ବାୟାପଣ୍ଡାଧାର ଗାଁରେ ଆଇଟିଡିଏର ଟିମ୍‌

କେନ୍ଦୁଝର, ୪ା୮(ସ୍ବ.ପ୍ର.): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଅନ୍ତର୍ଗତ ବାୟାପଣ୍ଡାଧାର ଜୁଆଙ୍ଗ ଗ୍ରାମରେ ବର୍ଷକରେ ଅକାଳରେ ୧୨ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ନେଇ ଏକ ଖବର ଧରିତ୍ରୀରେ ପ୍ରକାଶିତ ହୋଇଥିଲା। ଏହା ଜାଣିବା ପରେ କେନ୍ଦୁଝର ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥାର ତପନ କୁମାର ନାୟକଙ୍କ ନେତୃତ୍ୱରେ ଏକ ଟିମ୍‌ ଉକ୍ତ ଗାଁରେ ପହଞ୍ଚି ଲୋକଙ୍କ ସମସ୍ୟା ବୁଝିଛନ୍ତି। ଉକ୍ତ ଅଞ୍ଚଳକୁ ଗସ୍ତ କରି ଲୋକଙ୍କ ସ୍ବାସ୍ଥ୍ୟାବସ୍ଥା ଓ ଅନ୍ୟାନ୍ୟ ସମସ୍ୟା ବୁଝିଛନ୍ତି। ତାଙ୍କ ସହିତ ଆଇଟିଡିଏର ସହକାରୀ ଯନ୍ତ୍ରୀ, ଜୁଆଙ୍ଗ ଉନ୍ନୟନ ସଂସ୍ଥାର ସ୍ବତନ୍ତ୍ର ଅଧିକାରୀ ଓ ପ୍ରକଳ୍ପ ସଂଯୋଜକ ଯୋଗଦେଇଥିଲେ ା ସେହିପରି ଉକ୍ତ ଅଞ୍ଚଳରେ କାର୍ଯ୍ୟକରୁଥିବା ଆରସିଡିସି ସଂଗଠନର ପ୍ରୋଗ୍ରାମ ସଂଯୋଜକ ଆନନ୍ଦ ଚରଣ ସେଠୀ, ବୀରବର ନାୟକ ଉପସ୍ଥିତ ଥିଲେ।

ଆଲୋଚନା ବେଳେ ଜୁଆଙ୍ଗ ମାନେ ସେମାନଙ୍କ ଘର ସମସ୍ୟା, ରୋଜଗାର ସମସ୍ୟା ଓ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟାବସ୍ଥା ଆଦି ସମସ୍ୟା ଜଣାଇବା ସହ ଅକାଳରେ ମୃତ୍ୟୁବରଣ କରୁଥିବା ଲୋକଙ୍କ ବିଷୟରେ ଅବଗତ କରିଥିଲେ। ଉକ୍ତ ଗ୍ରାମରେ ଜୁଆଙ୍ଗ ମାନେ ଘର ପାଇ ନ ଥିବା ବେଳେ ପାଣି ସମସ୍ୟା ମଧ୍ୟରେ ରହୁଥିବା ଜଣାଇଥିଲେ। ଏସମ୍ପର୍କରେ ପିଏ ଆଇଟିଡିଏ ନାୟକ କହିଛନ୍ତି, ଖବର ବାହାରିବା ପରେ ଉକ୍ତ ଗ୍ରାମକୁ ଯାଇ ଲୋକଙ୍କ ସମସ୍ୟା ବୁଝାଯାଇଛି। ଏନେଇ ସେ ଜିଲାପାଳଙ୍କୁ ରିପୋର୍ଟ କରି ସେମାନଙ୍କ ସମସ୍ୟା ସମାଧାନ କରିବାକୁ ପଦକ୍ଷେପ ନେବେ। ସେହିପରି ସ୍ବାସ୍ଥ୍ୟ ସମସ୍ୟା ସମାଧାନ ପାଇଁ ମଧ୍ୟ ପଦକ୍ଷେପ ନେବେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ଲେଡ଼ବନ୍ଧ ବୁଲାଣିରେ କାର-ବାଇକ୍‌ ମୁହାଁମୁହିଁ ଧକ୍କା: ମା’ ଗୁରୁତର, ଶିଶୁ ସହ ଦାଦା… 

ମୋହନା,୨୬।୧୨(ମନ୍ମଥ ମିଶ୍ର): ବୁଲାଣିରେ କାର- ବାଇକ ମୁହାଁ ମୁହିଁ ଧକ୍କା। ଜଣେ ମହିଳା ଗୁରୁତର। ସେ ହେଲେ ପ୍ରଭାବତୀ ମଳିକ(୨୦)। ତାଙ୍କ ଅବସ୍ଥା ଗୁରୁତର ଥିବାରୁ...

ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍‌ ଜରିଆରେ ଜାଣିହେବ ଗତିବିଧି

ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri