Posted inଜାତୀୟ

୪୯ ତମ ପ୍ରଧାନ ବିଚାରପତି ଲଳିତଙ୍କ କାର୍ଯ୍ୟକାଳ ହେବ ୭୪ ଦିନର…

ନୂଆଦିଲ୍ଲୀ, ୪।୮ : ପ୍ରଧାନ ବିଚାରପତି ଏନ.ଭି ରମନା ଦେଶର ପରବର୍ତ୍ତୀ ପ୍ରଧାନ ବିଚାରପତିଙ୍କ ପାଇଁ ଆଇନ ମନ୍ତ୍ରଣାଳୟକୁ ଜଷ୍ଟିସ ୟୁୟୁ ଲଳିତଙ୍କ ନାମ ସୁପାରିଶ କରିଛନ୍ତି। ଏହାପୂର୍ବରୁ ଆଇନ ମନ୍ତ୍ରୀ ରମନାଙ୍କୁ ଚିଠି ଲେଖି ତାଙ୍କ ଉତ୍ତରାଧିକାରୀ କିଏ ହେବ ବୋଲି ପଚାରିଥିଲେ। ରମନା ୨୬ ଅଗଷ୍ଟରେ ଅବସର ନେଉଛନ୍ତି। ଜଷ୍ଟିସ ଲଳିତ ଅଗଷ୍ଟ ୨୭ ରେ ଦେଶର ୪୯ ତମ ପ୍ରଧାନ ବିଚାରପତି ଭାବେ ଶପଥ ଗ୍ରହଣ କରିବେ।

ତାଙ୍କର କାର୍ଯ୍ୟକାଳ ମାତ୍ର ୭୪ ଦିନର ହେବ। ପ୍ରଧାନବିଚାରପତି ଭାବରେ ଜଷ୍ଟିସ ଲଳିତ ଏହି କଲେଜିୟମର ମୁଖ୍ୟ ହେବେ, ଯେଉଁଥିରେ ଜଷ୍ଟିସ ଡି.ଓ୍ବାଇ. ଚନ୍ଦ୍ରଚୂଡ଼, ଜଷ୍ଟିସ କୌଲ, ଜଷ୍ଟିସ ନାଜିର ଏବଂ ଜଷ୍ଟିସ ଇନ୍ଦିରା ବାନାର୍ଜୀ ସାମିଲ ହେବେ।

ଜଷ୍ଟିସ ବାନାର୍ଜୀ ସେପ୍ଟେମ୍ବର ୨୩ ରେ ଅବସର ନେଉଥିବା ବେଳେ ଜଷ୍ଟିସ କେଏମ ଜୋସେଫ କଲେଜିୟମରେ ପ୍ରବେଶ କରିବେ। ଜଷ୍ଟିସ ଲଳିତ ନଭେମ୍ବର ୮ ରେ ପ୍ରଧାନ ବିଚାରପତି ପଦରୁ ଅବସର ନେବେ। ଏହା ପରେ ଜଷ୍ଟିସ ଚନ୍ଦ୍ରଚୂଡଙ୍କୁ ଦେଶର ୫୦ ତମ ପ୍ରଧାନ ବିଚାରପତି ଭାବରେ ନିଯୁକ୍ତ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ହାତୀ ପାଇଁ ବନ୍ଦ ହେଲା ଶିଖରଚଣ୍ଡୀ, ପୁଣି ଏହି ଦିନ ଖୋଲିବ

ଭୁବନେଶ୍ବର, ୨୭।୧୨: ବନ୍ଦ ରହିଲା ଶିଖରଚଣ୍ଡୀ ପୀଠ । ଶିଖରଚଣ୍ଡୀ ମନ୍ଦିର ପ୍ରବେଶ ଗେଟ୍‌ରେ ତାଲା ପକାଇଲା ବନ ବିଭାଗ । ହାତୀ ପାଇଁ ଏଭଳି...

ଭୟଙ୍କର ଦୁର୍ଘଟଣା: ପଛକୁ ପଛ ପିଟିହେଲା ୫୦ ଗାଡ଼ି, ଲାଗିଲା ନିଆଁ

ନୂଆବର୍ଷ,୨୭।୧୨: ବର୍ଷ ଶେଷ ହେବା ଏବଂ ନୂତନ ବର୍ଷର ଛୁଟି ଆରମ୍ଭ ହେବା ମାତ୍ରେ ଜାପାନରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ବରଫ...

ଆହୁରି ବଢିଲା ଶୀତ, ଜନଜୀବନ ଅସ୍ତବ୍ୟସ୍ତ: ପର୍ଯ୍ୟଟକଙ୍କ ଅସମ୍ଭାଳ ଭିଡ଼

ଦାରିଙ୍ଗବାଡି, ୨୭।୧୨ (ଅରୁଣ ସାହୁ ):ଗତ କିଛିଦିନ ହେଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ କୁହୁଡିର ପ୍ରଭାବରେ ଗାଡି ଚଳାଚକ ବାଧାପ୍ରାପ୍ତ ହୋଇଛି। ଶୀତ କମିବାରେ ନାମ...

Salman Khan Birthday: ସଲମାନଙ୍କୁ 60 ବର୍ଷ…କ୍ୟାମେରା ସାମ୍ନାରେ କାଟିଲେ କେକ୍, ଜାଣନ୍ତୁ ଗେଷ୍ଟ ଲିଷ୍ଟ

ନୂଆଦିଲ୍ଲୀ,୨୭ା୧୨ : ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କ ଆଜି ଜନ୍ମଦିନ ।  ୬୦ତମ ଜନ୍ମଦିନକୁ ବହୁତ ଉତ୍ସାହ ଏବଂ ହୃଦୟସ୍ପର୍ଶୀ ଶୈଳୀରେ ପାଳନ କରିଥିଲେ। ଅଭିନେତା...

ବାଲ ଧନୁଯାତ୍ରାରେ ରଙ୍ଗସଭା: କମାଲ କଲେ ସତ୍ୟଜିତ

ମଥୁରା ନଗରୀ,୨୭।୧୨:ବରଗଡ଼ ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟଠାରେ ଚାଲିଥିବା ବାଲ ଧନୁଯାତ୍ରାର ଦ୍ବିତୀୟ ଦିବସରେ ମହାରାଜ କଂସଙ୍କ ଦରବାରରେ ରଙ୍ଗସଭା ଅନୁଷ୍ଠିତ ହୋଇଥିଲା। ଏହି...

ଭୁବନେଶ୍ବରରେ ପହଞ୍ଚିଲେ ମୁଖ୍ୟ ନିର୍ବାଚନ କମିଶନର, ପୁରୀରେ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରି କୋଣାର୍କ ଯିବେ

ଭୁବନେଶ୍ବର,୨୭/୧୨: ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ୩ ଦିନିଆ ଓଡ଼ିଶା ଗସ୍ତ ରହିଥିବା ବେଳେ ସେ ଭୁବନେଶ୍ବରରେ ଆସି ପହଞ୍ଚିଛନ୍ତି । ଆଜି ପୁରୀରେ...

କ୍ରିକେଟ୍‌ ଖେଳୁଥିଲେ ଚଳଚ୍ଚିତ୍ର ନିର୍ଦ୍ଦେଶକ, ହଠାତ୍‌ ଟଳିପଡ଼ିଲେ: ଆଉ ତା’ପରେ…

ଟିଟିଲାଗଡ଼,୨୮ା୧୨(ଶରତ ମିଶ୍ର):ଟିଟିଲାଗଡ଼ ଖେଳପଡିଆରେ ଶୁକ୍ରବାର କ୍ରିକେଟ୍‌ ଖେଳୁଥିବା ଜଣେ ଚଳଚ୍ଚିତ୍ର ନିର୍ଦ୍ଦେଶକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଲାଙ୍ଗୀର ଜିଲା ଟିଟିଲାଗଡ଼ ଥାନା ଅଧୀନ ହାଇସ୍କୁଲପଡା...

୪ ଦିନ ପରେ ବଢ଼ିବ ତାପମାତ୍ରା: କୋରାପୁଟ ସବୁଠୁ ଥଣ୍ଡା

ଭୁବନେଶ୍ୱର,୨୭ା୧୨(ବନ୍ଦନା ସେଠୀ):ରାଜ୍ୟରେ ଲଗାତର ଭାବେ ଥଣ୍ଡାର ପ୍ରକୋପ ଜାରି ରହିଛି। ଏହା ସାଙ୍ଗକୁ ବିଭିନ୍ନ ଜିଲାରେ ଘନ କୁହୁଡି ଯାତାୟାତରେ ସମସ୍ୟା ଉପୁଜାଉଛି। ରାଜ୍ୟରେ ମୁଖ୍ୟତଃ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri