Posted inଜାତୀୟ

ମଙ୍କିପକ୍ସ ଟିକା ପ୍ରସ୍ତୁତି ନେଇ ସିରମ-ଭାରତ ବାୟୋଟେକ ମଧ୍ୟରେ ବ୍ୟଗ୍ରତା

ନୂଆଦିଲ୍ଲୀ,୪ ।୮: କରୋନା ଭଳି ଏବେ ମଙ୍କିପକ୍ସ ଟିକାକୁ ନେଇ ଦେଶର ଦୁଇଟି ନାମୀ ଟିକା ପ୍ରସ୍ତୁତକାରୀ କମ୍ପାନୀ ମଧ୍ୟରେ ବ୍ୟଗ୍ରତା ଦେଖାଦେଇଛି । ଗତଥର କରୋନା ଭ୍ୟାକ୍ସିନ କୋଭାକ୍ସିନ ପ୍ରସ୍ତୁତକାରୀ ହାଇଦ୍ରାବାଦସ୍ଥିତ ବାୟୋଟେକ କମ୍ପାନୀ ସବୁଠାରୁ ଆଗରେ ରହିଥିଲା । ଏଥର ପୁଣେ ସ୍ଥିତ ସିରମ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆ ବି ସରକାରଙ୍କ ସହ ମିଶି ମଙ୍କିପକ୍ସ ଟିକା ପ୍ରସ୍ତୁତ କରିବାକୁ ଚାହୁଁଛି । ହେଲେ ଏପର୍ଯ୍ୟନ୍ତ ଏହି ଦୁଇଟି କମ୍ପାନୀ ସେମାନଙ୍କ ଦାବି ଉପସ୍ଥାପନ କରି ନ ଥିବା ବେଳେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ସହ ହୋଇଥିବା ବୈଠକରେ ଏହି ଦାବି କରାଯାଇଛି ।
ମିଳିଥିବା ସୂଚନା ଅନୁଯାୟୀ, ମଙ୍ଗଳବାର କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡା. ମନସୁଖ ମାଣ୍ଡବିୟଙ୍କ ସହ ଅନଲାଇନ ହୋଇଥିବା ବୈଠକରେ ଭାରତ ବାୟୋଟେକ ଓ ସିରମ ଉଭୟ କମ୍ପାନୀ ଖୁବଶୀଘ୍ର ମଙ୍କିପକ୍ସ ଟିକା ପ୍ରସ୍ତୁତ କରିବାକୁ ଦାବି କରିଛନ୍ତି । ଏଥିପାଇଁ ସେମାନଙ୍କୁ ଜୀବିତ ଭାଇରସର ଆବଶ୍ୟକତା ପଡିବ ଯେଉଁଥିରେ ଆଇସିଏମଆର ସହଯୋଗ କରିବ ।
ବୈଠକରେ ଯୋଗ ଦେଇଥିବା ଭାରତ ବାୟୋଟେକ କମ୍ପାନୀର ଚେୟାରମ୍ୟାନ ଡା. କୃଷ୍ଣା ଏଲା କହିଛନ୍ତି ଟିକା ଗୁଜରାଟର ଅଙ୍କଲେଶ୍ୱରରେ ପ୍ରସ୍ତୁତ କରାଯିବ । ଏବେ ପର୍ଯ୍ୟନ୍ତ ବିଶ୍ୱର ଦୁଇଟି ସ୍ଥାନରେ ଟିକା ପ୍ରସ୍ତୁତ ହୋଇପାରିବ ସେଥିମଧ୍ୟରୁ ଗୋଟିଏ ଅଙ୍କଲେଶ୍ୱର ଓ ଅନ୍ୟଟି ଜର୍ମାନୀର ବବେରିୟମ ନାଁର୍ଡିକରେ ।


Enter your email to get our daily news in your inbox.

All Right Reserved By Dharitri.Com

‘ସ୍ବାମୀ, ଶାଶୂଘର ଲୋକଙ୍କୁ ହଇରାଣ କରିବାକୁ ପୋଲିସର ଉପଯୋଗ କରିପାରିବେ ନାହିଁ ମହିଳା’

ନୂଆଦିଲ୍ଲୀ,୭ା୫: ସ୍ବାମୀ ଓ ଶାଶୂଘର ଲୋକଙ୍କୁ ହଇରାଣ କରିବା ପାଇଁ ବିବାହିତ ମହିଳା ପୋଲିସ କଳର ଉପଯୋଗ କରିପାରିବେ ନାହିଁ ବୋଲି ସୁପ୍ରିମକୋର୍ଟ ରାୟ ଦେଇଛନ୍ତି।...

ଭାଜପାକୁ ଝଟ୍‌କା, ଦଳର ପୋଷ୍ଟ ହଟାଇବାକୁ ଏକ୍ସକୁ ନିର୍ଦ୍ଦେଶ ଦେଲେ ନିର୍ବାଚନ କମିଶନର

ନୂଆଦିଲ୍ଲୀ,୭।୫: ନିର୍ବାଚନ ସମୟରେ ଆପତ୍ତିଜନକ ପୋଷ୍ଟ କରିଥିବା ଭାଜପାକୁ ଲାଗିଛି ଶକ୍ତ ଝଟକା। କଂଗ୍ରେସ ସମ୍ପର୍କରେ ଆପତ୍ତିଜନକ ଭିଡିଓ କରି ନିର୍ବାଚନ କମିଶନରଙ୍କ ରୋଷର ଶିକାର...

‘ଭାଜପା-ମୋଦିଙ୍କ ନୀତି ଭେଦଭାବପୂର୍ଣ୍ଣ, ଶକ୍ତିଶାଳୀ ଭାରତ ଗଠନ ଲାଗି କଂଗ୍ରେସକୁ ଭୋଟ ଦିଅନ୍ତୁ’

ନୂଆଦିଲ୍ଲୀ,୭।୫: ଲୋକ ସଭା ନିର୍ବାଚନ ପାଇଁ ତୃତୀୟ ପର୍ଯ୍ୟାୟ ଭୋଟ୍‌ଗ୍ରହଣ ମଧ୍ୟରେ ପୂର୍ବତନ କଂଗ୍ରେସ ସଭାପତି ସୋନିଆ ଗାନ୍ଧୀ ଦେଶବାସୀଙ୍କ ପାଇଁ ଏକ ଭିଡିଓ ବାର୍ତ୍ତା...

ବିପଦରେ ହରିୟାଣାର ଭାଜପା ସରକାର, ସମର୍ଥନ ପ୍ରତ୍ୟାହାର କରିନେଲେ… 

ଚଣ୍ଡିଗଡ଼,୭।୫: ହରିୟାଣାରେ ଭାଜପା ସରକାର ଉପରେ ସଙ୍କଟ ଦେଖାଦେଇଛି। ଭାଜପା ସରକାରକୁ ସମର୍ଥନ କରୁଥିବା ତିନି ଜଣ ସ୍ବାଧୀନ ବିଧାୟକ ବାହାରିଛନ୍ତି। ସେମାନେ ସମର୍ଥନ ଫେରାଇ...

ଭାଜପାରେ ସାମିଲ ହେଲେ ଶେଖର ସୁମନ, କହିଲେ ସାଧାରଣ ନାଗରିକ, ହିରାମଣ୍ଡିର ନବାବ ନୁହେଁ

ମୁମ୍ବାଇ,୭।୫: ବଲିଉଡ ଅଭିନେତା ଶେଖର ସୁମନ ଭାରତୀୟ ଜନତା ପାର୍ଟି(ଭାଜପା)ରେ ଯୋଗ ଦେଇଛନ୍ତି। ଦୀର୍ଘ ସମୟ ଧରି ଲାଇମଲାଇଟ ଠାରୁ ଦୂରରେ ରହିବା ପରେ ଶେଖର...

ତିହାର ଜେଲରେ ରହିବେ କେଜରିଓ୍ବାଲ, ପରବର୍ତ୍ତି ଶୁଣାଣି…

ନୂଆଦିଲ୍ଲୀ,୭।୫: ଦିଲ୍ଲୀ ଲିକର ପଲିସି ସହ ଜଡିତ ଏହି ମାମଲାରେ ଗିରଫ ହୋଇଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ମଙ୍ଗଳବାର ଅର୍ଥାତ୍‌ ୭ ମେ’ ୨୦୨୪ ରେ...

ରାହୁଲ ଗାନ୍ଧୀ ନେଲେ ବଡ଼ ନିଷ୍ପତ୍ତି, ବଢିପାରେ ଭାଜପାର ମୁସ୍କିଲ

ନୂଆଦିଲ୍ଲୀ,୭।୫: ଭାରତୀୟ ଜାତୀୟ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ତଥା ଉତ୍ତରପ୍ରଦେଶର ରାଏବରେଲି ଲୋକ ସଭା ନିର୍ବାଚନମଣ୍ଡଳୀରୁ ପ୍ରାର୍ଥୀ ରାହୁଲ ଗାନ୍ଧୀ କନ୍ନୌଜରେ ପ୍ରଚାର କରିବେ। ସମାଜବାଦୀ...

କେଜରିଓ୍ବାଲ ପ୍ରଚାର ନ କଲେ ଆକାଶ ଛିଣ୍ଡି ପଡିବନି

ନୂଆଦିଲ୍ଲୀ,୭।୫: ଦିଲ୍ଲୀର ଏକ୍ସାଇଜ ପଲିସି ଜାଲିଆତି ଅଭିଯୋଗରେ ଜେଲରେ ଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଆବେଦନର ମଙ୍ଗଳବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। ଏହି ସମୟରେ, ତାଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri