ଘରକୁ ଘର ବୁଲି ଭୋଟର କାର୍ଡ ସହ ଆଧାର ଲିଙ୍କ୍‌ କରିବେ ବିଏଲ୍‌ଓ

ଗୁଣପୁର,୩।୮(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ଗୁଣପୁର ଉପଜିଲାପାଳଙ୍କ ସଦ୍‌ଭାବନା ଗୃହରେ ଭୋଟର ପରିଚୟ ପତ୍ର ସହ ଆଧାର ଲିଙ୍କ୍‌କୁ ନେଇ ଏକ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭାରପ୍ରାପ୍ତ ଉପଜିଲାପାଳ ତଥା ଆଇଟିଡିଏର ପ୍ରକଳ୍ପ ପ୍ରଶାସକ ଲୋକନାଥ ଦଳବେହେରାଙ୍କ ଅଧ୍ୟକ୍ଷତାରେ ହୋଇଥିବା ବୈଠକରେ ସହକାରୀ ଜିଲାପାଳ ରାଜେନ୍ଦ୍ର ପ୍ରସାଦ ଚୌଧୁରୀ, ବିଭିନ୍ନ ରାଜନୈତିକ ଦଳର ନେତା ଏବଂ ଏନ୍‌ଜିଓର କର୍ମକର୍ତ୍ତାମାନେ ଉପସ୍ଥିତ ଥିଲେ। ଅଗଷ୍ଟ ୧ରୁ ଏନେଇ ପ୍ରକ୍ରିୟା ଆରମ୍ଭ ହୋଇଥିବା ସୂଚନା ପ୍ରଦାନ କରାଯାଇଛି। ନୂତନ ନାମ ସଂଯୋଗ ସହ ବାଦ୍‌ ଏବଂ ନାମ ସଂଶୋଧନ ପ୍ରକ୍ରିୟା ଆରମ୍ଭ ହେବ। ନୂତନ ଭାବେ ନାମ ସଂଯୋଗ କରୁଥିବା ଭୋଟରଙ୍କ ଆଧାର ସଂଯୋଗ ସହ ଯେଉଁମାନଙ୍କ ଭୋଟର କାର୍ଡ ପୂର୍ବରୁ ରହିଛି ସେମାନେ ଆଧାରକାର୍ଡ ସହ ଲିଙ୍କ୍‌ ସ୍ବେଚ୍ଛାକୃତ ଭାବେ କରିବା ପାଇଁ ସଚେତନା ପଦକ୍ଷେପ ଗ୍ରହଣ କରାଯିବ। ଏଥିନେଇ ବୁଥ୍‌ସ୍ତରରେ ବ୍ୟବସ୍ଥା ଗ୍ରହଣ କରାଯାଇଛି। ଏହି କାର୍ଯ୍ୟରେ ନିୟୋଜିତ ଥିବା ବିଏଲ୍‌ଓମାନେ ଘର ଘର ବୁଲି ଏହି କାର୍ଯ୍ୟ ସମ୍ପାଦନ କରିବେ ବୋଲି ସୂଚନା ଦିଆଯାଇଛି। ସେମାନେ ଲୋକଙ୍କୁ ସଚେତନ କରିବା ସହ ଭୋଟର ପରିଚୟ ପତ୍ର ସହ ଆଧାର ଲିଙ୍କ୍‌ ବ୍ୟବସ୍ଥା କରିବେ। ଯେଉଁମାନଙ୍କ ଭୋଟର କାର୍ଡ ରହିଛି ସେମାନେ ଏପ୍ରିଲ ୨୦୨୩ ସୁଦ୍ଧା ଆଧାର ସଂଯୋଗ ନେଇ ସୂଚନା ଦେବେ। ବର୍ଷରେ ୪ ଥର (ଜାନୁୟାରୀ,ଏପ୍ରିଲ,ଜୁଲାଇ ଏବଂ ଅକ୍ଟୋବରରେ) ନୂତନ ସଂଯୋଗ ସହ ଅନ୍ୟ ପ୍ରସଙ୍ଗରେ ପ୍ରକ୍ରିୟା ସମ୍ପାଦନ ହେବ। ଯେଉଁମାନଙ୍କୁ ୧୭ ବର୍ଷ ସେମାନେ ବର୍ତ୍ତମାନ ନୂତନ ନିୟମ ପ୍ରକାରେ ଭୋଟର ତାଲିକାରେ ନାମ ସଂଯୋଗ କରିବେ ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri