୫ ବର୍ଷରେ ଗଲାଣି ୨୫ ହଜାର ଜୀବନ

ଭୁବନେଶ୍ୱର,୨୯।୭(ବ୍ୟୁରୋ): ରାଜ୍ୟରେ ସଡ଼କ ଦୁର୍ଘଟଣା ଚିନ୍ତା ବଢ଼ାଇବାରେ ଲାଗିଛି। ସୁପ୍ରିମକୋର୍ଟ ସୁରକ୍ଷା କମିଟି ପରାମର୍ଶ ସତ୍ତ୍ୱେ ରାଜ୍ୟରେ ଦୁର୍ଘଟଣା ହାର ବଢ଼ିଚାଲିଛି। ଗତ ୫ ବର୍ଷରେ ସଡ଼କ ଦୁର୍ଘଟଣାରେ ୨୫,୨୫୭ ଜଣଙ୍କର ଜୀବନ ଯାଇଛି। ୨୦୧୭ରେ ସଡ଼କ ଦୁର୍ଘଟଣାରେ ୪୭୯୦ ଜଣଙ୍କର ଜୀବନ ଯାଇଥିବା ବେଳେ ୨୦୧୮ରେ ୫୩୧୫, ୨୦୧୯ରେ ୫୩୩୩, ୨୦୨୦ରେ ୪୭୩୮ ଏବଂ ୨୦୨୧ରେ ୫୦୮୧ ଜଣ ପ୍ରାଣ ହରାଇଛନ୍ତି। ୨୦୧୭ରେ ୧୦୮୫୫ ସଡ଼କ ଦୁର୍ଘଟଣାରେ ୧୧୧୯୮ଜଣ ଆହତ ହୋଇଥିବା ବେଳେ ୨୦୧୮ରେ ୧୧୨୬୨ ଦୁର୍ଘଟଣାରେ ୧୧୭୯୪, ୨୦୧୯ରେ ୧୧୦୬୪ ଦୁର୍ଘଟଣାରେ ୧୧୧୭୭, ୨୦୨୦ରେ ୯୮୧୭ ଦୁର୍ଘଟଣାରେ ୮୮୧୮ ଏବଂ ୨୦୨୧ରେ ୧୦୯୮୪ ଦୁର୍ଘଟଣାରେ ୯୭୮୨ ଜଣ ଗୁରୁତର ଆହତ ହୋଇଛନ୍ତି। ଭାଜପା ସଭ୍ୟ ମୋହନ ଚରଣ ମାଝିଙ୍କର ଏକ ଲିଖିତ ପ୍ରଶ୍ନର ଉତ୍ତରରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଟୁକୁନି ସାହୁ ଗୁରୁବାର ବିଧାନସଭାରେ ଏହି ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି ଯେ ଗତ ୫ ବର୍ଷରେ ଅଜଣା ଗାଡ଼ି ଧକ୍କାରେ ୪୯୪୭ ଜଣଙ୍କର ମୃତ୍ୟୁ ହୋଇଛି। ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିରୁ ସହାୟତା ପ୍ରଦାନ କରାଯାଉଛି। ଦୁର୍ଘଟଣାରେ ମୃତ୍ୟୁ ହୋଇଥିବା ବ୍ୟକ୍ତିଙ୍କ ପରିବାରକୁ ସୋଲାସିୟମ ପାଣ୍ଠିରୁ ସହାୟତା ପ୍ରଦାନ କରାଯାଉଛି। ଗତ ୫ ବର୍ଷରେ ଏହି ପାଣ୍ଠିରୁ ୨୦୨୨ ଜୁନ ମଧ୍ୟରେ ୨୫୬ ଜଣଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି ବୋଲି ମନ୍ତ୍ରୀ କହିଛନ୍ତି। ୧୦ଟି ଜିଲା ସମେତ ପୋଲିସ କମିଶନରେଟ୍‌ ଇଲାକାରେ ଟ୍ରାଫିକ ଭିଡ ନିୟନ୍ତ୍ରଣ ଲାଗି ଛାତ୍ରୀଛାତ୍ରମାନଙ୍କୁ ସ୍ବେଚ୍ଛାସେବୀ ଭାବେ ମୁତୟନ କରାଯାଉଛି। ରାଜ୍ୟର ଯେଉଁସବୁ ସ୍ଥାନରେ ବାରମ୍ବାର ଦୁର୍ଘଟଣା ଘଟୁଛି ତାହାକୁ ଚିହ୍ନଟ କରାଯିବା ସହିତ ଯେଭଳି ଦୁର୍ଘଟଣା ନ ଘଟିବ ସେ ଦିଗରେ ପଦକ୍ଷେପ ନିଆଯାଉଛି । ରାଜ୍ୟ ସରକାର ସ୍କୁଲ ବସ୍‌ ପଲିସି ପ୍ରଣୟନ କରିଥିବା ବେଳେ ଆଗାମୀ ଦିନରେ ଇଣ୍ଟେଲିଜେଣ୍ଟ ଟ୍ରାଫିକ ମ୍ୟାନେଜମେଣ୍ଟ ସିଷ୍ଟମ୍‌ କାର୍ଯ୍ୟକାରୀ କରିବାକୁ ଯୋଜନା ରହିଛି ବୋଲି ମନ୍ତ୍ରୀ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ରାଜରାସ୍ତାକୁ ଓହ୍ଲାଇବ କଂଗ୍ରେସ: ଭକ୍ତ କହିଲେ..

ଭୁବନେଶ୍ୱର,୨୧।୧୨: ପିସିସି ସଭାପତି ଭକ୍ତ ଚରଣ ଦାସ ରବିବାର ଏକ ବଡ଼ ଆହ୍ବାନ ଦେଇଛନ୍ତି। ଆସନ୍ତା ୨୬ ତାରିଖରେ କଂଗ୍ରେସ ପକ୍ଷରୁ ଜନ ଜାଗରଣ ଆନ୍ଦୋଳନ...

ଦାରିଙ୍ଗବାଡ଼ିରେ ଦିନତମାମ ବିଦ୍ୟୁତ୍‌ କାଟ୍‌, ଟୟ ଟ୍ରେନ୍‌, ମ୍ୟୁଜିକାଲ ଫାଉଣ୍ଟେନ୍‌ର ମଜା ନେଇପାରିଲେନି ପର୍ଯ୍ୟଟକ, ଶେଷରେ…

ଦାରିଙ୍ଗବାଡ଼ି,୨୧ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ରବିବାର ଛୁଟିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଭୋର ସମୟରୁ ହିଁ ବିଭିନ୍ନ ଅଞ୍ଚଳରୁ ପର୍ଯ୍ୟଟକଙ୍କ ଆଗମନ...

VB-G RAM G ବିଲକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, MGNREGA ବଦଳରେ ଏଣିକି ଲାଗୁ ହେବ…

ନୂଆଦିଲ୍ଲୀ,୨୧।୧୨: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ବିକାଶିତ ଭାରତ-ନିଯୁକ୍ତି ଏବଂ ଆଜୀବିକା ମିଶନ (ଗ୍ରାମୀଣ) ଗ୍ୟାରେଣ୍ଟି ବିଲ୍ VB-G RAM G ୨୦୨୫ କୁ ଅନୁମୋଦନ...

ଧରିତ୍ରୀର ପ୍ରଭାବ: ବେସାହାରା ଭାଇ ଭଉଣୀଙ୍କୁ ସାହାଯ୍ୟର ହାତ ବଢ଼ାଇଲେ ବିଧାୟକ

ଗଞ୍ଜାମ,୨୧।୧୨(ବିଦ୍ୟାଧର ସାହୁ ): ଧରିତ୍ରୀରେ ଖବର ପ୍ରକାଶ ପରେ ପଡିଲା ପ୍ରଭାବ । ବେସାହାରା ଭାଇଭଉଣୀକୁ ସାହାଯ୍ୟର ହାତ ବଢ଼ାଇଲେ ଛତ୍ରପୁର ବିଧାୟକ । ଗଞ୍ଜାମ...

ଏହି ମୁସଲମାନ ଦେଶରୁ ମିଳିଲା ୪୫୦୦ ବର୍ଷର ପୁରୁଣା ସୂର୍ଯ୍ୟମନ୍ଦିର

କାଇରୋ,୨୧ା୧୨: ମିଶରର ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା ମିଶରର ରାଜଧାନୀ କାଇରୋରେ ଏକ ଆବିଷ୍କାର କରିଛି, ଯାହା ବିଶ୍ୱକୁ ଆଶ୍ଚର୍ଯ୍ୟ କରିଛି। ଏଠାରେ ପ୍ରାୟ ୪,୫୦୦ ବର୍ଷ...

ଚିଲିକାରେ ଅଘଟଣ, ବୁଲିବାକୁ ଯାଇଥିବା ବେଳେ ବୁଡ଼ି ପର୍ଯ୍ୟଟକଙ୍କ ମୃତ୍ୟୁ

ଖୋର୍ଦ୍ଧା,୨୧।୧୨: ସାତପଡ଼ା ବୁଲିବାକୁ ଯାଇ ଚିଲିକାରେ ବୁଡ଼ିଗଲେ ପର୍ଯ୍ୟଟକ । ଚିଲିକା ମୁହାଣ ମୁହଁରେ ଗାଧୋଉଥିବା ସମୟରେ ଭାସିଯାଇଥିଲେ । ତେବେ ଏହି ଅଘଟଣରେ ପର୍ଯ୍ୟଟକଙ୍କ...

‘ପରବ’ର ଚତୁର୍ଥ ସନ୍ଧ୍ୟାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପ ଘୋଷଣା କରି…

କୋରାପୁଟ,୨୧ା୧୨(ଅମିତାଭ ବେହେରା): ଜାତୀୟସ୍ତରୀୟ ଆଦିବାସୀ ଲୋକ ମହୋତ୍ସବ ‘ପରବ’ ରବିବାର ଅନୁଷ୍ଠିତ ହେବାକୁ ଥିବା ଚତୁର୍ଥ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥିଭାବେ...

ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ମିଳିଲା ଯୁବକଙ୍କ ମୃତଦେହ, ପାଟିରୁ ରକ୍ତ ବାହାରିବାକୁ ନେଇ ସନ୍ଦେହ

ଭୁବନେଶ୍ବର,୨୧।୧୨:   ଭୁବନେଶ୍ୱର ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ଉଦ୍ଧାର ହେଲା ମୃତଦେହ । ଖବରପାଇ ମୈତ୍ରୀବିହାର ଥାନା ପୋଲିସ ଗେଷ୍ଟହାଉସରେ ପହଞ୍ଚି ମୃତଦେହ ଉଦ୍ଧାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri