Posted inଜାତୀୟ

ଭାରତ-ମାଳଦ୍ୱୀପ ମଧ୍ୟରେ ୬ଚୁକ୍ତିନାମା ସ୍ବାକ୍ଷରିତ

ନୂଆଦିଲ୍ଲୀ,୨।୮: ଦିଲ୍ଲୀରେ ମଙ୍ଗଳବାର ହୋଇଥିବା ଶିଖର ସମ୍ମିଳନୀ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମାଳଦ୍ୱୀପ ରାଷ୍ଟ୍ରପତି ଇବ୍ରାହିମ ସୋଲିହଙ୍କ ମଧ୍ୟରେ ଦୁଇ ଦେଶ ୬ଟି ଚୁକ୍ତିନାମା ସ୍ବାକ୍ଷର କରିଛନ୍ତି। ନିର୍ମାଣ କ୍ଷମତା, ସାଇବର ସୁରକ୍ଷା, ଗୃହ, ବିପର୍ଯ୍ୟୟ ପରିଚାଳନା ଏବଂ ଭିତ୍ତିଭୂମି କ୍ଷେତ୍ରରେ ସହଯୋଗ ବୃଦ୍ଧି ପାଇଁ ଦୁଇ ଦେଶ ମଧ୍ୟରେ ଚୁକ୍ତିନାମା ସ୍ବାକ୍ଷରିତ ହୋଇଛି। ଶିଖର ସମ୍ମିଳନୀ ପରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ମାଳଦ୍ୱୀପକୁ ୧୦୦ମିଲିୟନ ଡଲାରର ଅତିରିକ୍ତ ଋଣ ସୁବିଧା ପ୍ରଦାନ କରିବାକୁ ନିଷ୍ପତ୍ତି ନିଆଯାଇଛି। ଯାହା ଦ୍ୱାରା ସମସ୍ତ ପ୍ରକଳ୍ପଗୁଡ଼ିକ ଠିକ୍‌ ସମୟରେ ଶେଷ ହୋଇପାରିବ। ଏଥିସହ ସେ କହିଛନ୍ତି, ଭାରତ ମହାସାଗରରେ ଅନ୍ତର୍ଜାତୀୟ ଅପରାଧ, ଆତଙ୍କବାଦ ଏବଂ ଡ୍ରଗ କାରବାର ବିପଦ ରହିଛି। ତେଣୁ ଶାନ୍ତି ପାଇଁ ଭାରତ-ମାଳଦ୍ୱୀପ ମଧ୍ୟରେ ଘନିଷ୍ଠ ସମ୍ପର୍କ ଗୁରୁତ୍ୱପୂର୍ଣ୍ଣ ବୋଲି ସେ କହିଛନ୍ତି। ଅନ୍ୟପଟେ
ମାଳଦ୍ୱୀପ ରାଷ୍ଟ୍ରପତି ସୋଲିହ କହିଛନ୍ତି, ଆତଙ୍କବାଦର ମୁକାବିଲା ପାଇଁ ଆମେ ଆମର ଦୃଢ଼ ପ୍ରତିବଦ୍ଧତାକୁ ଦୋହରାଇଛୁ। ସେ କହିଛନ୍ତି, ମାଳଦ୍ୱୀପ ସର୍ବଦା ଭାରତର ପ୍ରକୃତ ବନ୍ଧୁ ହୋଇ ରହିବ। ସୂଚନାଯୋଗ୍ୟ, ଏକ ଉଚ୍ଚ ସ୍ତରୀୟ ପ୍ରତିନିଧୀଙ୍କ ସହ ଚାରି ଦିନିଆ ଭାରତ ଗସ୍ତରେ ସୋଲିହ ସୋମବାର ଦିଲ୍ଲୀରେ ପହଞ୍ଚିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲାର ବିଭିନ୍ନ ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ ରାଜ୍ୟସ୍ତରୀୟ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ: ଦେଲେ ଗୁରୁଦାୟିତ୍ୱ, ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri