

ଛତ୍ରପୁର,୧୬ା୧୨(ଦିଲ୍ଲୀପ ସାମଲ): ନକଲି ଫୋନ ପେ ବ୍ୟବହାର କରି ବ୍ୟବସାୟୀମାନଙ୍କୁ ଠକେଇ କରୁଥିବା ଅଭିଯୋଗର ତଦନ୍ତ ପରେ ଛତ୍ରପୁର ପୋଲିସ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ...

୭୬ ଏକର ଜାଗାରୁ ଗଞ୍ଜେଇ ଗଛ ନଷ୍ଟ

ଖଜୁରୀପଡ଼ା,୧୬ା୧୨(ବିଦୁର ବେହେରା): ବାରିକୁମ୍ପା, ସୁଡୁଲି, ଖମାର ଏବଂ ବାରିହାଗୁଡା ଜଙ୍ଗଲରେ ମଙ୍ଗଳବାର ଖଜୁରିପଡା ପୋଲିସ ଓ ଅବକାରୀ ବିଭାଗ ଚଢାଉ କରି ବେଆଇନ ଭାବେ ଚାଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri