ଦେଶର ୮ଗ୍ରାମ ମଧ୍ୟରେ ଓଡ଼ିଶାର ରଘୁରାଜପୁର

ଭୁବନେଶ୍ୱର,୩୦।୭(ବ୍ୟୁରୋ): ଦେଶର ପ୍ରମୁଖ ପର୍ଯ୍ୟଟନସ୍ଥଳୀଗୁଡିକୁ ହସ୍ତଶିଳ୍ପ କ୍ଲଷ୍ଟରରେ ସଂଯୁକ୍ତ କରାଯାଇଛି। ହସ୍ତଶିଳ୍ପ ମନ୍ତ୍ରଣାଳୟ ପକ୍ଷରୁ ‘ପର୍ଯ୍ୟଟନ ସହିତ ବୟନ ଶିଳ୍ପ ସଂଯୋଗୀକରଣ’ କାର୍ଯ୍ୟକ୍ରମ ଅଧୀନରେ ଭିତ୍ତିଭୂମି ସହାୟତା ପ୍ରଦାନ କରାଯାଉଛି। ଏଥିପାଇଁ ଦେଶର ୮ଟି ଗ୍ରାମକୁ ଚୟନ କରାଯାଇଥିବାବେଳେ ଏଥି ମଧ୍ୟରେ ଓଡ଼ିଶାର ଶିଳ୍ପଗ୍ରାମ ରଘୁରାଜପୁର ରହିଛି। ଅନ୍ୟ ଗ୍ରାମଗୁଡ଼ିକ ହେଲା ଆନ୍ଧ୍ର ପ୍ରଦେଶର ତିରୁପତି, ଗୁଜରାଟର ବଦାଜ୍‌, ଉତ୍ତରପ୍ରଦେଶର ନୈନୀ, କର୍ନାଟକର ଆନେଗୁଣ୍ଡି, ତାମିଲନାଡ଼ୁର ମହାବଳୀପୁରମ୍‌, ଉତ୍ତର ପ୍ରଦେଶର ତାଜ୍‌ ଗଞ୍ଜ ଓ ରାଜସ୍ଥାନର ଆମେର। ଏସବୁ ଗ୍ରାମର ସାମଗ୍ରିକ ବିକାଶ ସହ ଶିଳ୍ପ ଓ ପର୍ଯ୍ୟଟନର ପ୍ରଚାର ପ୍ରସାର ଏକସଙ୍ଗେ କରାଯିବ।
ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଥିବା ପୁରୀ ଜିଲାର ରଘୁରାଜପୁର ପଟ୍ଟଚିତ୍ର, ହସ୍ତଶିଳ୍ପ ଓ ଐତିହ୍ୟ ଗ୍ରାମ ଭାବେ ସୁଖ୍ୟାତି ଅର୍ଜନ କରିଛି। ଏବେ ଏଠାରେ ପର୍ଯ୍ୟଟନ ସହ ଶିଳ୍ପର ଏକତ୍ର ପ୍ରଚାର ପ୍ରସାର କରାଯିବ। ହସ୍ତଶିଳ୍ପକୁ କାରିଗରଙ୍କ ନିମନ୍ତେ ଏକ ସ୍ଥାୟୀ ତଥା ଲାଭଦାୟକ ଜୀବିକା ନିର୍ବାହର ବିକଳ୍ପ ରୂପରେ ବିକଶିତ କରିବ। ଏହାଦ୍ୱାରା ଦେଶର ସମୃଦ୍ଧ କାରିଗରି ଐତିହ୍ୟର ସୁରକ୍ଷା ହେବ। ଏହି କାର୍ଯ୍ୟକ୍ରମ ମାଧ୍ୟମରେ ସାରା ଦେଶରେ ପ୍ରାୟ ୧,୦୦୦ କାରିଗର ପ୍ରତ୍ୟକ୍ଷ ଲାଭ ପାଇବେ। ଏଥିସହ ପର୍ଯ୍ୟଟକମାନଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବ ବୋଲି ପତ୍ର ସୂଚନା କାର୍ଯ୍ୟାଳୟ (ପିଆଇବି) ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

PEOଙ୍କୁ ଗିରଫ କଲା ଭିଜିଲାନ୍ସ: ଆୟଠାରୁ ଅଧିକ ସମ୍ପତ୍ତି ରଖିବା ଅଭିଯୋଗରେ ହୋଇଥିଲା ଚଢାଉ

ବଞ୍ଚୋ,୩୧।୧୨ (ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡ଼ିହି ବ୍ଲକ PEO(କାର୍ଯ୍ୟନିର୍ବାହୀ ଅଧିକାରୀ) ଜିତେନ୍ଦ୍ର ଜେନାଙ୍କ ଘରେ ଭିଜିଲାନ୍ସ ଚଢାଉ କରିଥିବା ବେଳେ ଆଜି ତାଙ୍କୁ ଗିରଫ...

ଭଦ୍ରକ ଏସପି ଅଫିସକୁ ନୂଆ ବର୍ଷରେ ଫୁଲତୋଡ଼ା ମନା: ଲାଗିଲା ନୋଟିସ

ଭଦ୍ରକ,୩୧।୧୨(ସନାତନ ରାଉତ): ଭଦ୍ରକ ଏସ୍‌ପି ଅଫିସକୁ ନୂଆବର୍ଷରେ ଫୁଲ ତୋଡ଼ା ନେଇ ଯିବାକୁ ବାରଣ କରାଯାଇଛି। ନୂଆ ବର୍ଷରେ ଶୁଭେଚ୍ଛା ଜଣାଇବା ପାଇଁ ବହୁ ବହୁ...

ଭିତରେ ମିଟିଂ କରୁଥିଲେ ସିଏସଓ: ଅଫିସ ଭିତରେ ଧାରଣା ଦେଲେ ଚାଷୀ, ଧାନ ନ ଉଠିବାରୁ…

ବଲାଙ୍ଗୀର, ୩୧।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଳକ କୁସମେଲ ପ୍ୟାକ୍ସରେ ଚାଷୀମାନଙ୍କ ଧାନ କିଣା ନ ଥିବାରୁ ଏହି ପ୍ୟାକ୍ସ ଅନ୍ତର୍ଗତ ବିଭିନ୍ନ...

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

ବାଇକ୍‌ରେ ଗଲା ବେଳେ ପିଉସୀଅ-ପୁତୁରାଙ୍କ ବେକରେ ଲାଗିଲା ମାଞ୍ଜା ସୂତା: ପରେ…

 କଟକ ସଦର,୩୧।୧୨(ସୁଶାନ୍ତ କୁମାର ଜେନା): କଟକ ଜିଲା  ୪୨ ମୌଜା ଥାନା ଅନ୍ତର୍ଗତ  ବ୍ରହ୍ମପୁର ଗ୍ରାମରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ପିଉସୀ...

ଚାଇନାକୁ ବଡ଼ ଝଟକା ଦେଲା ଭାରତ, ଏହି ଜିନିଷ ଉପରେ ଲାଗୁ କଲା ୩ ବର୍ଷର ଟାରିଫ୍‌, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ମଙ୍ଗଳବାର ଚାଇନା ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri