ଅନ୍‌ଲାଇନରେ ମଗାଇଲେ ରେନିକୋଟ୍‌, ଆସିଲା ପଲିଥିନ

ନରସିଂହପୁର, ୪ା୮(ସ୍ବ.ପ୍ର.): ଅନ୍‌ଲାଇନରେ ବିଭିନ୍ନ ଘରକରଣାଠାରୁ ଆରମ୍ଭ କରି ନିତ୍ୟ ବ୍ୟବହାର୍ଯ୍ୟ ଜିନିଷ ଲୋକମାନେ ଘରେ ବସି ମଗାଉଛନ୍ତି। ହେଲେ କିଛି ଲୋକ ଠକାମିର ଶିକାର ହେଉଥିବା ଦେଖିବାକୁ ମିଳୁଛି। ଜଣେ ବ୍ୟକ୍ତି ଅନ୍‌ଲାଇନରେ ରେନିକୋଟ୍‌ ମଗାଇଥିବା ବେଳେ ପାର୍ସଲରୁ କିଛି ଜରି ଓ ଗାମୁଛାଟିଏ ବାହାରିଛି। କଟକ ଜିଲା ନରସିଂହପୁର ବ୍ଲକ ଅଧୀନ ନୀଳକଣ୍ଠପୁର ଗ୍ରାମର ସନ୍ତୋଷ କୁମାର ନାୟକ କ୍ଷେତ୍ରରେ ଏହା ଦେଖିବାକୁ ମିଳିଛି। ସନ୍ତୋଷ ଅନ୍‌ଲାଇନ ମାଧ୍ୟମରେ ଗତ ଜୁଲାଇ ୨୨ରେ ୩୯୫ ଟଙ୍କା ମୂଲ୍ୟର ଏକ ରେନିକୋଟ୍‌ ବୁକିଂ କରିଥିଲେ। ଗତ ୨ ତାରିଖରେ ଡେଲିଭରି ବଏ ଠାରୁ ପ୍ୟାକେଟକୁ ସନ୍ତୋଷ ରିସିଭ କରି ୩୯୫ ଟଙ୍କା ପୈଠ କରିଥିଲେ। କିଛି ସମୟ ପରେ ପ୍ୟାକେଟଟିକୁ ଖୋଲିବା ପରେ ପ୍ୟାକେଟ ଭିତରେ ଗୋଟିଏ ପଲିଥିନ ସହ ଗୋଟିଏ ଅଳ୍ପଦାମର ଗାମୁଛା ବାହାରିଥିଲା। ସଙ୍ଗେ ସଙ୍ଗେ ସେ ପାର୍ସଲ ଆଣି ଦେଇଥିବା ବ୍ୟକ୍ତିଙ୍କୁ ଯୋଗାଯୋଗ କରିବା ପରେ ଯେଉଁ ନମ୍ବରରେ ବୁକିଂ କରିଥିଲେ ସେହି ସାଇଡକୁ ଯାଇ ରିଟନର୍ର୍ ବୁକିଂ କରିବାକୁ କହିଥିଲେ। କିଛିଦିନ ପରେ ଏହା ରିଟର୍ନ ପାଇଁ ମେସେଜ ଆସିବ କହି ନିଜ ଉପରୁ ଦୋଷ ଖସାଇ ଦେଇଥିଲେ। ଅନ୍‌ଲାଇନ ଅର୍ଡର କରି ସାମଗ୍ରୀ ମଗାଇବା ଧାରା ଏବେ ବୃଦ୍ଧି ପାଉଥିବା ବେଳେ ଏହାକୁ ସତର୍କତାର ସହ କରିବାକୁ ଆଇନଜୀବୀ ଜ୍ଞାନ ରଞ୍ଜନ ନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏକାଠି ହେଲେ ହଳଦିଆ ତୈଳିକ ବୈଶ୍ୟ ସମାଜ ସଭ୍ୟ, ବିଭିନ୍ନ ସମସ୍ୟା ନେଇ

ଦିଗପହଣ୍ଡି,୮ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଚିକିଟି ଓ ଖେମୁଣ୍ଡି ହଳଦିଆ ତୈଳିକ ବୈଶ୍ୟ ସମାଜର ଏକ ଆଲୋଚନା ସଭା ସାନଖେମୁଣ୍ଡି ବ୍ଲକ ଜିଉରା ଗ୍ରାମ...

ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା ଏମିତି ଏକ ଜନ୍ତୁ, ତା’ପରେ…

ଭଞ୍ଜନଗର,୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଫୁଲବାଣୀ ମୁଖ୍ୟ ରାସ୍ତାର ସୋରାଦେବୀ ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଅଜଣା ଜନ୍ତୁକୁ ଧକ୍କା ଦେଇ ଜଣେ...

ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଲେ

ଭୁବନେଶ୍ୱର,୧୨।୮: ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଦେଲେ। ଏଭଳି ଘଟଣା ଘଟିଛି ଭୁବନେଶ୍ୱର ସହିଦ୍‌ନଗରରେ। ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ମରଣାତ୍ମକ ଆକ୍ରମଣ ହୋଇଛି।...

ଭୟାବହ ଅଗ୍ନିକାଣ୍ଡ: କ୍ଷତିପୂରଣ ଦାବିରେ ରାସ୍ତାରୋକୋ କଲେ ଫଳ ଦୋକାନୀ, ତହସିଲଦାର କଲେ ଆଲୋଚନା

ବଲାଙ୍ଗୀର, ୮।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ବସଷ୍ଟାଣ୍ଡ ସମ୍ମୁଖ ତଥା ଜିଲାପାଳ କାର୍ଯ୍ୟାଳୟ ନିକଟ ଫଳ ମାର୍କେଟରେ ସୋମବାର ଅପରାହ୍ନ ପ୍ରାୟ ୩ଟା ସମୟରେ...

ଓଡ଼ିଶା ସରକାରଙ୍କ ବିଭିନ୍ନ ଯୋଜନାକୁ ଗ୍ରହଣ କରିବେନି ବୋଲି ଏକାଠି ହେଲେ୭ ଗ୍ରାମବାସୀ  

ପଟ୍ଟାଙ୍ଗି,୮।୧୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତର ଫାଟୁସିନେରୀ ଗ୍ରାମ ନିକଟ ଓଡିଶା-ଆନ୍ଧ୍ର ସୀମାନ୍ତ ଏକ ସ୍ଥାନରେ ପଞ୍ଚାୟତର ୭ଟି...

 ଚାଲିଥିଲା ପାଟ୍ରୋଲିଂ: ଡକାୟତି କରିବାକୁ ଯାଉଥିବା ବେଳେ ୬ ଜଣଙ୍କୁ

ପାପଡାହାଣ୍ଡି,୮।୧୨(ସ୍ବପ୍ନଜିତ ପଟନାୟକ): ଜଙ୍ଗଲ ନିକଟରେ ଚାଲିଥିଲା ଡକାୟତ ଉଦ୍ୟମ ମାଡି  ବସିଲା ପୋଲିସ । ଡକାୟତ ଉଦ୍ୟମକୁ ପଣ୍ଡ କରି ୬ ଅଭିଯୁକ୍ତକୁ ଗିରଫ କରି...

ରାଜ୍ୟରେ ବଢୁଛି ମହିଳାଙ୍କ ବିରୋଧରେ ଅପରାଧ: ଦେଢ଼ ବର୍ଷରେ ୪୦ ହଜାରରୁ ଊର୍ଦ୍ଧ୍ବ ମାମଲା

ଭୁବନେଶ୍ୱର,୮।୧୨: ଓଡ଼ିଶାରେ ମହିଳାମାନଙ୍କ ବିରୋଧରେ ହେଉଥିବା ଅପରାଧ ସାଙ୍ଘାତିକ ଚିନ୍ତାର ବିଷୟ ପାଲଟିଛି। ରାଜ୍ୟ ବିଧାନସଭାରେ ଉପସ୍ଥାପିତ ତଥ୍ୟ ଅନୁଯାୟୀ, ଗତ ମାତ୍ର ଦେଢ଼ ବର୍ଷ...

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri