ନିର୍ମାଣ ସରିନି, ରାସ୍ତା ଖାଲଖମାରେ ଭର୍ତ୍ତି

ଭଦ୍ରକ ଅଫିସ, ୪।୮: ଭଦ୍ରକ ଜିଲା ଧାମନଗର ବ୍ଲକର ଭଦ୍ରକ-ଆଖଣ୍ଡଳମଣି ମୁଖ୍ୟରାସ୍ତାର ପାଳସାହି ଛକଠାରୁ ରଇପୁର ପଞ୍ଚାୟତର କଣ୍ଟିକା ବାଙ୍କସାହି ପର୍ଯ୍ୟନ୍ତ ରାସ୍ତା ନିର୍ମାଣ ଚାଲିଛି। ନିର୍ମାଣ କାର୍ଯ୍ୟ ସରି ନ ଥିବାବେଳେ ରାସ୍ତା ଖାଲଖମାରେ ଭର୍ତ୍ତି ହେଲାଣି। ନିମ୍ନମାନର କାମ ଯୋଗୁ ରାସ୍ତାର ଏପରି ଅବସ୍ଥା ହୋଇଥିବା ସାଧାରଣରେ ଅଭିଯୋଗ ହେଉଛି।

୫ କି.ମି. ୬୦୦ ମିଟର ରାସ୍ତା ପ୍ରଧାନମନ୍ତ୍ରୀ ଗ୍ରାମସଡ଼କ ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇ ୨୦୨୧ ନଭେମ୍ବର ୧୬ଠାରୁ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥିଲା। ଆସନ୍ତା ଅକ୍ଟୋବର ୧୫ ସୁଦ୍ଧା ନିର୍ମାଣ ଶେଷ ଲାଗି ଧାର୍ଯ୍ୟ ହୋଇଛି। ସରକାରଙ୍କ ପାଣ୍ଠିରୁ ୩ କୋଟି ୯୭ ଲକ୍ଷ ୪୬ ହଜାର ଟଙ୍କା ବ୍ୟୟବରାଦ କରାଯାଇଛି। ନିମ୍ନମାନର କାର୍ଯ୍ୟ, ଦୁର୍ବଳ କଞ୍ଚାମାଲ ବ୍ୟବହାର ଯୋଗୁ ଏପଟେ ରାସ୍ତା ନିର୍ମାଣାଧୀନ ଥିବାବେଳେ ସେପଟେ ନଷ୍ଟ ହୋଇଚାଲିଛି। ଖାଲଖମା ଯୋଗୁ ରାସ୍ତାରେ ବର୍ଷା ପାଣି ଜମି ରହିଛି। ଫଳରେ କୃତ୍ରିମ ଜଳାଶୟ ଭ୍ରମ ସୃଷ୍ଟି ହୋଇଛି। ଦିନ ବେଳେ ବି ଏହି ରାସ୍ତାରେ ଚାଲି ଚାଲି ଯିବା ବିପଦପୂର୍ଣ୍ଣ। ବାଙ୍କସାହିଠାରୁ ରଇପୁର ପଞ୍ଚାୟତର ଛାତ୍ରୀଛାତ୍ର, ବ୍ୟବସାୟୀ, ଶ୍ରମିକ ଏହି ରାସ୍ତା ଉପରେ ନିର୍ଭର କରନ୍ତି। ବ୍ଲକ, ଥାନା, ଜିଲା ସଦର ମହକୁମାଠାରୁ ଆରମ୍ଭ କରି ସ୍କୁଲ କଲେଜ ଯିବା ପାଇଁ ଏହା ଏକମାତ୍ର ରାସ୍ତା। କିନ୍ତୁ ପ୍ରଶାସନିକ ଅବହେଳା ଓ ଠିକାଦାରଙ୍କ ମନମୁଖୀ କାର୍ଯ୍ୟ ପାଇଁ ରାସ୍ତା ଏବେ ମରଣଯନ୍ତା ପାଲଟିଛି। କୌଣସି ଯାନବାହନ ଚଳାଚଳ କରିବା ସମ୍ଭବ ହେଉନାହିଁ। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଜନଅସନ୍ତୋଷ ଦେଖାଦେଇଛି। ଜିଲା ପ୍ରଶାସନ ରାସ୍ତା ନିର୍ମାଣ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ଅନୁଧ୍ୟାନ କରି ଅବଧି ସମୟ ମଧ୍ୟରେ ସମ୍ପୂର୍ଣ୍ଣ କରାଇବା ସହ ବର୍ଷା ଋତୁରେ ଲୋକଙ୍କ ଯାତାୟାତ ପାଇଁ ପଦକ୍ଷେପ ନେବାକୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

ଭୋଜି ସାରି ଫେରୁଥିଲେ, ମୁହାଁମୁହିଁ ହେଲା ୨ ବାଇକ୍‌, ଆଉ ତା’ ପରେ…

ଭଞ୍ଜନଗର,୧୯ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳଭଣ୍ଡାର ସେତୁ ନିକଟରେ ଶୁକ୍ରବାର ଅପରାହ୍ନରେ ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାସୁ ଦାସ...

୬ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର, ଦେଖିବାକୁ ଲୋକଙ୍କ ଭିଡ଼

ଧର୍ମଶାଳା,୧୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଗଡମଧୁପୁର ନିକଟରୁ ଏକ ୬ଫୁଟ ଲମ୍ବର ଅଜଗର ଶୁକ୍ରବାର ଦିନ ଉଦ୍ଧାର କରାଯାଇଛି। ଗ୍ରାମରେ ଥିବା ଏକ...

ପୁରୁଷୋତ୍ତମପୁର ସବ୍‌-ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟଣା: କାର୍ଯ୍ୟାନୁଷ୍ଠାନ ଲାଗି ଅତିରିକ୍ତ ଜିଲାପାଳଙ୍କୁ ସ୍ମାରକପତ୍ର

ପୁରୁଷୋତ୍ତମପୁର,୧୯ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସବ୍‌ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟି ଜମିର ପ୍ରକୃତ ମାଲିକଙ୍କ ମୃତ୍ୟୁ ଘଟିଥିବା ସତ୍ତ୍ବେ ଅନ୍ୟ ଜଣେ ବ୍ୟକ୍ତି...

୯ ଦଫା ଦାବି ନେଇ ଗଣଧାରଣା ଦେଲେ ପାଚିକା ସଂଘ, ଦରମା ବୃଦ୍ଧି ନ ହେଲେ…

କେସିଙ୍ଗା,୧୯ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ପାଚିକା ଓ ସହାୟିକା ମଜଦୁର ସଂଘ ସଭାନେତ୍ରୀ ରଶ୍ମିତା ହେର୍ନାଙ୍କ ନେତୃତ୍ୱରେ ୯ ଦଫା ଦାବି ନେଇ...

ପୁରୁଷୋତ୍ତମପୁର ତହସିଲଦାର ଭାବେ ଯୋଗଦେଲେ ମୃଣାଳିକା ରାଠୋର, ପ୍ରତିଶ୍ରୁତି ଦେଇ କହିଲେ…

ପୁରୁଷୋତ୍ତମପୁର,୧୯ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ନୂତନ ତହସିଲଦାର ଭାବରେ ୨୦୨୪ ବ୍ୟାଚ୍‌ର ପ୍ରୋବେସନ ଆଇଏଏସ୍‌ ଅଫିସର ମୃଣାଳିକା ରାଠୋର ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri