୧୪ ଛାତ୍ରୀ ଅସୁସ୍ଥ, ମେଡିକାଲରେ ଭର୍ତ୍ତି

ପାପଡ଼ାହାଣ୍ଡି,୩ା୮(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ଦଳେଇଗୁଡ଼ା ଏସ୍‌ଏସ୍‌ଡି ବାଳିକା ଉଚ୍ଚ ବିଦ୍ୟାଳୟର ୧୪ ଜଣ ଛାତ୍ରୀ ବୁଧବାର ଅସୁସ୍ଥ ହୋଇ ପାପଡ଼ାହାଣ୍ଡି ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୨ଜଣଙ୍କୁ ଥଣ୍ଡା, କାଶ ଓ ଜ୍ୱର ହୋଇଥିବା ବେଳେ ୨ ଜଣ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ଛାତ୍ରୀମାନେ ନବମ ଓ ଦଶମ ଶ୍ରେଣୀର ବୋଲି ଜଣାପଡ଼ିଛି।

ସୂଚନାନୁଯାୟୀ, ଦଳେଇଗୁଡ଼ା ବାଳିକା ଉଚ୍ଚ ବିଦ୍ୟାଳୟର ଛାତ୍ରୀମାନଙ୍କୁ କ୍ଲାସ୍‌ ସରିବା ପରେ ଥଣ୍ଡା, କାଶ ସହ ଜ୍ୱର ଦେଖାଦେଇଥିଲା। ସେମାନେ ହେଲେ ପୁଷ୍ପା ମାଝି, ନିଳେନ୍ଦ୍ରୀ ମାଝି, ଗୋମତି ଭତରା, ଭଗବତୀ ସାନ୍ତା, ଭଗବତୀ ଭତରା, ରୁପାଲି ହରିଜନ, ଚନ୍ଦ୍ରକାନ୍ତି ଭତରା, ମଞ୍ଜୁଳାବତୀ ଭତରା, ହୀରାମଣି ପୂଜାରୀ, ମଙ୍ଗରି ମାଝି ଓ ଲଳିତା ମାଝି। ସେହିପରି ରିତା ଭତରା ଓ ରିତା ହରିଜନଙ୍କୁ ଝାଡ଼ାବାନ୍ତି ହୋଇଥିଲା। ଉଭୟ ଗୁରୁତର ଥିବା ବେଳେ ରିତା ଭତରାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯିବ ବୋଲି ସୂଚନା ମିଳିଛି। ଦୁଇ ଦିନ ତଳେ ମେଡିକାଲ ଟିମ୍‌ ଯାଇ ସ୍କୁଲ ଛାତ୍ରୀଙ୍କ ସ୍ବାସ୍ଥ୍ୟାବସ୍ଥା ପରୀକ୍ଷା କରିଥିଲେ। ଝାଡ଼ାବାନ୍ତିର କାରଣ ଜଣା ପଡ଼ିନାହିଁ। ଥଣ୍ଡା, କାଶରେ ଆକ୍ରାନ୍ତ ୧୨ ଛାତ୍ରୀଙ୍କୁ ପ୍ରାଥମିକ ଚିକିତ୍ସା ପରେ ଔଷଧ ଦେଇ ବିଦ୍ୟାଳୟକୁ ପଠାଯାଇଛି। ଛାତ୍ରୀମାନଙ୍କ ପରିବାରକୁ ସୂଚନା ଦିଆଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରେ ସାମିଲ ହେଲେ ଜିନା ସାମଲ

ଭୁବନେଶ୍ୱର,୩।୫: ଆଜି ଭାଜପାରୁ ଇସ୍ତଫା ଦେଇ ବିଜେଡିରେ ମିଶିଲେ ଅଭିନେତ୍ରୀ ଜିନା ସାମଲ । ଶଙ୍ଖଭବନରେ ପହଞ୍ଚି ବିଧିବଦ୍ଧ ଭାବେ ସେ ବିଜେଡିରେ ସାମିଲ ହୋଇଛନ୍ତି...

ନାମାଙ୍କନପତ୍ର ଦାଖଲ କଲେ ଭର୍ତ୍ତୃହରି

କଟକ,୩ା୫: କଟକ ଭାଜପାର ଲୋକ ସଭା ପ୍ରାର୍ଥୀ ଭର୍ତ୍ତୃହରି ମହତାବ ଶୁକ୍ରବାର ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ହଜାର ହଜାର ସମର୍ଥକଙ୍କ ସହ ଏକ ବିରାଟ...

ବିଜେଡି ଛାଡ଼ିଲେ ରବିନାରାୟଣ

ଭୁବନେଶ୍ୱର,୩ା୫: ଶୁକ୍ରବାର ବିଜେଡି ଛାଡ଼ିଛନ୍ତି ପୂର୍ବତନ ବିଧାୟକ ରବିନାରାୟଣ ମହାପାତ୍ର। ସେ ୨୦୧୪ରୁ ୨୦୧୯ ପର୍ଯ୍ୟନ୍ତ ନୟାଗଡ଼ ଜିଲାର ରଣପୁର ବିଧାୟକ ଥିଲେ। ୨୦୧୨ରୁ ୨୦୧୪...

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ବରିଷ୍ଠ କିରାଣି

ଭୁବନେଶ୍ୱର,୩।୫: ଭିଜିଲାନ୍ସ ଜାଲରେ ଚକବନ୍ଦୀ ଅଫିସର ବରିଷ୍ଠ କିରାଣି। ବରିଷ୍ଠ କିରାଣି ଜିତେନ୍ଦ୍ର ସେନାପତି ୧୦ ହଜାର ଲାଞ୍ଚ ନେଇ ଗିରଫ ହୋଇଛନ୍ତି। ଜମିଜମା ମାମଲାର...

ନିର୍ବାଚନ ଲଢ଼ିବେ ଦେବାଶିଷ

ଭୁବନେଶ୍ୱର,୩ା୫: ଦେବାଶିଷ ନାୟକ ନିର୍ବାଚନ ଲଢ଼ିବେ ବୋଲି ଶୁକ୍ରବାର ଘୋଷଣା କରିଛନ୍ତି। ଏନେଇ ସେ ସୋସିଆଲ ମିଡିଆରେ ଘୋଷଣା କରିଛନ୍ତି। ସେ ଲେଖିଛନ୍ତି, ବରୀବାସୀଙ୍କ ପାଇଁ...

ସୋହେଲାରୁ ମିଳିଲା ପୁଳାପୁଳା ଟଙ୍କା: ଚାଲିଛି ତନାଘନା, ଜଣେ ଅଟକ

ସୋହେଲା,୩ା୫(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଲୁହୁରାଚଟି ଛକରେ ଯାଞ୍ଚବେଳେ ପୋଲିସ ଏକ ଟାଟା ସୁମୋ ଗାଡ଼ି(ନମ୍ବର- ସିଜି୦୪ଏଚପି ୭୯୫୯)ରୁ ସାଢ଼େ ୭ଲକ୍ଷ ଟଙ୍କା...

ପ୍ରାର୍ଥୀ ବଦଳ ପରମ୍ପରା ବଜାୟ ରହିଲା

ଯାଜପୁର/ରସୁଲପୁର(ହର୍ଷବର୍ଦ୍ଧନ ବେହେରା/ରଞ୍ଜିତ ରାଉତ),୩ା୫:ଯାଜପୁର ଜିଲା କୋରେଇ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ଓ ଭାଜପା ପ୍ରାର୍ଥୀ ବଦଳ ପରମ୍ପରାକୁ ବଜାୟ ରଖିଛନ୍ତି। ଏହାବାଦ ଗୁରୁବାର ଏହି ଆସନ...

କାହିଁକି ସୁଜାତାଙ୍କୁ କରାଗଲା ବଦଳି: ଚାଲିଛି ଜୋରଦାର ଚର୍ଚ୍ଚା

ଭୁବନେଶ୍ୱର,୩।୫(ସୁନିତ୍‌ ମିଶ୍ର):ଓଡ଼ିଶା କ୍ୟାଡର ଆଇଏଏସ୍‌ ଅଫିସର ସୁଜାତା କାର୍ତ୍ତିକେୟନ୍‌ ପାଣ୍ଡିଆନ୍‌ଙ୍କ ବିରୋଧରେ ଭାଜପାର ଏକ ପ୍ରତିନିଧିମଣ୍ଡଳୀ ଗୁରୁବାର ଭାରତର ନିର୍ବାଚନ କମିଶନ(ଇସିଆଇ)ଙ୍କ ନିକଟରେ ଫେରାଦ ହେବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri