ସ୍କୁଲ ବସ୍‌ ଦୁର୍ଘଟଣାଗ୍ରସ୍ତ: ଛାତ୍ର-ଶିକ୍ଷକଙ୍କ ସମେତ ୧୧ମୃତ

ଢାକା,୩୦।୭: ବାଂଲାଦେଶରୁ ଏକ ଭୟଙ୍କର ଦୁର୍ଘଟଣା ଖବର ସାମ୍ନାକୁ ଆସିଛି। ଏଠାରେ ଉଚ୍ଚଶିକ୍ଷା ଏବଂ ସରକାରୀ ଚାକିରି ପାଇଁ ପ୍ରସ୍ତୁତ ହେଉଥିବା ଏକ ଦଳ ସେମାନଙ୍କ ଶିକ୍ଷକମାନଙ୍କ ସହିତ ଟୁର୍‌ରେ ଯାଇଥିଲେ। ସେଠାରୁ ଫେରୁଥିବା ବେଳେ ଟ୍ରେନ୍‌ ସହ ମାଇକ୍ରୋବସ୍‌ର ଧକ୍କା ହୋଇଛି। ଯେଉଁଥିରେ ୪ଜଣ ଶିକ୍ଷକଙ୍କ ସମେତ ୧୧ ଜଣଙ୍କର ମୃତ୍ୟୁ ଘଟିଛି। ଅନ୍ୟପଟେ ବାକି ୭ଜଣ ଗୁରୁତର ଥିବା ବେଳେ ଜୀବନ ସହ ସଂଗ୍ରାମ କରୁଥିବା ଜଣାପଡ଼ିଛି। ଏହି ଘଟଣା ଚଟୋଗ୍ରାମର ମିରସରାୟ ଉପ-ଜିଲାରେ ଘଟିଛି। ସୂଚନା ମୁତାବକ, ଦୁର୍ଘଟଣା ଘଟିବା ସମୟରେ ରେଲଓ୍ବେ କ୍ରସିଂର ଫାଟକ ଖୋଲାଥିଲା। ଏଥିଯୋଗୁ ବସ୍‌ ଚାଳକ ରାସ୍ତା ପାର କରିଥିଲେ। ହେଲେ ଏହି ସମୟରେ ଦ୍ରୁତ ଗତିରେ ଆସୁଥିବା ଟ୍ରେନ୍‌ ସେହି ମାଇକ୍ରୋବସ୍‌କୁ ଧକ୍କା ଦେଇଥିଲା। ଏହି ଘଟଣାରେ ମାଇକ୍ରୋବସ୍‌ ଟ୍ରେନ୍‌ର ଇଞ୍ଜିନ ସହିତ ପ୍ରାୟ ଏକ କିଲୋମିଟର ପର୍ଯ୍ୟନ୍ତ ଟାଣି ହୋଇଯାଇଥିଲା। ଶୁକ୍ରବାର ମଧ୍ୟାହ୍ନ ପ୍ରାୟ ୧୨ଟା ୪୫ରେ ଏହି ଦୁର୍ଘଟଣା ଘଟିଥିଲା। ଏହି ଦୁର୍ଘଟଣାରେ ପ୍ରାଣ ହରାଇଥିବା ସମସ୍ତ ଲୋକଙ୍କୁ ଚିହ୍ନଟ କରାଯାଇଛି। ମୃତବ୍ୟକ୍ତି ହେଲେ ହାଥଜରୀ ଉପଜା ଅମନ ବଜାର ଅଞ୍ଚଳରେ ଥିବା କୋଚିଂ ସେଣ୍ଟରର ଛାତ୍ର ଏବଂ ଶିକ୍ଷକ। ସେମାନେ ସମସ୍ତେ ଓ୍ବାଟରଫଲ୍‌ ଦେଖିବାକୁ ଯାଇଥିଲେ ବୋଲି ସୂଚନା ମିଳିଛି। ଅନ୍ୟପଟେ ରେଳ ବିଭାଗର ଅଧିକାରୀମାନେ ଏହି ଘଟଣାର ଯାଞ୍ଚ ପାଇଁ ରେଳ ବିଭାଗର ବିଭାଗୀୟ ପରିବହନ ଅଧିକାରୀ ଅନ୍‌ସାର ଅଲ୍ଲୀଙ୍କ ନେତୃତ୍ୱରେ ଏକ ପାଞ୍ଚ ଜଣିଆ ସଦସ୍ୟ କମିଟି ଗଠନ କରିଛନ୍ତି। ରେଲଓ୍ବେର ଜେନେରାଲ ମ୍ୟାନେଜର ଜାହାଙ୍ଗୀର ହୁସେନ ଏହି ଘଟଣାର ଯାଞ୍ଚ କରି କମିଟିକୁ ଶୀଘ୍ର ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାଭାଲ୍‌ନି ଗ୍ରୁପ୍‌ ପାଇଁ କାମ କରୁଥିବା ୨ ଖବରଦାତା ଗଲେ ଜେଲ

ଲଣ୍ଡନ,୨୮ା୪:ରୁଷିଆର ଦିବଂଗତ ବିରୋଧୀ ଦଳ ନେତା ଆଲେକ୍ସି ନାଭାଲ୍‌ନିଙ୍କ ଦ୍ୱାରା ପ୍ରତିଷ୍ଠିତ ଗ୍ରୁପ୍‌ ପାଇଁ କାମ କରୁଥିବା ଅଭିଯୋଗରେ ୨ ଜଣ ଖବରଦାତାଙ୍କୁ ଭ୍ଲାଡିମିର ପୁଟିନ୍‌...

ବେଲୁଚିସ୍ତାନରେ ବର୍ଷା ବିତ୍ପାତ: ୨୨ ମୃତ

କରାଚି,୨୮ା୪:ପାକିସ୍ତାନର ବେଲୁଚିସ୍ତାନ ପ୍ରଦେଶରେ ପ୍ରବଳ ବର୍ଷା ସାଙ୍ଗକୁ କୁଆପଥର ବୃଷ୍ଟି ଯୋଗୁ ୨୨ ଜଣଙ୍କ ମୃତ୍ୟୁ ଘଟିଛି। କାଳବୈଶାଖୀଜନିତ ପ୍ରବଳ ବର୍ଷା ଯୋଗୁ ବିଭିନ୍ନ ଜଲାର...

ସମଲିଙ୍ଗି ସମ୍ପର୍କ ରଖିବା ହେବ ଅପରାଧ, ହୋଇପାରେ ୧୫ ବର୍ଷ ଜେଲ, ପ୍ରତିକ୍ରିୟା ରଖିଲା ଆମେରିକା

ଓ୍ବାଶିଂଟନ,୨୮।୪: ସମଲିଙ୍ଗୀ ସମ୍ପର୍କ ସମ୍ପର୍କରେ ଏକ ଆଇନ ଶନିବାର ଇରାକ ସଂସଦରେ ପାରିତ ହୋଇଛି। ଇରାକର ସଂସଦ ସମଲିଙ୍ଗୀ ସମ୍ପର୍କକୁ ଅପରାଧ ବୋଲି କହିଛି। ଏଥି...

ଭାରତ ଯାତ୍ରା ସ୍ଥଗିତ ରଖି କାହିଁକି ଚାଇନା ପହଞ୍ଚିଲେ ମସ୍କ

ସାଂଘାଇ,୨୮।୪: ଟେସଲା ସିଇଓ ଏଲୋନ ମସ୍କ ରବିବାର ଦିନ ହଠାତ୍‌ ଚାଇନା ଗସ୍ତ କରିଛନ୍ତି। ବୈଦ୍ୟୁତିକ ଯାନ ମାମଲାରେ ଚାଇନା ଦ୍ୱିତୀୟ ବୃହତ୍ତମ ବଜାର ।...

ଭାରତ ଆସୁଥିବା ଜାହାଜରେ କ୍ଷେପଣାସ୍ତ୍ର ମାଡ଼

ନୂଆଦିଲ୍ଲୀ,୨୭ା୪: ଲୋହିତ ସାଗର ଦେଇ ରୁଷିଆରୁ ତେଲ ଆଣି ଭାରତ ଆସୁଥିବା ଏକ ଜାହାଜ ଉପରେ କ୍ଷେପଣାସ୍ତ୍ର ଆକ୍ରମଣ ହୋଇଛି। ୟେମେନ୍‌ର ହୁଟି ଆତଙ୍କବାଦୀ ଏହି...

୨୦ ଫୁଟ ଉପରକୁ ଉଠି ଗଛରେ ପିଟିହେଲା କାର୍‌, ଆମେରିକାରେ ୩ ଭାରତୀୟ ମହିଳାଙ୍କ ଜୀବନ ଗଲା

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୭ା୪: ଆମେରିକାର ଦକ୍ଷିଣ କାରୋଲିନା ରାଜ୍ୟରେ ଏକ ସଡ଼କ ଦୁର୍ଘଟଣାରେ ୩ ଭାରତୀୟ ମହିଳାଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ତିନି ମହିଳା...

ଜାପାନରେ ଶକ୍ତିଶାଳୀ ଭୂକମ୍ପ, ବ୍ୟାପକ କ୍ଷୟକ୍ଷତି ଆଶଙ୍କା

ଟୋକିଓ,୨୭ା୪: ଜାପାନର ବୋନିନ ଦ୍ୱୀପପୁଞ୍ଜରେ ଶନିବାର ଅପରାହ୍ନରେ ଭୂକମ୍ପ ଅନୁଭୂତ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲ୍‌ରେ ୬.୩ ମାପ କରାଯାଇଛି। ଏହି ଭୂକମ୍ପର କେନ୍ଦ୍ର...

ଜୀବନର ବହୁତ ବଡ କଥା କହିଲେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ

ଓ୍ବାଶିଂଟନ,୨୭।୪: ଆମେରିକାରେ କିଛି ମାସ ମଧ୍ୟରେ ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବ। ଇତିମଧ୍ୟରେ ରାଷ୍ଟ୍ରପତି ଜୋ ବାଇଡେନ ଏବଂ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri