ମହାନଦୀ ଜଳ ବିବାଦ: ସରକାର ଖର୍ଚ୍ଚ କଲେଣି ୯୨ ଲକ୍ଷ

ଭୁବନେଶ୍ୱର,୨୯।୭(ବ୍ୟୁରୋ): ମହାନଦୀ ପାଣିକୁ ଛତିଶଗଡ଼ ବଡ଼ ବଡ଼ ବ୍ୟାରେଜ କରି ଅଟକାଇଛି। ଅଣମୌସୁମୀ ବେଳେ ନଦୀର ଜଳସ୍ରୋତ ହ୍ରାସ ପାଇଛି। ଏହାକୁ ନେଇ ବହୁ ତୁମ୍ବିତୋଫାନ ହୋଇଛି। ମାମଲା ଏବେ ମହାନଦୀ ଟ୍ରିବ୍ୟୁନାଲରେ ରହିଛି। ଏ ପର୍ଯ୍ୟନ୍ତ ଫଳାଫଳ ଆସି ନାହିଁ। ତେବେ ଗତ ୫ ବର୍ଷ ମଧ୍ୟରେ ଟ୍ରିବ୍ୟୁନାଲରେ ମାମଲା ଲଢ଼ିବାକୁ ରାଜ୍ୟ ସରକାର ୯୨ ଲକ୍ଷ ୨୯ ହଜାର ୨୩ ଟଙ୍କା ଖର୍ଚ୍ଚ କରି ସାରିଲେଣି। ଭାଜପା ସଭ୍ୟ ଗଣେଶରାମ ଖୁଣ୍ଟିଆଙ୍କ ଏକ ଲିଖିତ ପ୍ରଶ୍ନର ଉତ୍ତରରେ ଜଳ ସମ୍ପଦ ମନ୍ତ୍ରୀ ଟୁକୁନି ସାହୁ ଗୁରୁବାର ବିଧାନସଭାରେ ଏହା କହିଛନ୍ତି।
ମନ୍ତ୍ରୀ କହିଛନ୍ତି ଯେ ଓଡ଼ିଶାର ଜୀବନରେଖା ମହାନଦୀରେ ଛତିଶଗଡ଼ ସରକାର ଅନେକଗୁଡ଼ିଏ ବ୍ୟାରେଜ ନିର୍ମାଣ କରି ଅର୍ଦ୍ଧାଧିକ ଜଳ ଅଟକାଇଛନ୍ତି। ଏଥିଯୋଗୁ ଅଣମୌସୁମୀ ସମୟରେ ନଦୀର ଜଳ ପ୍ରବାହ ହ୍ରାସ ପାଇଛି। ଏହାର ପ୍ରତିବାଦରେ ଓଡ଼ିଶା ସରକାର ଆନ୍ତଃରାଜ୍ୟ ନଦୀ ଜଳ ବିବାଦ ଆଇନ ୧୯୫୬ର ଧାରା ୩ ଅନୁସାରେ ୨୦୧୬ ନଭେମ୍ବର ୨୧ ତାରିଖରେ କେନ୍ଦ୍ର ସରକାରଙ୍କ ନିକଟରେ ଏକ ବୈଧାନିକ ଅଭିଯୋଗ କରିଛନ୍ତି । ଇତିମଧ୍ୟରେ ମହାନଦୀର ସୁରକ୍ଷା ପାଇଁ ରାଜ୍ୟ ସରକାର ସର୍ବୋଚ୍ଚ ଅଦାଲତଙ୍କ ଦ୍ୱାରସ୍ଥ ହୋଇ ଏକ ମାମଲା ଦାଏର କରିଥିଲେ। ସର୍ବୋଚ୍ଚ ଅଦାଲତଙ୍କ ନିର୍ଦ୍ଦେଶରେ ୨୦୧୮ ମାର୍ଚ୍ଚ ୧୨ ତାରିଖରେ ମହାନଦୀ ଜଳ ବିବାଦ ଟ୍ରିବ୍ୟୁନାଲ ଗଠନ ହୋଇଛି, ଯାହାର ଶୁଣାଣି ପ୍ରକ୍ରିୟା ଚାଲୁ ରହିଛି। ଇତିମଧ୍ୟରେ ଟ୍ରିବ୍ୟୁନାଲ ୨୯ଟି ବୈଠକ କରି ମହାନଦୀ ପ୍ରବାହିତ ରାଜ୍ୟଗୁଡ଼ିକଠାରୁ ତଥ୍ୟ ପ୍ରଦାନ ଏବଂ ସତ୍ୟପାଠ ଦାଖଲ କରିବାକୁ ଆଦେଶ ଦେଇଛନ୍ତି। ବିଭିନ୍ନ ନଦୀରେ ଜଳ ସଂରକ୍ଷଣକୁ ଗୁରୁତ୍ୱ ଦେଇ ସରକାର ୪୬ଟି ଇନ୍‌ଷ୍ଟ୍ରିମ ବ୍ୟାରେଜ ଷ୍ଟ୍ରକ୍ଚର ପ୍ରକଳ୍ପ ନିର୍ମାଣ କରିଛନ୍ତି ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri