ବ୍ରହ୍ମପୁର ସହରରେ ରହିଛି ୭ ବ୍ଲାକ୍‌ସ୍ପଟ୍‌

ବ୍ରହ୍ମପୁର ଅଫିସ,୬ା୮: ବ୍ରହ୍ମପୁର ସହର ଓ ସନ୍ନିକଟ ଦେଇ ଯାଇଥିବା ଜାତୀୟ ରାଜପଥ-୧୬ ଏବେ ଦୁର୍ଘଟଣାପ୍ରବଣ ହୋଇପଡ଼ିଛି। ସଡ଼କ ଦୁର୍ଘଟଣା ରୋକିବା ପାଇଁ ଅନେକ ଯୋଜନା ହୋଇଥିଲେ ମଧ୍ୟ ସହରରେ ଥିବା ୭ଟି ବ୍ଲାକ୍‌ସ୍ପଟରେ ପ୍ରତିଦିନ ଛୋଟବଡ ଦୁର୍ଘଟଣା ଦେଖିବାକୁ ମିଳୁଛି। ଅସଜଡ଼ା ରାସ୍ତା, ଜାତୀୟ ରାଜପଥରେ ଠିକ୍‌ ସୂଚନା ନ ଥିବା ଏବଂ ସ୍ଥିତି ଖରାପ ଯୋଗୁ ଦୁର୍ଘଟଣା ଘଟୁଥିବା ଅଭିଯୋଗ ହୋଇଛି। ବ୍ରହ୍ମପୁର ପୋଲିସ ଜିଲାରେ ୧୦ ବ୍ଲାକ୍‌ସ୍ପଟ (ଦୁର୍ଘଟଣା ପ୍ରବଣ ଅଞ୍ଚଳ) ଚିହ୍ନଟ ହୋଇଛି। ସହରରେ କୌଣସି ସ୍ଥାନରେ ୫ରୁ ଅଧିକ ଦୁର୍ଘଟଣା ଓ ୩ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିଲେ ସେହି ସ୍ଥାନଗୁଡ଼ିକୁ ବ୍ଲାକ୍‌ସ୍ପଟ ଭାବେ ଚିହ୍ନଟ କରାଯାଉଛି। ବ୍ରହ୍ମପୁର ପୋଲିସ ଜିଲାରେ ଥିବା ୧୦ଟି ବ୍ଲାକ୍‌ସ୍ପଟ ମଧ୍ୟରୁ ସହର ଭିତରେ ୭ଟି ରହିଥିବା ଜିଲା ପୋଲିସ କାର୍ଯ୍ୟାଳୟରୁ ସୂଚନା ମିଳିଛି। କେବଳ କାଗଜ କଲମରେ ଚିହ୍ନଟ ରହିଛି। ଅନ୍ୟପଟେ ପରିବହନ ବିଭାଗ ଓ ବିଭାଗୀୟ କର୍ତ୍ତୃପକ୍ଷ ଦୁର୍ଘଟଣା ହ୍ରାସ କରିବା ପାଇଁ ଠିକ୍‌ ପଦକ୍ଷେପ ନେଉନାହାନ୍ତି। ଫଳରେ ପ୍ରତିଦିନ ଏଠାରେ ଛୋଟବଡ ଦୁର୍ଘଟଣା ଘଟୁଥିବା ଦେଖିବାକୁ ମିଳୁଛି। ପ୍ରକାଶ ଯେ, ଜିଲା ପରିବହନ ବିଭାଗ ପକ୍ଷରୁ ବ୍ରହ୍ମପୁର ପୋଲିସ ଜିଲାରେ ୧୦ ବ୍ଲାକ୍‌ସ୍ପଟ ଚିହ୍ନଟ କରାଯାଇଛି। ସେଗୁଡ଼ିକ ହେଲା ହଳଦିଆପଦରଠାରୁ ଖଜୁରିଆ ଓଭରବିଜ୍ର, ଲାଞ୍ଜିପଲ୍ଲୀ ବାଇପାସ୍‌ଠାରୁ ଆଙ୍କୁଲି ଓଭରବ୍ରିଜ, କନିଷି-ଗୋଳନ୍ଥରା ଜାତୀୟ ରାଜପଥ, ହଳଦିଆପଦର-ଗୋଳନ୍ଥରା, ପୋକଡ଼ିବନ୍ଧ ଛକରୁ ଗୋପାଳପୁର, ନୂଆବସ୍‌ଷ୍ଟାଣ୍ଡ ରୋଡ, କମାପଲ୍ଲୀ, ସଦର ଥାନା ଅନ୍ତର୍ଗତ କୁକୁଡ଼ାଖଣ୍ଡି ଛକ, ବାଲିପଡ଼ା ଛକ ଓ ଦିଗପହଣ୍ଡି ଥାନା ଅନ୍ତର୍ଗତ ରାଜନଗର ଛକକୁ ଚିହ୍ନଟ ହୋଇଛି।
ଏହିସବୁ ଅଞ୍ଚଳରେ ନିୟମିତ ଭାବେ ବାରମ୍ବାର ଦୁର୍ଘଟଣା ଘଟୁଛି। ଗତ ଜାନୁୟାରୀରୁ ଜୁନ୍‌ ମଧ୍ୟରେ ସହରରେ ୨୬ଟି ଦୁର୍ଘଟଣା ଘଟିଛି। ସେଥିମଧ୍ୟରୁ ୭ ଜଣଙ୍କ ମୃତ୍ୟୁ ଘଟିଛି (ମୃତକଙ୍କ ମଧ୍ୟରେ ୫ ଜଣ ପୁରୁଷ ଓ ୨ ମହିଳା)। ସେହିଭଳି ୧୮ ଜଣ ଗୁରୁତର ହୋଇଛନ୍ତି (୧୭ ପୁରୁଷ ଓ ଜଣେ ମହିଳା)। ୬ ସାମାନ୍ୟ ଆହତ ହୋଇଥିବା ଟ୍ରାଫିକ ପୋଲିସ ପକ୍ଷରୁ ସୂଚନା ମିଳିଛି।
ସୂଚନାଥାଉକି, ୨୦୨୧ରେ ଉକ୍ତ ୭ ଦୁର୍ଘଟଣାପ୍ରବଣ ଅଞ୍ଚଳରେ ୪୯ ଦୁର୍ଘଟଣା ହୋଇଥିବା ବେଳେ ୨୨ ଜଣଙ୍କ ମୃତ୍ୟୁ ହୋଇଥିଲା। ସେମାନଙ୍କ ମଧ୍ୟରେ ୨୦ ପୁରୁଷ ଓ ଦୁଇ ମହିଳା ରହିଛନ୍ତି। ଗୁରୁତର ଭାବେ ୩୧ ପୁରୁଷ ଓ ୨ ମହିଳା ଏବଂ ୮ ପୁରୁଷ ଓ ୩ ମହିଳା ସାମାନ୍ୟ ଆହତ ହୋଇଛନ୍ତି ବୋଲି ବ୍ରହ୍ମପୁର ଟ୍ରାଫିକ ଥାନାଧିକାରୀ ସୁନୀଲ କୁମାର ବେହେରା ସୂଚନା ଦେଇଛନ୍ତି। ସଡ଼କ ଦୁର୍ଘଟଣା ରୋକିବା ପାଇଁ ଟ୍ରାଫିକ ଥାନା ପୋଲିସ ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ ଏବଂ ଲୋକଙ୍କୁ ସଚେତନ ମଧ୍ୟ କରାଯାଉଛି। ସେହିପରି ଟ୍ରାଫିକ ନିୟମ ଉଲ୍ଲଂଘନ କରିଥିବା ଗାଡ଼ି ଚାଳକଙ୍କଠାରୁ ଜରିମାନା ମଧ୍ୟ ଆଦାୟ ହେଉଛି। ସହରର ସବୁ ଛକରେ ଗାଡ଼ି ଧୀରେ ଚଳାଇବାକୁ ସିଗ୍‌ନାଲ ଦିଆଯାଉଛି। ଏହାସତ୍ତ୍ୱେ ମଧ୍ୟ ଅମାନିଆ ଚାଳକଙ୍କୁ ସାବାଡ଼ କରିବା ପାଇଁ ସେମାନଙ୍କଠାରୁ ଜରିମାନା ଆଦାୟ ହେଉଛି। ତଥାପି ବିଭିନ୍ନ କାରଣରୁ କେତେକ ଜାଗାରେ ଦୁର୍ଘଟଣା ଘଟୁଛି ଏବଂ ଜୀବନ ହାନି ହେଉଛି। ଏହାସତ୍ତ୍ୱେ ଦୁର୍ଘଟଣା ରୋକିବା ପାଇଁ ଟ୍ରାଫିକ ପୋଲିସ ପକ୍ଷରୁ ପ୍ରୟାସ କରାଯାଉଛି ବୋଲି ସେ କହିଛନ୍ତି। ଅନ୍ୟପଟେ ଆଞ୍ଚଳିକ ପରିବହନ ଅଧିକାରୀ ମାନସ ରଞ୍ଜନ ସାହୁ କହିଛନ୍ତି,ଯେଉଁ ରାସ୍ତାଗୁଡ଼ିକ ବ୍ଲାକ୍‌ସ୍ପଟ ଚିହ୍ନଟ ହୋଇଛି ସେଠାରେ ସାଇନ୍‌ ବୋର୍ଡ ଲଗାଯିବା ସହ ଚାଳକଙ୍କ ପାଇଁ ସତର୍କ ସୂଚନା ଫଳକ ଲଗାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri