Posted inଫୁରସତ

‘ଭୋଗ୍‌’ ପ୍ରଚ୍ଛଦରେ ଜେଲେନସ୍କି ଦମ୍ପତି

କିଭ୍‌: ବହୁଚର୍ଚ୍ଚିତ ଭୋଗ୍‌ ମାଗାଜିନ୍‌ ପ୍ରଚ୍ଛଦରେ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଏବଂ ସ୍ତ୍ରୀ ଓଲେନା ଜେଲେନସ୍କାଙ୍କ ଫଟୋ ସ୍ଥାନ ପାଇଛି। ଏହି ଫଟୋରେ ‘ପୋଟ୍ରେଟ୍‌ ଅଫ୍‌ ବ୍ରେଭରୀ ’ ଲେଖାଯାଇଥିବାର ଦେଖିବାକୁ ମିଳିଛି। ୟୁକ୍ରେନ୍‌ର ଫାଷ୍ଟ୍‌ ଲେଡି କାଜୁଆଲ୍‌ ଗେଟ୍‌ଅପ୍‌ରେ ଥିବା ଦେଖିବାକୁ ମିଳିଛି। ଭୋଗ୍‌ ମାଜାଜିନ୍‌ର ଏକ ଟିମ୍‌ କିଭ୍‌ ଯାଇ ଜେଲେନସ୍କିଙ୍କ ଅଫିସରେ ଏହି ଫଟୋଶୁଟ୍‌ ହୋଇଥିବା କୁହାଯାଇଛି। ଖାଲି ଫଟୋଶୁଟ୍‌ ନୁହେଁ ଦୁହେଁ ମାଗାଜିନ୍‌କୁ ନିଜର ସ୍ବତନ୍ତ୍ର ସାକ୍ଷାତ୍‌କାର ମଧ୍ୟ ଦେଇଛନ୍ତି। ଦୁହିଁଙ୍କ ବୈବାହିକ ଜୀବନକୁ ୨୦ ବର୍ଷ ପୂରିଯାଇଥିବାବେଳେ ଅନେକ ଘଡ଼ିସନ୍ଧି ମୁହୂର୍ତ୍ତ ଭିତରେ ଦୁହେଁ ଗତି କରିଥିବା କହିଛନ୍ତି। ୟୁନିଭର୍ସିଟିରେ ପଢ଼ିବା ସମୟରେ ଦୁହିଁଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢ଼ିଉଠିଥିବା ସେମାନେ କହିଛନ୍ତି। ୟୁକ୍ରେନ୍‌ ଉପରେ ରୁଷିଆର ଆକ୍ରମଣ ସେମାନଙ୍କ ଜୀବନରେ ଏକ ବଡ଼ ପରିବର୍ତ୍ତନ ଆଣିଥିବା ସେ ପ୍ରକାଶ କରିଛନ୍ତି। ତେବେ ଭଗ୍‌ ପକ୍ଷରୁ ଏହି ଫଟୋକୁ ପ୍ରଥମେ ନିଜ ଅଫିସିଆଲ୍‌ ଇନ୍‌ଷ୍ଟାଗ୍ରାମ ପେଜ୍‌ରେ ଶେୟାର କରାଯାଇଛି।

ଦେଶ ମଧ୍ୟରେ ଜାରି ଥିବା ଯୁଦ୍ଧକୁ ୧୫୦ରୁ ଊର୍ଦ୍ଧ୍ୱ ଦିନ ବିତିଯାଇଥିବାବେଳେ ଓଲେନା ଜେଲେନସ୍କା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ତୁଲାଇଥିବାର ଦେଖିବାକୁ ମିଳିଛି। ବିଶେଷ କରି କୂଟନୀତି କ୍ଷେତ୍ରରେ ସେ ଖୁବ୍‌ ସକ୍ରିୟ ଥିବା ଜଣାପଡ଼ିଛି। ଉକ୍ତ ଫଟୋକୁ ନେଇ ସୋସିଆଲ ମିଡିଆରେ ଜୋର୍‌ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। କେତେଜଣ ୟୁଜର ଜେଲେନସ୍କି ଦମ୍ପତିଙ୍କୁ ସକରାତ୍ମକ କମେଣ୍ଟ ଦେଇଥିବାବେଳେ ଅନ୍ୟ ୟୁଜର ସେମାନଙ୍କୁ ସମାଲୋଚନା କରୁଥିବାର ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ରହସ୍ୟମୟ ସମୁଦ୍ର: ଯେଉଁଥିରେ କେହି କେବେ ବୁଡ଼ନ୍ତି ନାହିଁ

ପୃଥିବୀର ପ୍ରାୟ ୭୧ ପ୍ରତିଶତ ଅଞ୍ଚଳ ଜଳ ଆଚ୍ଛାଦିତ। ସେଥିରୁ ପ୍ରାୟ ୯୭ ପ୍ରତିଶତ ମହାସାଗରରେ ଲୁଣିଆ ପାଣି ରହିଛି। କେବଳ ତିନି ପ୍ରତିଶତ ପାଣି...

ଏମିତି ଏକ ଦେଶ ଯେଉଁଠି ଲୋକଙ୍କୁ ଦେବାକୁ ପଡେ ନାହିଁ ଇନକମ ଟ୍ୟାକ୍ସ, ଏସବୁ ମିଳେ ମାଗଣାରେ

ବନ୍ଦର ସେରି ବେଗାୱାନ,୮।୧୨: COVID-19 ମହାମାରୀ ପ୍ରାୟ ପ୍ରତ୍ୟେକ ଦେଶର ଅର୍ଥନୀତିକୁ ଏକ ଗମ୍ଭୀର ଆଘାତ ଦେଇଥିଲା। ଅନେକ ଦେଶରେ ସରକାର ଖର୍ଚ୍ଚ ବୃଦ୍ଧି କରିବାକୁ,...

ରହସ୍ୟମୟ ସମୁଦ୍ର: ଯେଉଁଥିରେ କେହି କେବେ ବୁଡ଼ିଯିବେ ନାହିଁ, କାରଣ ଜାଣିଲେ…

ପୃଥିବୀର ପ୍ରାୟ ୭୧ ପ୍ରତିଶତ ଅଞ୍ଚଳ ଜଳ ଆଚ୍ଛାଦିତ। ଏହି କାରଣରୁ ପୃଥିବୀକୁ ନୀଳ ଗ୍ରହ ମଧ୍ୟ କୁହାଯାଏ। ପୃଥିବୀପୃଷ୍ଠର ପ୍ରାୟ ୯୭ ପ୍ରତିଶତ, ମହାସାଗରରେ...

ମଝି ଆକାଶରେ ଫୁଟବଲ ଖେଳିଲେ ଦୁଇ ଖେଳାଳି, ଭୟଙ୍କର ଦୃଶ୍ୟ ଦେଖିଲେ…

କିଛି ଲୋକ ଅନେକ ଦୁଃସାହସିକ କାର୍ଯ୍ୟ କରିଥାନ୍ତି। ଯାହା ଦେଖି ଲୋକଙ୍କ ପ୍ରାଣବାୟୁ ଉଡ଼ିଯିବା ପରି ଲାଗେ। ବର୍ତ୍ତମାନ ସୋସିଆଲ ମିଡିଆରେ ସେମିତି ଏକ ଭିଡିଓ...

ଏହି ଦେଶରେ ପୁରୁଷଙ୍କ ଅଭାବ; ଏହିକାମ ପାଇଁ ସ୍ୱାମୀ ‘ଭଡ଼ାରେ’ ନେଉଛନ୍ତି ମହିଳା

ନୂଆଦିଲ୍ଲୀ,୫ା୧୨: ୟୁରୋପୀୟ ଦେଶ ଲାଟଭିଆରେ ପୁରୁଷଙ୍କ ସଂଖ୍ୟା ମହିଳାଙ୍କ ତୁଳନାରେ ବହୁତ କମ୍ ଥିବାରୁ ଏଠାରେ ଏକ ଅଭାବନୀୟ ସାମାଜିକ ଧାରା ଦେଖିବାକୁ ମିଳିଛି। ଘରର...

ଏହି ଭୟଙ୍କର ଜୀବର ଚମଡ଼ାରୁ ତିଆରି ଘଣ୍ଟା ପିନ୍ଧନ୍ତି ପୁଟିନ୍‌, ଦାମ୍‌ ଜାଣିଲେ…

ମସ୍କୋ,୫ା୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ଦୁଇ ଦିନିଆ ଗସ୍ତରେ ଭାରତ ଆସିଛନ୍ତି। ଏହି ଗସ୍ତ ଉଭୟ ଦେଶ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଉଛି।...

ବାହା ହେଉ ହେଉ ଭାଙ୍ଗିଲା ସମ୍ପର୍କ, ଚତୁର୍ଥୀ ରାତିରେ ଛାଡ଼ପତ୍ର ପେପରରେ ସାଇନ୍‌ କଲେ କନ୍ୟା

ଲକ୍ଷ୍ନୌ,୪ା୧୨: ଉତ୍ତରପ୍ରଦେଶର ଦେଓରିଆରୁ ଏକ ଅଜବ ମାମଲା ସାମ୍ନାକୁ ଆସିଛି, ଯାହା ଲୋକଙ୍କୁ ଆଶ୍ଚର୍ଯ୍ୟଚକିତ କରିଛି। ଚତୁର୍ଥୀରେ ଜଣେ ନବବିବାହିତା କନ୍ୟା ସମ୍ପର୍କ ଭାଙ୍ଗି ତାଙ୍କ...

ବିଶ୍ୱର ସବୁଠୁ ମହଙ୍ଗା ଅଣ୍ଡା: ଏହା ମୂଲ୍ୟରେ କିଣିହୋଇଯିବ ୧୦୦ ହେଲିକପ୍ଟର

ଗୋଟିଏ ଅଣ୍ଡାର ମୂଲ୍ୟ କେତେ ହୋଇପାରେ? ୮ ଟଙ୍କା, ୧୦ ଟଙ୍କା, କିମ୍ବା ସର୍ବାଧିକ ୨୫ ଟଙ୍କା। କିନ୍ତୁ ବିଶ୍ୱରେ ଏମିତି ଏକ ଅଣ୍ଡା ଅଛି,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri