Posted inଜାତୀୟ

ସଂସଦରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କଲେ ଭଜ୍ଜି, ସଭାପତି କଲେ ପ୍ରଶଂସା

ନୂଆଦିଲ୍ଲୀ,୪।୮: ପ୍ରସିଦ୍ଧ କ୍ରିକେଟର ତଥା ଏଏପି ଏମ୍‌ପି ହରଭଜନ ସିଂ ରାଜ୍ୟ ସଭାରେ ଆଫଗାନିସ୍ତାନ ପ୍ରସଙ୍ଗ ଉଠାଇଥିଲେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ସେ ଆଫଗାନିସ୍ତାନର ଶିଖ ଏବଂ ଗୁରୁଦ୍ୱାର ଉପରେ ହୋଇଥିବା ଆକ୍ରମଣ ବିଷୟରେ କହିଥିଲେ ଏବଂ ଏଥିପ୍ରତି ଦୃଷ୍ଟି ଦେବାକୁ ସରକାରଙ୍କୁ ନିବେଦନ କରିଥିଲେ। ସଂସଦରେ ଭାଷଣ ଦେବାବେଳେ ହରଭଜନ ସିଂ ହାତ ଯୋଡୁଥିବାର ମଧ୍ୟ ଦେଖାଯାଇଥିଲା।
ଭଜି କହିଛନ୍ତି, ଗୁରୁଦ୍ୱାର ଉପରେ ହୋଇଥିବା ଏହି ଆକ୍ରମଣ ଦୁନିଆର ପ୍ରତ୍ୟେକ ଶିଖଙ୍କ ଭାବନାକୁ ଆଘାତ ଦେଇଛି। ଆମକୁ କାହିଁକି ବାରମ୍ବାର ଟାର୍ଗେଟ କରାଯାଉଛି? ହରଭଜନଙ୍କ ପ୍ରଶ୍ନ ସମାପ୍ତ କରିବା ପରେ ବାଚସ୍ପତି ଭେଙ୍କେୟା ନାଇଡୁ ତାଙ୍କୁ ପ୍ରଶଂସା କରିଥିଲେ। ଏହା ପରେ ଚେୟାରମ୍ୟାନ ଭେଙ୍କୟା ନାଇଡୁ କହିଛନ୍ତି ଯେ ହରଭଜନ ସିଂ, ଆପଣ ଏକ ଭଲ ପ୍ରସଙ୍ଗ ଉଠାଇଛନ୍ତି। ମୁଁ ଭାବୁଛି ବୈଦେଶିକ ମନ୍ତ୍ରୀ ନିଶ୍ଚିତ ଭାବେ ଏଥିପ୍ରତି ଧ୍ୟାନ ଦେବେ। ଏହା ଉପରେ ଏମ୍‌ପିମାନେ ପ୍ରଶଂସା କରିଥିଲେ।
ସୂଚନଯୋଗ୍ୟ, ଜୁନ ୧୮ରେ କାବୁଲର ଗୁରୁଦ୍ୱାର ଉପରେ ଆକ୍ରମଣ ହୋଇଥିଲା। ଏଥିରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନେକ ଆହତ ହୋଇଥିଲେ। ଏହା ପୂର୍ବରୁ ମାର୍ଚ୍ଚ ୨୫ରେ ରାଇସାହେବ ଗୁରୁଦ୍ୱାରଙ୍କୁ ଆକ୍ରମଣ କରାଯାଇଥିଲ।


Enter your email to get our daily news in your inbox.

All Right Reserved By Dharitri.Com

୨୦୩୦ ସୁଦ୍ଧା ଭାରତ ହେବ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତି; ୭.୩ ଟ୍ରିଲିୟନ ଡଲାରରେ ପହଞ୍ଚିବ GDP

ବେଙ୍ଗାଲୁରୁ,୨୯।୧୨: ଭାରତୀୟ ଅର୍ଥନୀତି ଏକ ନୂତନ ମାଇଲଖୁଣ୍ଟ ଅତିକ୍ରମ କରିଛି। ସୋମବାର ଜାରି ହୋଇଥିବା ଏକ ସରକାରୀ ବିବୃତ୍ତି ଅନୁଯାୟୀ, ୪.୧୮ ଟ୍ରିଲିୟନ ଡଲାର GDP...

ଆତ୍ମହତ୍ୟା କଲେ ଅଭିନେତ୍ରୀ, ସରକାରୀ ଚାକିରି କରିବାକୁ ଚାପ ପକାଉଥିଲେ ପରିବାର

ବେଙ୍ଗାଲୁରୁ,୨୯।୧୨: ସରକାରୀ ଚାକିରି ଆଉ ବିବାହ ଚାପରୁ ମୁକୁଳିପାରି ନାହାନ୍ତି ଲୋକପ୍ରିୟ ଅଭିନେତ୍ରୀ ନନ୍ଦିନୀ ସିଏମ୍‌। ବେଙ୍ଗାଲୁରୁର କେଙ୍ଗେରୀ ସ୍ଥିତ ଏକ ପେଇଂ ଗେଷ୍ଟ (PG)...

ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ୭୯,୦୦୦ କୋଟି ଟଙ୍କାର ସାମରିକ ଉପକରଣ କିଣିବାକୁ ମଞ୍ଜୁରୀ

ନୂଆଦିଲ୍ଲୀ ,୨୯।୧୨: ଶକ୍ତିଶାଳୀ ହେବ ଭାରତୀୟ ସେନା। ନାଲି ଆଖି ଦେଖାଇଲେ ମିସାଇଲ ମାଡ଼ କରିବ ଭାରତ। ଦେଶର ପ୍ରତିରକ୍ଷା କ୍ଷମତାକୁ ଅଧିକ ସୁଦୃଢ଼ କରିବା...

ଫିକା ପଡିବ ନୂଆବର୍ଷ ସେଲିବ୍ରେଶନ: Swiggy-Zomato ଭଳି ଅନେକ ଆପ୍‌ରେ ହେବନି ଡେଲିଭରି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୯।୧୨: ଯେଉଁମାନେ ବନ୍ଧୁ ଏବଂ ପରିବାର ସହିତ ଘରେ ନୂଆବର୍ଷ ପାଳନ କରିବାକୁ ଯୋଜନା କରୁଛନ୍ତି ସେମାନଙ୍କୁ ଏକ ବଡ଼ ଝଟକା ଲାଗିଛି। ଯଦି ଆପଣ...

ଦୁଇ ବର୍ଷ ମଧ୍ୟରେ ପ୍ରଥମଥର ଭାରତ ପାଇଁ ଆସିଲା ବଡ଼ ଖବର: ଶୁଣିଲେ ଆମେରିକା ସହ ଚାଇନା, ପାକିସ୍ତାନର ନିଜ ହଜିବ…

ନୂଆଦିଲ୍ଲୀ,୨୯।୧୨: ଏହି ଖବର ଶିଳ୍ପ କ୍ଷେତ୍ରରେ ଏକ ସ୍ବାଗତଯୋଗ୍ୟ ଆଶ୍ୱସ୍ତି। ଆମେରିକାର ଉଚ୍ଚ ଟାରିଫ୍‌ ସତ୍ତ୍ୱେ, ଗତ ଦୁଇ ବର୍ଷ ମଧ୍ୟରେ ଭାରତୀୟ ଶିଳ୍ପ କ୍ଷେତ୍ର...

ମୋଦିଙ୍କୁ ପ୍ରଶଂସା କରି ଫସିଲେ ଦିଗବିଜୟ: କଂଗ୍ରେସରେ ହଲଚଲ

ନୂଆଦିଲ୍ଲୀ,୨୯।୧୨: କଂଗ୍ରେସ କାର୍ଯ୍ୟକାରିଣୀ ବୈଠକ ପୂର୍ବରୁ ବରିଷ୍ଠ କଂଗ୍ରେସ ନେତା ଦିଗବିଜୟ ସିଂହ ଭାଜପା ଏବଂ ଆରଏସଏସର ସାଂଗଠନିକ ଶକ୍ତିକୁ ପ୍ରଶଂସା କରି ଦଳ ପାଇଁ...

ଆରାବଳି ମାମଲା: ରାୟ ଉପରେ ସୁପ୍ରିମକୋର୍ଟଙ୍କ ରହିତାଦେଶ

ନୂଆଦିଲ୍ଲୀ,୨୯ା୧୨: ଆରାବଳି ମାମଲା ରାୟ ଉପରେ ସୁପ୍ରିମକୋର୍ଟ ରହିତାଦେଶ ଜାରି କରିଛନ୍ତି। ନଭେମ୍ବର ୨୦ ରାୟ ଉପରେ ଏହି ରହିତାଦେଶ ଦେଇଛନ୍ତି ମାନ୍ୟବର କୋର୍ଟ। ପରିବେଶବିତ୍‌ଙ୍କୁ...

ଉନ୍ନାଓ ଗଣବଳାତ୍କାର ମାମଲା: ଦିଲ୍ଲୀ ହାଇକୋର୍ଟଙ୍କ ନିର୍ଦ୍ଦେଶ ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୯।୧୨: ଦିଲ୍ଲୀ ହାଇକୋର୍ଟ ସମ୍ପ୍ରତି ଉନ୍ନାଓ ବଳାତ୍କାର ମାମଲାରେ ଅଭିଯୁକ୍ତ ପୂର୍ବତନ ବିଧାୟକ କୁଲଦୀପ ସିଂହ ସେଙ୍ଗାରଙ୍କ ଦଣ୍ଡାଦେଶକୁ ସ୍ଥଗିତ ରଖିଛନ୍ତି ସୁପ୍ରିମକୋର୍ଟ। ହାଇକୋର୍ଟ ସେଙ୍ଗାରଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri