Posted inଜାତୀୟ

ଭାଜପା ଏମ୍‌ପିଙ୍କ ସରକାରଙ୍କୁ ପ୍ରଶ୍ନ, ବେରୋଜଗାରୀ ପାଇଁ ଦାୟୀ କିଏ ?…

ନୂଆଦିଲ୍ଲୀ,୨୮।୭ : ଭାଜପା ନେତା ତଥା ଏମ୍‌ପି ବରୁଣ ଗାନ୍ଧୀ ପୁଣି ଥରେ ନିଜ ଦଳର ସରକାରଙ୍କୁ ଟାର୍ଗେଟ କରିଛନ୍ତି। ସଂସଦରେ ସରକାର ଦେଇଥିବା ଏହି ପରିସଂଖ୍ୟାନ ବେକାରୀ ପରିସ୍ଥିତିକୁ ଦର୍ଶାଉଛି ବୋଲି ସେ ଟୁଇଟ କରିଛନ୍ତି। ଗତ ୮ ବର୍ଷ ମଧ୍ୟରେ କେନ୍ଦ୍ରୀୟ ବିଭାଗରେ ଚାକିରି ପାଇଁ ୨୨ କୋଟି ଯୁବବର୍ଗ ଆବେଦନ କରିଥିଲେ। ସେମାନଙ୍କ ମଧ୍ୟରୁ କେବଳ ୭ ଲକ୍ଷ ଚାକିରି ପାଇଛନ୍ତି। ଯେତେବେଳେ ଦେଶରେ ପ୍ରାୟ ଏକ କୋଟି ମଞ୍ଜୁରୀପ୍ରାପ୍ତ ପଦବୀ ଖାଲି ଅଛି, ସେତେବେଳେ ଏହି ପରିସ୍ଥିତି ପାଇଁ କିଏ ଦାୟୀ? ବୋଲି ସେ ସରକାରଙ୍କ ପ୍ରଶ୍ନ କରିଛନ୍ତି।

ସରକାରୀ ଚାକିରି ସମ୍ବନ୍ଧରେ କେନ୍ଦ୍ର ସରକାର ଲୋକ ସଭାରେ ଏକ ରିପୋର୍ଟ ଉପସ୍ଥାପନ କରଥିଲେ। ଏହି ଆକଳନରେ କୁହାଯାଇଥିଲା ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦୧୪ରେ କ୍ଷମତାକୁ ଆସିବା ପରଠାରୁ ମୋଟ ୭ ଲକ୍ଷ ୨୨ ହଜାର ୩୧୧ ଆବେଦନକାରୀଙ୍କୁ ବିଭିନ୍ନ ସରକାରୀ ବିଭାଗରେ ସରକାରୀ ଚାକିରି ଦିଆଯାଇଛି। ଏହି ଅବଧିରେ ଏହି ଚାକିରି ପାଇଁ ଆବେଦନକାରୀଙ୍କ ମୋଟ ସଂଖ୍ୟା ୨୨ କୋଟି ୫ ଲକ୍ଷ ୯୯ ହଜାର ୨୩୮ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରୋହିତ ବେମୁଲାଙ୍କ ଆତ୍ମହତ୍ୟାର ପୁଣି ତଦନ୍ତ କରିବେ ତେଲଙ୍ଗାନା ସରକାର

ହାଇଦ୍ରାବାଦ, ୫।୫:ବହୁ ଚର୍ଚ୍ଚିତ ରୋହିତ ବେମୁଲା ଆତ୍ମହତ୍ୟା ମାମଲାରେ ସାଇବରାବାଦ ପୋଲିସ ପକ୍ଷରୁ ଜାରି ହୋଇଥିବା କ୍ଲୋଜର ରିପୋର୍ଟକୁ ନେଇ ରୋହିତଙ୍କ ପରିବାର ପକ୍ଷରୁ ଅସନ୍ତୋଷ...

ରାମଲାଲାଙ୍କୁ ସାଷ୍ଟାଙ୍ଗ ପ୍ରଣିପାତ କରି ରୋଡ ଶୋ’ରେ ବାହାରିଲେ ମୋଦି

ଅଯୋଧ୍ୟା,୫।୫: ଜାନୁଆରୀ ୨୨ରେ ରାମ ମନ୍ଦିରର ଉଦଘାଟନ ପରେ ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ରାମ ଲାଲାଙ୍କ ଦର୍ଶନ ପାଇବା ପାଇଁ...

ଗଧରେ ଚଢ଼ି ନାମାଙ୍କନ ଦାଖଲ ପାଇଁ ପହଞ୍ଚିଲେ ପ୍ରାର୍ଥୀ

ଗୋପାଳଗଞ୍ଜ,୫।୫ଚଳିତ ଲୋକ ସଭା ନିର୍ବାଚନରେ ବିଭିନ୍ନ ପ୍ରାର୍ଥୀଙ୍କ ଅଜବ ଗଜବ ରଙ୍ଗ ଥମିବାର ନାଁ ନେଉନାହିଁ। ବିହାରର ଗୋପାଳଗଞ୍ଜ ଲୋକ ସଭା ଆସନରୁ ଜଣେ ସ୍ବାଧୀନ...

ମେହେବୁବା ମୁଫତିଙ୍କୁ ନୋଟିସ ଜାରି କଲେ ନିର୍ବାଚନ ଆୟୋଗ

ଶ୍ରୀନଗର,୫।୫: ଲୋକ ସଭା ନିର୍ବାଚନରେ ତୃତୀୟ ପର୍ଯ୍ୟାୟ ଭୋଟ ଦେବା ପୂର୍ବରୁ ରବିବାର (ମେ ୫) ପିଡିପି ସଭାପତି ମେହବୁବା ମୁଫତିଙ୍କୁ ଏକ ସୋ କଜ...

ନୁପୂର ଶର୍ମାଙ୍କୁ ହତ୍ୟା ଧମକ ଦେଇଥିବା ମୌଲବୀ ଗିରଫ

ସୁରଟ,୫ା୫: ଭାଜପାର ପୂର୍ବତନ ମୁଖପାତ୍ର ନୁପୂର ଶର୍ମାଙ୍କୁ ହତ୍ୟା ଧମକ ଦେବା ସହ ହିନ୍ଦୁ ସଂଗଠନର ଜଣେ ନେତାଙ୍କୁ ହତ୍ୟା ଯୋଜନା କରିଥିବା ଅଭିଯୋଗରେ ସୁରଟର...

ଗୁରୁଦ୍ୱାରାରେ ଯୁବକଙ୍କୁ ପିଟିପିଟି ମାରିଦେଲେ

ଚଣ୍ଡିଗଡ଼,୫ା୫: ପଞ୍ଜାବର ଫିରୋଜପୁରସ୍ଥିତ ଗୁରୁଦ୍ୱାରାରେ ଜଣେ ୧୯ ବର୍ଷୀୟ ଯୁବକ ପ୍ରବେଶ କରି ପବିତ୍ର ଗୁରୁଗ୍ରନ୍ଥ ସାହିବ୍‌ର କେତେକ ପୃଷ୍ଠା ଚିରିଦେବା ଅଭିଯୋଗରେ ଉତ୍ତ୍ୟକ୍ତ ଲୋକେ...

ଅଯୋଧ୍ୟାରେ ମୋଦି, ନେଲେ ରାମଲାଲାଙ୍କ ଆଶିଷ

ଅଯୋଧ୍ୟା,୫।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଉତ୍ତରପ୍ରଦେଶର ଅଯୋଧ୍ୟାରେ ରାମଲାଲାଙ୍କ ଦର୍ଶନ କରିଛନ୍ତି। ସେ ଭଗବାନ ଶ୍ରୀ ରାମଙ୍କୁ ପୂଜା କରି ଆଶୀର୍ବାଦ ନେଇଛନ୍ତି। ମେ’...

ହ୍ବିଲ ଚେୟାରରେ ନଜର ଆସିଲେ ତେଜସ୍ବୀ, ହଠାତ୍‌ ହୋଇ ପଡିଲେ ଅସୁସ୍ଥ

ପାଟନା,୫।୫: ଲୋକ ସଭା ନିର୍ବାଚନକୁ ନେଇ ହଇଚଇ ସୃଷ୍ଟି ହୋଇଥିବା ବେଳେ ବିହାରର ରାଜନୈତିକ କରିଡରରୁ ବଡ ଖବର ଆସୁଛି, ଯେଉଁଠାରେ ବିହାର ବିଧାନସଭାରେ ବିରୋଧୀଦଳର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri