ଆମପାଣି ଘାଟିରେ ସଡକ ଦୁର୍ଘଟଣା, ଚାଲିଗଲା ଜଣଙ୍କ ଜୀବନ

କୋକସରା,୨୭।୭(ଡି.ଏନ.ଏ): କଳାହାଣ୍ଡି ନବରଙ୍ଗପୁର ସୀମାନ୍ତ ୨୬ ନମ୍ବର ଜାତୀୟ ରାଜପଥ ଆମପାଣି ଘାଟିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଜଣେ ଗୁରୁତର ଅଛନ୍ତି।
ବୁଧବାର ମଧ୍ୟାହ୍ନରେ ନବରଙ୍ଗପୁରରୁ ଭବାନୀପାଟଣା ଆସୁଥିବା ଏକ ହୋଣ୍ଡା ସାଇନ ବାଇକ ନମ୍ବର ଓ ୦୮ଆର୍‌ ୩୫୯୨ କୁ ଘାଟି ରାସ୍ତାରେ କୌଣସି ଏକ ଅଜଣା ଗାଡି ଧକ୍କା ଦେବା ଫଳରେ ବାଇକରେ ଥିବା ଦୁଇଜଣ ଗୁରୁତର ଆହତ ହୋଇଥିଲେ। ଆମପାଣି ପୋଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚିଲା। ଆଇଆଇସି ଚତୁର୍ଭୁଜ ନାଏକ ସମେତ ପୋଲିସ କର୍ମଚାରୀ ପହଞ୍ଚି ଗୁରୁତର ଦୁଇଜଣଙ୍କୁ ଉଦ୍ଧାର କରି ପୋଲିସ ଗାଡିରେ କୋକସରା ଡାକ୍ତରଖାନାରେ ଆଣି ଭର୍ତ୍ତି କରିଥିଲେ। ଡାକ୍ତରଖାନାରେ ଜଣଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ଅନ୍ୟ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଥିବା ବେଳେ ପ୍ରାଥମିକ ଚିକିତ୍ସା ପରେ ୧୦୮ ଆମ୍ବୁଲାନ୍ସରେ ଭବାନୀପାଟଣା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଦୁର୍ଘଟଣାରେ ମୃତ୍ୟୁ ହୋଇଥିବା ବ୍ୟକ୍ତି ଭବାନୀପାଟଣା ସହରର କାଳିମନ୍ଦିର ପଡାର ସନ୍ତୋଷ ଆଚାର୍ଯ୍ୟ (୬୪) ଓ ଗୁରୁତର ହେଉଛନ୍ତି ଥୁଆମୂଳ ରାମପୁର ବ୍ଲକ ଗୋପୀନାଥପୁର ପଞ୍ଚାୟତ ବ୍ରାହ୍ମଣ ଚଞ୍ଚରା ଗାଁର ସୁଶାନ୍ତ ସାହୁ(୪୨)। ସେ ଅଡ୍ରି ଡାକ୍ତରଖାନାର କର୍ମଚାରୀ ବୋଲି ପୋଲିସ ସୁଚନା ଦେଇଛି। ମୃତକଙ୍କ ମୃତଦେହ ଗୁରୁବାର ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର କରାଯିବ ବୋଲି ଆଇଆଇସି ଚତୁର୍ଭୁଜ ନାଏକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓମ୍‌ସା ଆନ୍ଦୋଳନ: ଘଣ୍ଟାଏ ବନ୍ଦ ରହିବ ରୋଗୀ ସେବା

ଛତ୍ରପୁର,୨୬ା୧୨(ଦିଲୀପ ସାମଲ): ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଖାଲି ପଡିଥିବା ପଦବୀ ପୂରଣ ସହ ଡାକ୍ତରଙ୍କ...

୯ ଦିନ ହେବ ନିଖୋଜ ଥିଲେ ସ୍କୁଲ ପିଅନ: ଆଜି ମିଳିଲା…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କର୍ଲାପାଟ ଥାନା ନିକଟରେ ଥିବା ଏକ ପୋଖରୀରୁ ଶୁକ୍ରବାର ଜଣେ ପିଅନଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ପିଅନ...

ବିଜେଡ଼ି ପ୍ରତିଷ୍ଠା ଦିବସରେ ଆଗାମୀ ପଞ୍ଚାୟତ-ସାଧାରଣ ନିର୍ବାଚନ ପାଇଁ ଗୁରୁମନ୍ତ୍ର ଦେଲେ ନେତା

ପାଟଣା,୨୬।୧୨,(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜୁ ଜନତା ଦଳ (ବିଜେଡି)ର ପାଟଣା ନିର୍ବାଚନ ମଣ୍ଡଳୀ ସ୍ତରୀୟ ୨୯ତମ ପ୍ରତିଷ୍ଠା ଦିବସ ସାହାରପଡ଼ା ବ୍ଲକ ମୁଖ୍ୟାଳୟ...

ମାରଓ୍ବାଡି ମହିଳାଙ୍କ ସେବା କାର୍ଯ୍ୟକୁ ପ୍ରଶଂସା କଲେ ଏମ୍‌ପି

ବଲାଙ୍ଗୀର,୨୬।୧୨(ସୁନିଲ କୁମାର ମହାନ୍ତି):ଅଖିଳ ଭାରତୀୟ ମାରଓ୍ବାଡି ମହିଳା ସମ୍ମେଳନ ଓଡିଶା ପ୍ରଦେଶର ସପ୍ତଦଶ ପ୍ରାନ୍ତୀୟ ସମ୍ମେଳନ ସ୍ଥାନୀୟ ବିଦ୍ୟା ହେଭନ୍ସ ଠାରେ ଶୁକ୍ରବାର ଅନୁଷ୍ଠିତ ହୋଇଛି।...

ଯାତ୍ରା ପୂବରୁ ଆଖିବୁଜିଲେ ଖଳନାୟକ, ଛାତିରେ ହେଲା ଯନ୍ତ୍ରଣା…

ନୂଆପଡ଼ା/ଜଗତସିଂହପୁର,୨୬।୧୨(ମକାରୁ ବେମାଲ ): ଯାତ୍ରା ଖଳନାୟକ ନରେନ୍ଦ୍ର ଦାସଙ୍କ ଆକସ୍ମିକ ଦେହାନ୍ତ ହୋଇଛି। ଅଭିନୟ କରିବାକୁ ନୂଆପଡ଼ା ଯାଇଥିବା ବେଳେ ହଠାତ୍‌ ଛାତିରେ ଯନ୍ତ୍ରଣା ହୋଇଥିଲା।...

ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ରାସ୍ତା ରୋକ

ବୀରମହାରାଜପୁର,୨୬।୧୨, (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ହିଲୁଙ୍ଗ ପଞ୍ଚାୟତ ଲୁଚାବନ୍ଦ ପାଖରେ ଗୁରୁବାର ସା ପ୍ରାୟ ୭ଟା୩୦ରେ ଏକ ଅଜଣା ଗାଡ଼ି...

ଧାନମଣ୍ଡି ଖୋଲିବା ଦାବିରେ ବ୍ଳକ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଧାନମଣ୍ଡି ଖୋଲାଯାଇ ନ ଥିବାରୁ ଚାଷୀମାନେ ଶୋଷଣର ଶିକାର ହେଉଥିବା ଅଭିଯୋଗ ହୋଇଛି। ଏନେଇ ତୁରନ୍ତ ମଣ୍ଡି...

ବାପଘରକୁ ଯାଇଥିଲେ ଫୁଲମତି, ଘର ଭାଙ୍ଗି ଆକ୍ରମଣ କଲା ହାତୀ: ଆଉ ତା’ପରେ…

ବଲାଙ୍ଗୀର ୨୬/୧୨ (ସୁନୀଲ କୁମାର ମହାନ୍ତି):ଖପ୍ରାଖୋଲ ବ୍ଲକ ଲାଠୋର ରେଞ୍ଜ ଅନ୍ତର୍ଗତ ବେନ୍ଦେର ପଞ୍ଚାୟତର ଚହକପଡ଼ା ଗ୍ରାମରେ ଗୁରୁବାର ରାତି ପ୍ରାୟ ୩ଟା ସମୟରେ ୩୨...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri