ନୂଆ ଭୋଟର ହେବା ପାଇଁ ବର୍ଷକୁ ୪ଥର ସୁଯୋଗ

ଭଦ୍ରକ ଅଫିସ,୩।୮:  ଫଟୋ ଭୋଟର ତାଲିକା ୨୦୨୩ ପ୍ରସ୍ତୁତି ନେଇ ସୋମବାର ଜିଲା ନିର୍ବାଚନ ଅଧିକାରୀ ତଥା ଜିଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦରଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଅଗଷ୍ଟ ପହିଲାଠାରୁ ଶୁଭାରମ୍ଭ କରାଯାଉଥିବା ଆଧାର ସଂଯୋଗୀକରଣ କାର୍ଯ୍ୟକ୍ରମ ସମ୍ବନ୍ଧରେ ଅବଗତ ଉଦ୍ଦେଶ୍ୟରେ ରାଜନୈତିକ ଦଳର କର୍ମକର୍ତ୍ତା ଓ ପ୍ରତିନିଧି, ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ନେଇ ଅନୁଷ୍ଠିତ ଏହି ବୈଠକରେ ଅତିରିକ୍ତ ଜିଲାପାଳ ରାମଦାସ ଟୁଡ଼ୁ, ଉପଜିଲାପାଳ ମନୋଜ ପାତ୍ର ଉପସ୍ଥିତ ଥିଲେ। କେନ୍ଦ୍ର ସରକାରଙ୍କ ଆଇନ୍‌ ଓ ବିଚାର ବିଭାଗ ମନ୍ତ୍ରଣାଳୟ ଦ୍ୱାରା ଲୋକ ପ୍ରତିନିଧି ଆଇନ୍‌ ୧୯୫୦/୫୧ର ପରିବର୍ତନ କରାଯାଇ ସଂଶୋଧିତ ଭୋଟର ପଞ୍ଜୀକରଣ ଆଇନ୍‌ – ୨୦୨୨ ଅନୁଯାୟୀ ରୂପାନ୍ତରିତ ପଞ୍ଜୀକରଣ ଫର୍ମର କାର୍ଯ୍ୟକାରୀତା ସମ୍ବନ୍ଧରେ ଜିଲାପାଳ ସୂଚନା ପ୍ରଦାନ କରିବା ପରେ ଉପଜିଲାପାଳ ପୁଙ୍ଖାନୁପୁଙ୍ଖ ଭାବେ ବୁଝାଇଥିଲେ। ପରିବର୍ତନ ଅନୁଯାୟୀ ପୂର୍ବରୁ ନୂଆ ଭୋଟରଙ୍କ ପଞ୍ଜୀକରଣ ଏବଂ ଗୋଟିଏ ନିର୍ବାଚନ ମଣ୍ଡଳୀରୁ ଅନ୍ୟ ଗୋଟିଏ ନିର୍ବାଚନ ମଣ୍ଡଳୀକୁ ସ୍ଥାନାନ୍ତରଣ ସୁବିଧା ପାଇଁ ବ୍ୟବହାର କରାଯାଉଥିବା ୬ନଂ. ଫର୍ମକୁ ଏବେ କେବଳ ନୂତନ ଭୋଟଙ୍କ ପଞ୍ଜୀକରଣ ପାଇଁ ବ୍ୟବହାର କରାଯିବ। ଯୁବବର୍ଗଙ୍କ ପାଇଁ ଭୋଟର ହେବାକୁ ପୂର୍ବରୁ ବର୍ଷକୁ ଥରେ ମାତ୍ର ସୁଯୋଗ ଥିବା ବେଳେ ଏବେ ୪ଥର ସୁଯୋଗ ମିଳିପାରିବ। ଜାନୁୟାରୀ ୧, ଏପ୍ରିଲ ୧, ଜୁଲାଇ ୧ ଏବଂ ଅକ୍ଟୋବର ୧ ବେଳକୁ ଯେଉଁ ନାଗରିକ ମାନଙ୍କର ବୟସ ୧୮ ହେବ ସେମାନେ ପରବର୍ତ୍ତୀ ସ୍ବତନ୍ତ୍ର ସଂକ୍ଷିପ୍ତ ସଂଶୋଧନ କାର୍ଯ୍ୟକ୍ରମରେ ନିଜ ନାମକୁ ଭୋଟର ତାଲିକାରେ ପଞ୍ଜୀକରଣ କରିପାରିବେ। ସ୍ବେଚ୍ଛାକୃତ ଭାବେ ଭୋଟରଙ୍କଠାରୁ ଆଧାର ବିବରଣୀ ସଂଗ୍ରହ କରାଯିବ। ଆଧାର ବିବରଣୀ ଦାଖଲ କରିବା ନିମନ୍ତେ ନୂତନ ଫର୍ମ ୬(ଖ) ପ୍ରଚଳନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

୪୦ କୋଟି ଟଙ୍କା ବିନିଯୋଗ କରି ନିଜ ବ୍ରାଣ୍ଡ୍ ପାଇଁ ନୂଆ ଅଧ୍ୟାୟ ଆରମ୍ଭ କଲେ ବିରାଟ କୋହଲି

ନୂଆଦିଲ୍ଲୀ,୮।୧୨: ଭାରତୀୟ କ୍ରିକେଟ୍ ତାରକା ବିରାଟ କୋହଲି ୮ ବର୍ଷର ପୁରୁଣା ସମ୍ପର୍କ ଭାଙ୍ଗି ଏକ ନୂଆ ବ୍ୟବସାୟିକ ଯାତ୍ରା ଆରମ୍ଭ କରିଛନ୍ତି। ସୋମବାର କୋହଲି...

ଜୁନିୟର ମହିଳା ହକି: ଓ୍ବେଲ୍ସକୁ ହରାଇଲା ଭାରତ

ସାଣ୍ଟିଆଗୋ, ୮ା୧୨: ଏଫ୍‌ଆଇଏଚ୍‌ ଜୁନିୟର ମହିଳା ହକି ବିଶ୍ୱକପ୍‌ର ୯ମ ସ୍ଥାନ ପାଇଁ ହୋଇଥିବା ଏକ କ୍ଲାସିଫିକେଶନ ମ୍ୟାଚ୍‌ରେ କ୍ୱାର୍ଟରଫାଇନାଲ ଦୌଡ଼ରୁ ବାଦ୍‌ ପଡ଼ିଥିବା ଭାରତ...

ଏକାଠି ହେଲେ ହଳଦିଆ ତୈଳିକ ବୈଶ୍ୟ ସମାଜ ସଭ୍ୟ, ବିଭିନ୍ନ ସମସ୍ୟା ନେଇ

ଦିଗପହଣ୍ଡି,୮ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଚିକିଟି ଓ ଖେମୁଣ୍ଡି ହଳଦିଆ ତୈଳିକ ବୈଶ୍ୟ ସମାଜର ଏକ ଆଲୋଚନା ସଭା ସାନଖେମୁଣ୍ଡି ବ୍ଲକ ଜିଉରା ଗ୍ରାମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri