ସମ୍ବଲପୁରୀ ନୃତ୍ୟ, ଗୀତରେ ଝୁମିଲେ ଦର୍ଶକ

ଝାରସୁଗୁଡ଼ା ଅଫିସ,୨।୮: ସମ୍ବଲପୁରୀ ଭାଷା ସାହିତ୍ୟ ସାଧକ ଗୁରୁ ସତ୍ୟନାରାୟଣ ବହିଦାରଙ୍କ ଜନ୍ମ ଦିବସ ଉପଲକ୍ଷେ ଅଗଷ୍ଟ ୧ ତାରିଖରେ ମଙ୍ଗଳବଜାର ସ୍ଥିତ ଜିଲା କ୍ରୀଡ଼ା ପ୍ରେକ୍ଷାଳୟରେ ‘ସମ୍ବଲପୁରୀ ଦିନ’ ଧୁମଧାମରେ ପାଳିତ ହୋଇଯାଇଛି । ସମ୍ବଲପୁରୀ ଭାଷାର ପ୍ରଚାର ପ୍ରସାର ପାଇଁ ଆୟୋଜିତ ‘ସମ୍ବଲପୁରୀ ଦିନ’ ପାଳନ ଅବସରରେ ଝାରସୁଗୁଡ଼ାର ବିଭିନ୍ନ ସ୍କୁଲର ଛାତ୍ରୀଛାତ୍ର, ସ୍ବେଚ୍ଛାସେବୀ ଅନୁଷ୍ଠାନର ସଦସ୍ୟାସଦସ୍ୟ ବୁଦ୍ଧିଜୀବୀଙ୍କୁ ନେଇ ଏକ ସାଂସ୍କୃତିକ ଶୋଭାଯାତ୍ରା ସ୍ଥାନୀୟ କନକଦୁର୍ଗା ମନ୍ଦିରରୁ ବାହାରି ମଙ୍ଗଳବଜାର ଜିଲା କ୍ରୀଡ଼ା ପ୍ରେକ୍ଷାଳୟରେ ପହଞ୍ଚିଥିଲା। ଏଠାରେ ‘ସମ୍ବଲପୁରୀ ଦିନ’ ର ଶୁଭ ଉଦ୍‌ଘାଟନ ପରେ ଆରମ୍ଭ ହୋଇଥିଲା ବିଭିନ୍ନ ପ୍ରକାର ସାଂସ୍କୃତିକ ଓ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ। ଏଥିରେ ରାଇଝାଇ ସାଂସ୍କୃତିକ ଅନୁଷ୍ଠାନର କଳାକାରଙ୍କ ବାଦ୍ୟର ତାଳେତାଳେ ଚିତ୍ତାକର୍ଷକ ସମ୍ବଲପୁରୀ ନୃତ୍ୟ ଓ ସଂଗୀତ ପରିବେଷଣ ଉପସ୍ଥିତ ଦର୍ଶକଙ୍କୁ ବିମୋହିତ କରିଥିଲା। ସେହିପରି ନବୋଦୟ ବିଦ୍ୟାଳୟର ଛାତ୍ରୀଛାତ୍ର ନୃତ୍ୟ ପରିବେଷଣ କରି କଳା ପ୍ରଦର୍ଶନ କରିଥିଲେ । ଏପରିକି ଘନଶ୍ୟାମ ହେମଲତା ବିଦ୍ୟାଳୟ, ସଂସ୍କାର ବିଦ୍ୟାଳୟ, ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର, ସେଣ୍ଟ ଥୋମାସ ପବ୍ଲିକ ସ୍କୁଲ ଆଦି ବିଭିନ୍ନ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରମାନେ ସମ୍ବଲପୁରୀ ନୃତ୍ୟ ଓ ସଙ୍ଗୀତ ପରିବେଷଣ କରିଥିଲେ । ବିଭିନ୍ନ ସ୍ଥାନରୁ ଆସିଥିବା କବି କବିତା ଆସରରେ ଭାଗନେଇ କବିତା ଆବୃତ୍ତି କରିଥିଲେ ।

ଜିଲାପାଳ ସରୋଜ କୁମାର ସାମଲ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ବଳନ ସହ ସମ୍ବଲପୁରୀ ଦିନ ଉପଲକ୍ଷେ କେକ୍‌ କାଟି ଉତ୍ସବକୁ ଶୁଭାରମ୍ଭ କରିଥିଲେ । ଉଦ୍‌ଘାଟନୀ ଅଭିଭାଷଣରେ ସେ ସମ୍ବଲପୁରୀ ସାହିତ୍ୟର ପ୍ରସାର ପ୍ରଚାର ପାଇଁ ଆୟୋଜିତ ’ସମ୍ବଲପୁରୀ ଦିନ’ର ଆୟୋଜକ ଅନୁଷ୍ଠାନ ପଶ୍ଚିମାଞ୍ଚଳ ଏକତା ମଞ୍ଚର କର୍ମକର୍ତ୍ତାଙ୍କୁ ଧନ୍ୟବାଦ ଜଣାଇ ଥିଲେ। ଏପରି କି କାର୍ଯ୍ୟକ୍ରମକୁ ସହଯୋଗ କରିବା ପାଇଁ ଜିଲା ପ୍ରଶାସନ ସର୍ବଦା ପ୍ରସ୍ତୁତ ରହିଛି ବୋଲି କହିଥିଲେ। ଏହି ଅବସରରେ ଅନୁଷ୍ଠାନ ପକ୍ଷରୁ ଜିଲାପାଳଙ୍କୁ ଉପଢୌକନ ଓ ଫଳକ ପ୍ରଦାନ କରି ସମ୍ବର୍ଦ୍ଧିତ କରାଯାଇଥିଲା। ସେହିପରି ଫେନ୍ସି ଡ୍ରେସ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯିବା ସହ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିବା ଛାତ୍ରୀଛାତ୍ର ଏବଂ କଳାକାରଙ୍କୁ ମାନପତ୍ର ପ୍ରଦାନ କରାଯାଇଥିଲା। ଏଥିରେ ବିଶିଷ୍ଟ ସିନେ ତାରକା ମନୋଜ ମିଶ୍ର ଷ୍ଟାର ଅତିଥି ଭାବେ ଯୋଗଦେଇଥିବା ବେଳେ ଜିଲା ଓକିଲ ସଂଘର ସଭାପତି ତ୍ରିନାଥ ବିଶ୍ବାଳ, ଭାଜପା ରାଜ୍ୟ ସାଧାରଣ ସମ୍ପାଦକ ଟଙ୍କଧର ତ୍ରିପାଠୀ, ଝାରସୁଗୁଡ଼ା ପୌର ଉପାଧ୍ୟକ୍ଷ ବେଣୁଗୋପାଳ ପାଣିଗ୍ରାହୀ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ଅପରାହ୍ନରେ ସୁବାସ ପ୍ରଧାନଙ୍କ ନିର୍ଦ୍ଦେଶନାରେ ସମ୍ବଲପୁରୀ ନାଟକ ‘କାଠର ଚୌକି’ ପ୍ରଦର୍ଶିତ ହୋଇଥିଲା। ସେହିପରି କଣ୍ଠଶିଳ୍ପୀ ରାଜଶ୍ରୀ ତ୍ରିପାଠୀ ସମ୍ବଲପୁରୀ ସଂଗୀତ ପରିବେଷଣ କରିଥିଲେ । ଅନୁଷ୍ଠାନ ପକ୍ଷରୁ ଷ୍ଟାର ଅତିଥି ମନୋଜ ମିଶ୍ରଙ୍କ ସମେତ ସମସ୍ତ କଳାକାରଙ୍କୁ ଉପଢୌକନ ଓ ଫଳକ ପ୍ରଦାନ କରାଯାଇ ସମ୍ମାନିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଘରକୁ ଘର ବୁଲି ନିର୍ବାଚନ ପ୍ରଚାର କଲେ ଭକ୍ତ ଦାସ

କେସିଙ୍ଗା,୬।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଳକର ୯ ପଞ୍ଚାୟତରେ କଂଗ୍ରେସ ବିଧାୟକ ପ୍ରାର୍ଥୀ ଭକ୍ତ ଚରଣ ଦାସ ଜନସମ୍ପର୍କ ପଦଯାତ୍ରା କରିବା ସହ ନିର୍ବାଚନୀ...

ମାଉସୀଙ୍କ ହାତରେ ପ୍ରସ୍ତୁତ ପୋଡ଼ ପିଠା ଖାଇ ମନ୍ଦିର ଫେରିଲେ ମା’ଠାକୁରାଣୀ

ଦାରିଙ୍ଗବାଡ଼ି,୬।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିଠାରେ ଚାଲିଥିବା ମା’ଠାକୁରାଣୀଙ୍କ ଯାତ୍ରାର ପୂର୍ଣ୍ଣାହୁତି ହୋଇଯାଇଛି। ରବିବାର ମା’ଙ୍କ ଘଟ ପରିକ୍ରମାର ଶେଷ ଦିବସ ରହିଥିବା ବେଳେ ମା’ଙ୍କୁ...

କଂଗ୍ରେସ ଗଡ଼ରେ ବିଜେଡିର ରଣହୁଙ୍କାର: ଡବଲ ଶଙ୍ଖ ଚି଼ହ୍ନରେ ଭୋଟ ଦେବାକୁ ନିବେଦନ

ଦାରିଙ୍ଗବାଡି, ୬।୫ (ଅରୁଣ ସାହୁ ):କନ୍ଧମାକ ଜିଲା ଦାରିଙ୍ଗବାଡି ବ୍ଲକ ୧୧ ନଂ ଜିଲାପରିଷଦ ଜୋନ ଝିଞ୍ଜିରୀଗୁଡାରେ ସୋମବାର ବିଜେଡିର କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି।...

ନାମାଙ୍କନ ବେଳେ ୨ ନେତା ଓ ସମର୍ଥକ ହାତାହାତି

ପୁରୀ,୬।୫: ପୁରୀ ଉପଜିଲ୍ଲାପାଳଙ୍କ ଅଫିସରେ ଦେଖିବାକୁ ମିଳିଛି ଅଭାବନୀୟ ଘଟଣା। କଂଗ୍ରେସ ପ୍ରାର୍ଥୀ ଉମାବଲ୍ଲଭ ରଥ ଓ ଟିକେଟ କଟିଥିବା ସୁଜିତ୍ ମହାପାତ୍ର ହାତାହାତି ହୋଇଛନ୍ତି।...

ନାମାଙ୍କନପତ୍ର ଦାଖଲ କଲେ ସସ୍ମିତା

କେନ୍ଦୁଝର,୬ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ନିର୍ବାଚନ ମଣ୍ଡଳୀର ସ୍ବାଧୀନ ପ୍ରାର୍ଥିନୀ ସସ୍ମିତାରାଣୀ ସିଂହ ସୋମବାର ସ୍ଥାନୀୟ ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏକ...

କିଏ ହେବ ଓଡ଼ିଶାର ମୁଖ୍ୟମନ୍ତ୍ରୀ ? ଘୋଷଣା କଲେ ମୋଦି

ନବରଙ୍ଗପୁର,୬।୫: ଓଡ଼ିଶାରେ ପ୍ରଥମ ଥର ହେବ ଡବଲ ଇଂଜିନ ସରକାର। ସୋମବାର ଓଡ଼ିଶା ଗସ୍ତରେ ଆସି ସରକାର ଗଠନ କରିବା ପାଇଁ ଦୃଢୋକ୍ତି ପ୍ରକାଶ କରିଛନ୍ତି...

ନାମାଙ୍କନପତ୍ର ଦାଖଲ କଲେ ବିଧାୟକ ପ୍ରାର୍ଥୀ ଜଗନ୍ନାଥ ନାଏକ

କେନ୍ଦୁଝର/ପାଟଣା,୬ା୫(ନରେଶ ଚନ୍ଦ୍ର ପଟ୍ଟନାୟକ/ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀର ବିଧାୟକ ତଥା ବିଜେଡି ବିଧାୟକ ପ୍ରାର୍ଥୀ ଜଗନ୍ନାଥ ନାଏକ ନାମାଙ୍କନପତ୍ର ଦାଖଲ କରିଛନ୍ତି।...

୮ରେ ରାୟଗଡ଼ା ଆସିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ରାୟଗଡ଼ା,୬ା୫(ଆଶିଷ ରଞ୍ଜନ ପଣ୍ଡା):ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଆସନ୍ତା ୮ ତାରିଖରେ ରାୟଗଡ଼ା ଆସିବାର କାର୍ଯ୍ୟକ୍ରମ ରହିଛି। କୋରାପୁଟ ଲୋକ ସଭା ଭାଜପା ପ୍ରାର୍ଥୀ ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri