Posted inଜାତୀୟ

ଏୟାର ଇଣ୍ଡିଆର ନୂଆ ନୀତି: ଅବସର ନେବା ପରେ ୬୫ ବର୍ଷ ବୟସ ପର୍ଯ୍ୟନ୍ତ ଉଡାଇ ପାରିବେ ବିମାନ

ନୂଆଦିଲ୍ଲୀ,୨ ।୮: ଟାଟା ଗ୍ରୁପର ବିମାନ କମ୍ପାନୀ ଏୟାର ଇଣ୍ଡିଆ ଏବେ ତା’ର ପାଇଲଟଙ୍କୁ ୬୫ ବର୍ଷ ବୟସ ପର୍ଯ୍ୟନ୍ତ ବିମାନ ଉଡାଇବାର ଅନୁମତି ଦେବାକୁ ନିଷ୍ପତ୍ତି ନେଇଛି । ଏଥିପାଇଁ କମ୍ପାନୀ ପକ୍ଷରୁ ନୂଆ ନୀତି ଆସିଛି । ଏହି ନୂଆ ନୀତି ଅନୁଯାୟୀ, ଏୟାର ଇଣ୍ଡିଆ ମନୋନୀତ ପାଇଲଟଙ୍କୁ ଅବସର ନେବାପରେ ୫ ବର୍ଷ ପାଇଁ କଣ୍ଟ୍ରାକ୍ଟ ବେସିସରେ ସେବା କରିବାର ସୁଯୋଗ ଦେବ । ଏଥିରେ ଜଣେ ପାଇଲଟ ୬୫ ବର୍ଷ ବୟସ ପର୍ଯ୍ୟନ୍ତ ସେବା ଯୋଗାଇ ପାରିବେ । ଟାଟା ଗ୍ରୁପର ସୂଚନା ଅନୁଯାୟୀ, କମ୍ପାନୀ ତା’ର ବିମାନ ଉଡାଣକୁ ସମ୍ପ୍ରସାରଣ କରିବାର ଯୋଜନା ରଖିଥିବାରୁ ଏଭଳି ନିଷ୍ପତ୍ତି ନେଇଥିବା ଜଣାପଡିଛି ।
ଏହାର ଇଣ୍ଡିଆର ମାନବ ସମ୍ବଳ ବିଭାଗର ମୁଖ୍ୟଙ୍କ ପକ୍ଷରୁ ଜାରି କରାଯାଇଥିବା ପତ୍ରରେ କୁହାଯାଇଛି, ଏୟାର ଇଣ୍ଡିଆ ବର୍ତ୍ତମାନ ପାଇଲଟଙ୍କ ଅବସର ବୟସ ୫୮ ବର୍ଷ ରଖିଛି । ହେଲେ କମ୍ପାନୀ ଏହାର ବିମାନ ସଂଖ୍ୟାକୁ ବଢାଇବାକୁ ଚିନ୍ତା କରିଥିବାରୁ ଅବସର ପରେ ମଧ୍ୟ ପାଇଲଟଙ୍କୁ ସେବା ଯୋଗାଇ ଦେବା ଲାଗି ଏହି ନୂଆ ନିୟମ ଆଣିଛି ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରିୟଙ୍କା ଗାନ୍ଧୀଙ୍କ ବୋହୂ ଅଭିଭାଙ୍କ ସମ୍ପତ୍ତି କେତେ? ଏମିତି କରନ୍ତି ମୋଟା ଅଙ୍କର ରୋଜଗାର

ନୂଆଦିଲ୍ଲୀ,୩୦।୧୨: ଦେଶର ପ୍ରମୁଖ ରାଜନୈତିକ ପରିବାର ମଧ୍ୟରୁ ଗୋଟିଏ ଗାନ୍ଧୀ-ଭଦ୍ରା ପରିବାର ଖୁବ ଶୀଘ୍ର ବିବାହ ଘୋଷଣା କରିବାକୁ ଯାଉଛନ୍ତି। ପ୍ରସ୍ତୁତି ଚାଲିଛି, ଏବଂ ବିବାହ...

ତହସିଲଦାରଙ୍କ ଘରୁ ମିଳିଲା ବିଡ଼ାବିଡ଼ା ଟଙ୍କା ସାଙ୍ଗକୁ ପୁଳାପୁଳା ସୁନା: ଭିଜିଲାନ୍ସର ବଡ଼ଧରଣର ରେଡ୍‌

ଭୁବନେଶ୍ୱର,୩୦।୧୨: କଟକ ବାରଙ୍ଗ ତହସିଲର ଅତିରିକ୍ତ ତହସିଲଦାର ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ହାବୁଡରେ ପଡ଼ିଛନ୍ତି। ତହସିଲଦାର ଜିତେନ୍ଦ୍ର କୁମାର ପଣ୍ଡାଙ୍କ ଘରେ ଭିଜିଲାନ୍ସ...

ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ବଡ଼ ବୟାନ, ବଣଭୋଜି ନାରେ ପ୍ରଦୂଷଣ କଲେ ହେବ…

ଭୁବନେଶ୍ୱର,୩୦।୧୨: ବର୍ତ୍ତମାନ ସମୟରେ ପର୍ଯ୍ୟଟନ ଋତୁ ଚାଲୁଥିବା ବେଳେ ଅନେକ ସ୍ଥାନରେ ପର୍ଯ୍ୟଟକଙ୍କ ଗହଳି ଦେଖାଯାଉଛି । ବଣଭୋଜି କରି ମଜା ନେଉଛନ୍ତି ଲୋକେ ।...

ଭଦ୍ରକରେ କିନ୍ନରଙ୍କୁ ଆକ୍ରମଣ: ଚୁଟି କାଟିବା ସହ ଟଙ୍କା ସୁନା ଲୁଟ ଅଭିଯୋଗ, ଥାନାରେ ଉତ୍ତେଜନା

ଭଦ୍ରକ, ୩୦/୧୨(ସନାତନ ରାଉତ): ଭଦ୍ରକରେ ୨ ଗୋଷ୍ଠୀ କିନ୍ନରଙ୍କ ବିବାଦ ଥମିବାର ନାଁ ଧରୁନି । ଉଭୟ ଗୋଷ୍ଠୀ ମଧ୍ୟରେ ଛକା ପଞ୍ଝା ଲାଗି ରହିଥିବା...

Bank Holiday: ଜାନୁଆରୀରେ ୧୬ ଦିନ ବନ୍ଦ ରହିବ ବ୍ୟାଙ୍କ, ଚେକ୍ କରନ୍ତୁ ଲିଷ୍ଟ

ନୂଆଦିଲ୍ଲୀ,୩୦।୧୨: ଯଦି ଆପଣଙ୍କର ନୂତନ ବର୍ଷରେ ବ୍ୟାଙ୍କିଂ କାମ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ। ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)...

ବଡ଼ ଭବିଷ୍ୟବାଣୀ କଲେ ଶାହା: ‘୨୦୨୬ରେ ପଶ୍ଚିମବଙ୍ଗରେ ବିପୁଳ ବହୁମତ ସହିତ ସରକାର ଗଢିବ ଭାଜପା’

ନୂଆଦିଲ୍ଲୀ,୩୦।୧୨: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କୋଲକାତାରେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଏହି ସମୟରେସେ କହିଛନ୍ତି ଯେ ଏହି ଦିନଟି ସମସ୍ତ ଭାରତୀୟଙ୍କ...

8th Pay Commission: କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ବଡ଼ ଖବର: ଜାନୁଆରୀ ୧ରୁ ବୃଦ୍ଧି ପାଇବ ଦରମା, ପେନସନ! ଜାଣନ୍ତୁ ଅପଡେଟ୍‌

ନୂଆଦିଲ୍ଲୀ,୩୦।୧୨: ୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ଏହି ସପ୍ତାହ ୨୦୨୬ର ଆରମ୍ଭ। ଏହି ବର୍ଷ ଅନେକ ଦିଗରେ ଅନେକ ପରିବର୍ତ୍ତନ ଆଣିଛି। କେନ୍ଦ୍ର ସରକାରୀ...

ପେଟ୍ରୋଲ ପମ୍ପ ସ୍ଥାନରେ ଧାନ ଚାଷ: ସାଟେଲାଇଟ ସର୍ଭେରେ ଧରାପଡିଲା ଗୁମର

ଛତ୍ରପୁର,୩୦।୧୨(ଦିଲ୍ଲୀପ ସାମଲ): ପେଟ୍ରୋଲ ପମ୍ପ ଅଛି, କିନ୍ତୁ ଧାନ ଚାଷ ହୋଇଥିବା ନେଇ ଚାଷୀ କରିଛି ପଞ୍ଜିକରଣ। ଶେଷରେ ରାଜ୍ୟ ସରକାରଙ୍କ ଓଡିଶା ରାଜ୍ୟ କମ୍ପ୍ୟୁଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri