ସକ୍ରିୟ ମାମଲା ଲକ୍ଷେ ୪୬ ହଜାରରୁ ଅଧିକ…

ନୂଆଦିଲ୍ଲୀ, ୨୮।୭ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ ମୁହାଁ ହେବାରେ ଲାଗିଛି। ଫଳରେ ପୁଣି ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଦୈନିକ ସଂକ୍ରମଣ ଗୋଟିଏ ଦିନ ତଳେ କମିଥିବାବେଳେ ଗତ ୨୪ ଘଣ୍ଟାରେ ପୁଣି ବଢ଼ିଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ଲକ୍ଷେ ୪୬ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୨୦ ହଜାର ୫୫୭ ରହିଛି। ଗୋଟିଏ ଦିନତଳେ ଏହା ୧୮ ହଜାର ୩୧୩ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୪୪ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୫୭ ଥିଲା। ଏହି ସମୟରେ ସକ୍ରିୟ ମାମଲା ଲକ୍ଷେ ୪୬ ହଜାର ୩୨୨ ରେ ପହଞ୍ଚିଛି। ସେହିପରି ୨୪ ଘଣ୍ଟାରେ ୧୯ ହଜାର ୨୧୬ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନତଳେ ଏହା ୨୦ ହଜାର ୭୪୨ ଥିଲା।

ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୬ ହଜାର୨୧୨ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୩୯ ଲକ୍ଷ ୫୯ ହଜାର ୩୨୧ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୩୨ ଲକ୍ଷ ୮୬ ହଜାର ୭୮୭ ଜଣ ସୁସ୍ଥ ହୋଇ ସାରିଛନ୍ତି। ମହାରାଷ୍ଟ୍ର, କେରଳ, ତାମିଲନାଡୁ, କର୍ନାଟକ, ଦିଲ୍ଲୀ, ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଆଦି ରାଜ୍ୟରେ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଗତ ୨୪ ଘଣ୍ଟାରେ ମହାରାଷ୍ଟ୍ରରେ ୨,୧୩୮ ଜଣ, ପଶ୍ଚିମବଙ୍ଗରେ ୧,୨୭୩, ତାମିଲନାଡୁରେ ୧,୮୦୩ ଜଣ, ପଞ୍ଜାବରେ ୫୮୪ ଜଣ କେରଳରେ ୨,୧୩୦ ଜଣ, କର୍ନାଟକରେ ୧,୬୨୪ ଜଣ, ଓଡ଼ିଶାରେ ୧,୦୩୦ ଜଣ, ଗୁଜରାଟରେ ୯୭୯, ଆସାମରେ ୬୮୬ ଜଣ, ତେଲେଙ୍ଗାନାରେ ୮୫୨, ହିମାଚଳପ୍ରଦେଶରେ ୯୧୬ ଜଣ, ଛତିଶଗଡ଼ରେ ୪୯୧ ଜଣ, ଦିଲ୍ଲୀରେ ୭୮୧ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ହରିୟାଣାରେ ୫୭୯ ଜଣ, ଆନ୍ଧ୍ରପ୍ରଦେଶରେ ୩୫୫ ଜଣ, ଉତ୍ତରପ୍ରଦେଶରେ ୪୯୧ ଜଣ, ତ୍ରିପୁରାରେ ୪୦୪ ଜଣ, ଜମ୍ମୁ-କଶ୍ମୀରରେ ୬୯୨ ଜଣ, ବିହାରରେ ୨୬୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଅପରପକ୍ଷରେ ରାଜସ୍ଥାନରେ ୨୬୮ ଜଣ, ମଧ୍ୟପ୍ରଦେଶରେ ୨୪୮ ଜଣ, ଉତ୍ତରାଖଣ୍ଡରେ ୨୮୪ ଜଣ, ଝାଡ଼ଖଣ୍ଡରେ ୧୫୬ ଜଣ, ପୁଡୁଚେରୀରେ ୧୪୧ ଜଣ, ମିଜୋରାମରେ ୧୪୫ ଜଣ, ଚଣ୍ଡିଗଡ଼ରେ ୧୧୭ ଜଣ, ସିକିମ୍‌ରେ ୧୮୫ ଜଣ, ଆସାମରେ ୭୯୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୨୦୩ କୋଟି ୨୦ଲକ୍ଷରୁ ଅଧିକରେ ପହଞ୍ଚିଛି। ସେଥିମଧ୍ୟରେ ୯୧ କୋଟି ୯୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୮୫ କୋଟି ୩୦ ଲକ୍ଷ ଦ୍ୱିତୀୟ ଡୋଜ୍‌ ଥିଲା। ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି। ଏହା ସହିତ ମାସ୍କ ପିନ୍ଧିବା ଏବଂ କରୋନା ମାର୍ଗଦର୍ଶିକା ପାଳନ କରିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମଣ୍ଡି ଖୋଲିବା ଦାବିରେ ଜିଲାପାଳଙ୍କ ଅଫିସ ସମ୍ମୁଖରେ ଧାରଣା ଦେଲେ ଚାଷୀ

ବଲାଙ୍ଗୀର,୨୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାର ଅଧିକାଂଶ ମଣ୍ଡି ଏ ଯାଏ ଖୋଲିପାରିନାହିଁ। ଯାହା ଫଳରେ ଚାଷୀମାନେ ଧାନ ବିକ୍ରି କରି ନ ପାରି ହଇରାଣ...

ଟି-୨୦ ବିଶ୍ୱକପ୍‌ ଟିମ୍‌ରୁ ଗିଲ୍‌ ଆଉଟ୍‌: କାରଣ କହିଦେଲେ ଚୟନକର୍ତ୍ତା

ନୂଆଦିଲ୍ଲୀ,୨୦।୧୨: ଭାରତୀୟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ଶୁବମନ ଗିଲ କିଛି ଦିନ ହେବ ଖରାପ ଫର୍ମରେ ଅଛନ୍ତି। ଆଘାତ ଯୋଗୁ ଗିଲ ଦକ୍ଷିଣ ଆଫ୍ରିକା ବିପକ୍ଷରେ...

ଏମିତି ଦେଶ, ଯେଉଁଠି ଦେଖିବାକୁ ମିଳନ୍ତି ନାହିଁ ପିମ୍ପୁଡ଼ି, କାରଣ ଜାଣିଲେ…

ପିମ୍ପୁଡ଼ି ସବୁଠି ଦେଖାଯାନ୍ତି। ପୃଥିବୀରେ ଏପରି କୌଣସି ସ୍ଥାନ ନାହିଁ, ଯେଉଁଠାରେ ପିମ୍ପୁଡ଼ି ନାହାନ୍ତି। ସାରା ବିଶ୍ୱରେ ବିଭିନ୍ନ ପ୍ରକାରର ପିମ୍ପୁଡ଼ି ଦେଖିବାକୁ ମିଳିଥାନ୍ତି। ସେମାନଙ୍କ...

ପୁଅକୁ ନେଇ ଏମିତି କହିଦେଲେ ବିକି କୌଶଳ: ବଢୁଛି ଚର୍ଚ୍ଚା

ନିକଟରେ ଅଭିନେତା ବିକି କୌଶଳ ବାପା ହୋଇଛନ୍ତି। ଏଥିପାଇଁ ତାଙ୍କ ଖୁସି କହିଲେ ନ ସରେ। ସ୍ତ୍ରୀ ତଥା ଅଭିନେତ୍ରୀ କ୍ୟାଟ୍ରିନା କୈଫଙ୍କ ସହ ସେ...

ମସ୍କଙ୍କ ବଡ଼ ବିଜୟ! ୭ ବର୍ଷର ଲଢ଼େଇ ଶେଷ, କୋର୍ଟ ଫେରାଇଲେ…..

ନୂଆଦିଲ୍ଲୀ,୨୦ା୧୨: ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ଏଲନ୍ ମସ୍କ ଏକ ବଡ଼ ବିଜୟ ହାସଲ କରିଛନ୍ତି । ସାତ ବର୍ଷର ଆଇନଗତ ଲଢ଼େଇ ପରେ, ଡେଲାୱେର୍...

ନୋଟ୍‌ ଛାପା କାରଖାନାରେ କିପରି ପାଇବେ ଚାକିରି, ଜାଣନ୍ତୁ କେତେ ମିଳିବ ଦରମା, ଏମିତି କରନ୍ତୁ ଆବେଦନ…

ନୂଆଦିଲ୍ଲୀ,୨୦ା୧୨: ସରକାରୀ ଚାକିରି ପାଇଁ ପ୍ରସ୍ତୁତ ହେଉଥିବା ଯୁବତୀଯୁବକମାନଙ୍କ ପାଇଁ ନୋଟ୍‌ ଛାପା କାରଖାନାରେ କାମ କରିବାର ସ୍ବପ୍ନ ବିଶେଷ ଗୁରୁତ୍ୱପୂର୍ଣ୍ଣ। ଯଦି ଆପଣ ମଧ୍ୟ...

ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା: ଗିଲ୍‌ ପଡିଲେ ବାଦ୍‌, ଜାଣନ୍ତୁ କେଉଁ ଖେଳାଳିଙ୍କୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୨୦।୧୨: ICC ଟି-୨୦ ବିଶ୍ୱକପ ୨୦୨୬ ପାଇଁ ଆଜି ଭାରତୀୟ କ୍ରିକେଟ ଦଳ ଘୋଷଣା କରାଯାଇଛି। ସୂର୍ଯ୍ୟକୁମାର ଯାଦବଙ୍କୁ ଦଳର ଅଧିନାୟକ ଭାବରେ ନିଯୁକ୍ତ କରାଯାଇଥିବା...

୨୦୨୬ରେ ଏହି ୫ଟି ଚାକିରିର ବଢିଯିବ ଡିମାଣ୍ଡ, ମିଳିବ ମୋଟା ଅଙ୍କର ଦରମା!

ନୂଆଦିଲ୍ଲୀ,୨୦।୧୨: ଯଦି ଆପଣ ଆଗାମୀ ବର୍ଷରେ ଆପଣଙ୍କ କ୍ୟାରିଅରକୁ ନୂତନ ଶିଖରରେ ପହଞ୍ଚାଇବାକୁ ଚାହାଁନ୍ତି, ତେବେ 2026 ଆପଣଙ୍କ ପାଇଁ ଏକ ବଡ଼ ସୁଯୋଗ ଆଣିଦେବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri