ଏୟାର ଇଣ୍ଡିଆ ବିକ୍ରି; ମନ୍ତ୍ରିଗୋଷ୍ଠୀର ନେତୃତ୍ୱ ନେବେ ଅମିତ ଶାହ

ନୂଆଦିଲ୍ଲୀ,୧୯-୭: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଏୟାର ଇଣ୍ଡିଆ ବିକ୍ରି(ପୁଞ୍ଜି ପ୍ରତ୍ୟାହାର) ସଂକ୍ରାନ୍ତ ପୁନର୍ଗଠିତ ମନ୍ତ୍ରିଗୋଷ୍ଠୀର ନେତୃତ୍ୱ ନେବେ। ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଏଥିରୁ ହଟାଇ ଦିଆଯାଇଛି। ଗୁରୁବାର ପ୍ରାପ୍ତ ସୂଚନାରୁ ଜଣାପଡିଛି ଯେ, ଏହି ମନ୍ତ୍ରିଗୋଷ୍ଠୀ ଏୟାର ଇଣ୍ଡିଆକୁ ବିକ୍ରି କରିବାର ପନ୍ଥାପଦ୍ଧତି ନିର୍ଦ୍ଧାରଣ କରିବେ। ଏହି ଗୋଷ୍ଠୀରେ ୪ କେନ୍ଦ୍ରମନ୍ତ୍ରୀ ଶାହ, ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌, ବାଣିଜ୍ୟ ଏବଂ ରେଳମନ୍ତ୍ରୀ ପୀୟୂଷ ଗୋୟଲ ଏବଂ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ହରଦୀପ ସିଂ ପୁରୀ ରହିଛନ୍ତି। ସୂଚନାଥାଉ କି, ୨୦୧୭ ଜୁନ୍‌ରେ ପ୍ରଥମ ମନ୍ତ୍ରିଗୋଷ୍ଠୀ ଗଠନ କରାଯାଇଥିଲା। ଏହି ଗୋଷ୍ଠୀକୁ ଏୟାର ଇଣ୍ଡିଆ ସ୍ବତନ୍ତ୍ର ବିକଳ୍ପ ବ୍ୟବସ୍ଥା(ଏଆଇଏସ୍‌ଏଏମ୍‌) ନାମ ଦିଆଯାଇଥିଲା। ସେତେବେଳେ ଏହି ଗୋଷ୍ଠୀର ନେତୃତ୍ୱ ନେଇ ଅର୍ଥମନ୍ତ୍ରୀ ଅରୁଣ ଜେଟ୍‌ଲୀ। ଏଥିରେ ୫ ଜଣ ସଦସ୍ୟ ଥିଲେ। ଅନ୍ୟ ୪ ଜଣ ଥିଲେ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଅଶୋକ ଗଣପତି ରାଜୁ, ବିଦ୍ୟୁତ ଓ କୋଇଲା ମନ୍ତ୍ରୀ ପୀୟୂଷ ଗୋୟଲ, ରେଳମନ୍ତ୍ରୀ ସୁରେଶ ପ୍ରଭୁ ତଥା ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ। ମୋଦି୦୨.୦ ସରକାର କ୍ଷମତାକୁ ଆସିବା ପରେ ମନ୍ତ୍ରିଗୋଷ୍ଠୀର ପୁନର୍ଗଠନ କରାଯାଇ ଗଡ଼କରୀଙ୍କୁ ଏଥିରୁ ବାଦ୍‌ ଦିଆଯାଇଛି। ଏବେ ଏଥିରେ ୫ ବଦଳରେ ୪ ସଦସ୍ୟଙ୍କୁ ସାମିଲ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ଏନଏସି ହେବ ମ୍ୟୁନିସିପାଲଟି, ଜିଲା  ସଦର ମହକୁମାକୁ ନୂଆବର୍ଷର ଭେଟି 

ଛତ୍ରପୁର,୨୮।୧୨: ପ୍ରଥମ ପର୍ଯ୍ୟାୟରେ ଗଞ୍ଜାମ ଜିଲାର ଭଞ୍ଜନଗର, ପୋଲସରା ଓ କବିସୂର୍ଯ୍ୟନଗର ଏନ୍‌ଏସିକୁ ମ୍ୟୁନିସିପାଲଟି ମାନ୍ୟତା ଦିଆଯାଇଥିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଯାହାକି ଗଞ୍ଜାମ...

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri