Posted inଜାତୀୟ

ଅଗଷ୍ଟ ୪ ପର୍ଯ୍ୟନ୍ତ ରିମାଣ୍ଡରେ ଗଲେ ସଞ୍ଜୟ ରାଉତ

ମୁମ୍ବାଇ,୧।୮: ପାତ୍ରା ଚୌଲ ଜମି ଦୁର୍ନୀତି ମାମଲାରେ ଶିବସେନା ଏମ୍‌ପି ସଞ୍ଜୟ ରାଉତଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଗିରଫ କରିଛି। ସଞ୍ଜୟଙ୍କୁ ଅଗଷ୍ଟ ୪ ପର୍ଯ୍ୟନ୍ତ ରିମାଣ୍ଡରେ ନେଇଛି ଇଡି। ପଚରାଉଚରା ପାଇଁ ଇଡି ପିଏମ୍‌ଏଲ୍‌ଏ କୋର୍ଟରେ ୮ ଦିନିଆ ରିମାଣ୍ଡରେ ନେବାକୁ ଆବେଦନ କରିଥିଲା। ମୁମ୍ବାଇରେ ସଞ୍ଜୟ ରାଉତଙ୍କ ବାସଭବନ ଉପରେ ଚଢାଉ କରି ପ୍ରାୟ ନଅ ଘଣ୍ଟା ପଚରାଉଚରା ପରେ ତାଙ୍କୁ ଗିରଫ କରିଥିଲା। ସୋମବାର ସକାଳେ ଡାକ୍ତରୀ ପରୀକ୍ଷା ପରେ ଇଡି ତାଙ୍କୁ କୋର୍ଟରେ ହାଜର କରାଇଥିଲା। ଦୀର୍ଘ ସମୟ ଶୁଣାଣି ପରେ କୋର୍ଟ ସଞ୍ଜୟ ରାଉତଙ୍କୁ ଚାରି ଦିନିଆ ଇଡି ରିମାଣ୍ଡରେ ପଠାଇଛନ୍ତି।
ସୂଚନାଯୋଗ୍ୟ, ମୁମ୍ବାଇର ପାତ୍ରା ଚୌଲ ଉନ୍ନତୀକରଣ କାର୍ଯ୍ୟରେ ସଞ୍ଜୟଙ୍କ ସ୍ତ୍ରୀ ଏବଂ ସହଯୋଗୀଙ୍କ ସଂପୃକ୍ତି ନେଇ ଅନିୟମିତତା ଅଭିଯୋଗ ହୋଇଛି। ଏନେଇ ମୁମ୍ବାଇର ବକୋଲା ଥାନାରେ ଜଣେ ମହିଳା ସଞ୍ଜୟଙ୍କ ବିରୋଧରେ ଏକ ଏଫଆଇଆର ରୁଜୁ ହୋଇଥିଲା। ଗତକାଲି ସକାଳ ୭ଟାରେ ସିଆରପିଏଫ ଯବାନଙ୍କ ସହାୟତାରେ ଇଡି ସଞ୍ଜୟ ରାଉତଙ୍କ ଘର ମୈତ୍ରୀ ବଙ୍ଗଳାରେ ରେଡ ଆରମ୍ଭ କରିଥିଲା। ଦୀର୍ଘ ୯ ଘଣ୍ଟାର ଛାନଭିନ କରିବା ପରେ ସଞ୍ଜୟଙ୍କ ଘରୁ ଇଡି ୧୧ ଲକ୍ଷ ୫୦ ହଜାର ଟଙ୍କା ଜବତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨୦୩୦ ସୁଦ୍ଧା ଭାରତ ହେବ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତି; ୭.୩ ଟ୍ରିଲିୟନ ଡଲାରରେ ପହଞ୍ଚିବ GDP

ବେଙ୍ଗାଲୁରୁ,୨୯।୧୨: ଭାରତୀୟ ଅର୍ଥନୀତି ଏକ ନୂତନ ମାଇଲଖୁଣ୍ଟ ଅତିକ୍ରମ କରିଛି। ସୋମବାର ଜାରି ହୋଇଥିବା ଏକ ସରକାରୀ ବିବୃତ୍ତି ଅନୁଯାୟୀ, ୪.୧୮ ଟ୍ରିଲିୟନ ଡଲାର GDP...

ଆତ୍ମହତ୍ୟା କଲେ ଅଭିନେତ୍ରୀ, ସରକାରୀ ଚାକିରି କରିବାକୁ ଚାପ ପକାଉଥିଲେ ପରିବାର

ବେଙ୍ଗାଲୁରୁ,୨୯।୧୨: ସରକାରୀ ଚାକିରି ଆଉ ବିବାହ ଚାପରୁ ମୁକୁଳିପାରି ନାହାନ୍ତି ଲୋକପ୍ରିୟ ଅଭିନେତ୍ରୀ ନନ୍ଦିନୀ ସିଏମ୍‌। ବେଙ୍ଗାଲୁରୁର କେଙ୍ଗେରୀ ସ୍ଥିତ ଏକ ପେଇଂ ଗେଷ୍ଟ (PG)...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ୭୯,୦୦୦ କୋଟି ଟଙ୍କାର ସାମରିକ ଉପକରଣ କିଣିବାକୁ ମଞ୍ଜୁରୀ

ନୂଆଦିଲ୍ଲୀ ,୨୯।୧୨: ଶକ୍ତିଶାଳୀ ହେବ ଭାରତୀୟ ସେନା। ନାଲି ଆଖି ଦେଖାଇଲେ ମିସାଇଲ ମାଡ଼ କରିବ ଭାରତ। ଦେଶର ପ୍ରତିରକ୍ଷା କ୍ଷମତାକୁ ଅଧିକ ସୁଦୃଢ଼ କରିବା...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri