ଭାରତର ଜିଡ଼ିପି ଅନୁମାନ ୭%କୁ ହ୍ରାସ କଲା ଏଡିବି

ନୂଆଦିଲ୍ଲୀ,୧୯-୭: ଏସିଆନ ଡେଭଲପ୍‌ମେଣ୍ଟ ବ୍ୟାଙ୍କ(ଏଡିବି) ଚଳିତ ଆର୍ଥିକ ବର୍ଷ ଲାଗି ଭାରତର ମୋଟ ଘରୋଇ ଉତ୍ପାଦ(ଜିଡ଼ିପି) ଅଭିବୃଦ୍ଧି ହାର ଅନୁମାନକୁ ୭.୨ରୁ ୭%କୁ ହ୍ରାସ କରିଛି। ଗୁରୁବାର ଏଡିବି ପକ୍ଷରୁ ଜାରି ରିପୋର୍ଟରେ କୁହାଯାଇଛି ଯେ, ବିକଶିତ ଦେଶଗୁଡ଼ିକର ଆର୍ଥିକ ଅଭିବୃଦ୍ଧି ହ୍ରାସ ପାଇବା କାରଣରୁ ଭାରତର ଜିଡିପି ଅନୁମାନ କମାଯାଉଛି। ଏହାସତ୍ତ୍ୱେ ଭାରତ ବିଶ୍ୱର ସର୍ବାଧିକ ଦ୍ରୁତ ଅଭିବୃଦ୍ଧିଶୀଳ ଅର୍ଥନୀତି ଭାବେ ଆଗେଇ ଯିବ ବୋଲି ଏଡିବି କହିଛି। ଅର୍ଥନୀତି ଅଭିବୃଦ୍ଧି କ୍ଷେତ୍ରରେ ଏହା ଚାଇନାଠାରୁ ଆଗରେ ରହିବ। ଏଡିବି ପକ୍ଷରୁ ଏସିଆର ବିକାଶ ପରିଦୃଶ୍ୟ-୨୦୧୯ ରିପୋର୍ଟରେ କୁହାଯାଇଛି ଯେ, ଆମେରିକା ସହ ଚାଲିଥିବା ବାଣିଜ୍ୟ ଯୁଦ୍ଧ କାରଣରୁ ୨୦୧୯ରେ ଚାଇନାର ଆର୍ଥିକ ଅଭିବୃଦ୍ଧି ହାର ୬.୩% ଏବଂ ୨୦୨୦ରେ ୬.୧% ରହିବ ବୋଲି ଅନୁମାନ କରାଯାଉଛି। ଅନ୍ୟପକ୍ଷରେ ୨୦୨୦-୨୧ରେ ଭାରତର ଜିଡିପି ଅଭିବୃଦ୍ଧି ହାର ୭.୨% ରହିବ ବୋଲି ଏଡିବି ଅନୁମାନ କରିଛି। ଏପ୍ରିଲରେ ଏହା ଚଳିତ ଆର୍ଥିକ ବର୍ଷ ଲାଗି ଭାରତର ଜିଡିପି ଅଭିବୃଦ୍ଧି ହାର ୭.୨% ଏବଂ ୨୦୨୦-୨୧ ଲାଗି ୭.୬% ରହିବ ବୋଲି ଅନୁମାନ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨୦୩୦ ସୁଦ୍ଧା ଭାରତ ହେବ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତି; ୭.୩ ଟ୍ରିଲିୟନ ଡଲାରରେ ପହଞ୍ଚିବ GDP

ବେଙ୍ଗାଲୁରୁ,୨୯।୧୨: ଭାରତୀୟ ଅର୍ଥନୀତି ଏକ ନୂତନ ମାଇଲଖୁଣ୍ଟ ଅତିକ୍ରମ କରିଛି। ସୋମବାର ଜାରି ହୋଇଥିବା ଏକ ସରକାରୀ ବିବୃତ୍ତି ଅନୁଯାୟୀ, ୪.୧୮ ଟ୍ରିଲିୟନ ଡଲାର GDP...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri