ଭୁବନେଶ୍ୱର, ୩୦।୭(ବ୍ୟୁରୋ): ଓଡ଼ିଶା ସ୍ବାସ୍ଥ୍ୟ ବିଜ୍ଞାନ ବିଶ୍ୱବିଦ୍ୟାଳୟ ଚଳିତବର୍ଷଠାରୁ କାର୍ଯ୍ୟକ୍ଷମ ହେବ। ବିଶ୍ୱବିଦ୍ୟାଳୟ ଅଗ୍ରଗତି ନେଇ ଶନିବାର ସ୍ବାସ୍ଥ୍ୟ ବିଭାଗର ସମୀକ୍ଷା ବୈଠକରୁ ଏହି ସୂଚନା ମିଳିଛି। ୨୦୨୧ ଜୁଲାଇରେ ବିଧାନସଭାରେ ଓଡ଼ିଶା ସ୍ବାସ୍ଥ୍ୟ ବିଜ୍ଞାନ ବିଶ୍ୱବିଦ୍ୟାଳୟ ବିଲ୍ ପାସ୍ ହୋଇଥିଲା। ବର୍ତ୍ତମାନ ଭୁବନେଶ୍ୱରର ଶିଶୁ ଭବନ ଛକ ସନ୍ନିକଟ ଏକ ସରକାରୀ କାର୍ଯ୍ୟାଳୟରେ ବିଶ୍ୱବିଦ୍ୟାଳୟ କାର୍ଯ୍ୟ ଆରମ୍ଭ ହୋଇଛି। ଏସ୍ସିବି ମେଡିକାଲ କଲେଜ ଏବଂ ହସ୍ପିଟାଲର ଡିନ୍ ଓ ପ୍ରିନ୍ସିପାଲ ପ୍ରଫେସର ଡା. ଦତ୍ତେଶ୍ୱର ହୋତାଙ୍କୁ ଓଏସ୍ଡି ଭାବେ ନିଯୁକ୍ତି ଦିଆଯାଇଛି। ଏହା ମଧ୍ୟରେ ବିଶ୍ୱବିଦ୍ୟାଳୟ ଓ୍ବେବ୍ସାଇଟ କାର୍ଯ୍ୟ ଆରମ୍ଭ କରାଯାଇଥିବାବେଳେ ଶୀଘ୍ର କାର୍ଯ୍ୟକ୍ଷମ କରାଯିବାକୁ ବୈଠକରେ ଗୁରୁତ୍ୱାରୋପ କରାଯାଇଛି। ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଭୁବନେଶ୍ୱର ସହର ଉପକଣ୍ଠରେ ୨୦ ରୁ ୨୫ ଏକର ଜାଗା ଆବଶ୍ୟକ ଥିବାବେଳେ ଜାଗା ଚିହ୍ନଟ ପାଇଁ ଏକ କମିଟି ଗଠନ କରାଯାଇଛି। ଭବିଷ୍ୟତରେ ଏହାକୁ ଏକ ସ୍ବୟଂଶାସିତ ଓ ଉତ୍କର୍ଷ କେନ୍ଦ୍ର ଭାବେ ପ୍ରତିଷ୍ଠା କରାଯିବ ବୋଲି ସରକାରଙ୍କ ପକ୍ଷରୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ଜାତୀୟ ସ୍ବାସ୍ଥ୍ୟ ମିଶନ ପରିଚାଳନା ନିର୍ଦ୍ଦେଶକ ଶାଳିନୀ ପଣ୍ଡିତଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।
କାହିଁକି ଭଡ଼ା ବୃଦ୍ଧି କଲା ରେଳ ବିଭାଗ ଜାଣନ୍ତୁ…
ନୂଆଦିଲ୍ଲୀ,୨୧ା୧୨: ଭାରତୀୟ ରେଳ ବିଭାଗ ୨୬ ଡିସେମ୍ବରରୁ ଯାତ୍ରୀ ଭଡ଼ାରେ ପରିବର୍ତ୍ତନ ଘୋଷଣା କରିଛି। ତେବେ ଏହି ଭଡ଼ା ବୃଦ୍ଧି ପଛରେ ମୁଖ୍ୟ କାରଣ ହେଉଛି...
ବିଜେଡିକୁ ନେଇ ଏମିତି କହିଲେ ଅଶୋକ ପଣ୍ଡା, ଭାଜପା କଂଗ୍ରେସରେ ଯେଭଳି…
ଭୁବନେଶ୍ୱର,୨୧ା୧୨: ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ...
ସାଜସଜ୍ଜା ଅନନ୍ୟ, ଅପେକ୍ଷାରେ ଅଭିନୟ
ବରଗଡ଼,୨୧।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା। ଆସନ୍ତା ୨୪ରୁ ଏହି ମହୋତ୍ସବ ଆରମ୍ଭ ହେବ। ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଏହା ଚାଲିବ।...
‘ଭାଜପା ପାଇଁ ସେକ୍ୟୁଲାରିଜମ ଶବ୍ଦ ସେତିକି ପିତା ଯେମିତି ନିମ୍ବର ଫଳ’, କାହିଁକି ଏମିତି କହିଲେ ଷ୍ଟାଲିନ? ଜାଣନ୍ତୁ…
ଚେନ୍ନାଇ,୨୧।୧୨: ଚେନ୍ନାଇରେ ଖ୍ରୀଷ୍ଟମାସ ପାଳନ ଅବସରରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ କେନ୍ଦ୍ରରେ କ୍ଷମତାସୀନ ଭାରତୀୟ ଜନତା ପାର୍ଟି (ଭାଜପା)କୁ କଡ଼ା ଟାର୍ଗେଟ କରିଥିଲେ। ସେ...
ସରକାରୀ ଜମିରୁ ଧାନକଟାକୁ ନେଇ ଦୁଇ ଗୋଷ୍ଠୀ ବିବାଦ: ଲାଗୁ ହେଲା ୧୬୩ ଧାରା
ମହାକାଳପଡ଼ା,୨୧ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ପେଟଛେଲା ଗ୍ରାମ ଜଙ୍ଗଲ ଜମି ଧାନ କାଟିବା ନେଇ ଦୁଇ ଗୋଷ୍ଠୀ...
ଘରେଥିଲେ ବୃଦ୍ଧ ହଠାତ୍ ଲାଗିଗଲା ନିଆଁ: ଶେଷରେ…
ବାରିପଦା, ୨୧।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ମୁଣ୍ଢାକଟା ପଞ୍ଚାୟତ ଜୁନା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଘରେ...
BSF କନଷ୍ଟେବଳ ନିଯୁକ୍ତିରେ ଅଗ୍ନିବୀରଙ୍କୁ ମିଳିବ ୫୦ ପ୍ରତିଶତ ସଂରକ୍ଷଣ, ଗୃହ ମନ୍ତ୍ରଣାଳୟ ଜାରି କଲା ନୋଟିଫିକେଶନ
ନୂଆଦିଲ୍ଲୀ,୨୧।୧୨: କେନ୍ଦ୍ର ସରକାର ସୀମା ସୁରକ୍ଷା ବାହିନୀର ନିଯୁକ୍ତି ବ୍ୟବସ୍ଥାରେ ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣି ସାଧାରଣ ଡ୍ୟୁଟି କ୍ୟାଡର ସହିତ ଜଡିତ ନିୟମଗୁଡ଼ିକୁ ସଂଶୋଧନ...
ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋରଦାର ପ୍ରସ୍ତୁତି: ଅଣ୍ଟା ଭିଡିଲେଣି ବିଡିଓ, କହିଲେ ଏଥର ମଞ୍ଚ ଦୁଲୁକିବ…
ଦାରିଙ୍ଗବାଡି, ୨୧।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ଶୀତ ମହୋତ୍ସବକୁ ନେଇ ଜିଲା ତଥା ଜଲା ବାହାରେ ଉତ୍କଣ୍ଠା ବଢିଛି। ଶୀତ ମହୋତ୍ସବ ଦାରିଙ୍ଗବାଡି...
Archives


