ଲବାରସିଂ ବିଦ୍ୟାଳୟ: ୧୦୦ ପିଲାଙ୍କୁ ୨ ଶିକ୍ଷକ

ଆର୍‌.ଉଦୟଗିରି,୭।୮(ଡି.ଏନ୍‌.ଏ.): ଗଜପତି ଜିଲାରେ ଶିକ୍ଷା ବିଭାଗ ଏକପ୍ରକାର ପଙ୍ଗୁ ହୋଇ ପଡ଼ିଥିବା ଦେଖିବାକୁ ମିଳୁଛି। ରାଜ୍ୟ ସରକାରଙ୍କ ପକ୍ଷରୁ ୧୯୫୩ ମସିହାରେ ମୋହନା ବ୍ଲକ ଅନ୍ତର୍ଗତ ଲବାରସିଂ ଗ୍ରାମରେ ଏକ ପ୍ରାଥମିକ ବିଦ୍ୟାଳୟ ସ୍ଥାପିତ ହୋଇଥିଲା। ଏହାପରେ ୨୦୦୮ରେ ଏହି ବିଦ୍ୟାଳୟକୁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ମାନ୍ୟତା ମିଳିଲା। ଏଠାରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ୧୦୦ ଛାତ୍ରୀଛାତ୍ର ପାଠ ପଢୁଥିବା ବେଳେ ସେଥିରୁ ୪୪ ଛାତ୍ରୀ ଓ ୫୬ ଜଣ ଛାତ୍ର। ଆଠଟି ଶ୍ରେଣୀର ପିଲାଙ୍କୁ ପଢ଼ାଉଛନ୍ତି ମାତ୍ର ୨ ଶିକ୍ଷକ। ପ୍ରଧାନ ଶିକ୍ଷକ ମୃତ୍ୟୁଞ୍ଜୟ କାର୍ଯୀ ଓ ସହକାରୀ ଶିକ୍ଷକ ଅନ୍ତର୍ଯ୍ୟାମୀ ପାଇକ। ପ୍ରଧାନ ଶିକ୍ଷକ ବିଦ୍ୟାଳୟ କାର୍ଯ୍ୟରେ ବାହାରକୁ ଗଲେ କିମ୍ବା ଘରୋଇ କାମରେ ଛୁଟି ନେଇ ଅନୁପସ୍ଥିତ ରହିଲେ ସହକାରୀ ଶିକ୍ଷକ ଜଣକ ୮ଟି ଶ୍ରେଣୀରେ ଶିକ୍ଷାଦାନ କରନ୍ତି, ଯାହା ଗ୍ରହଣୀୟ ନୁହେଁ। ଶିକ୍ଷକ ଅଭାବଜନିତ ଅବ୍ୟବସ୍ଥା ଯୋଗୁ ହ୍ରାସପାଉଛି ପିଲାଙ୍କ ଶୈକ୍ଷିକ ଦକ୍ଷତା ଓ ଶିକ୍ଷାଦାନ। ସରକାର ସର୍ବଶିକ୍ଷା ଅଭିଯାନ, ନୂତନ ଶିକ୍ଷାନୀତି ଅଧିକାର ଅଧିନିୟମ, ମଧ୍ୟାହ୍ନ ଭୋଜନ ଆଦି ମାଳ ମାଳ ଯୋଜନା ଛାତ୍ରୀଛାତ୍ରମାନଙ୍କ ବୌଦ୍ଧିକ ଓ ମାନସିକ ବିକାଶର ଅଭିବୃଦ୍ଧି ନିମନ୍ତେ ପ୍ରଣୟନ କରିଛନ୍ତି। ଏଥିପାଇଁ ରାଜ୍ୟ ଓ କେନ୍ଦ୍ର ରାଜକୋଷରୁ କୋଟି କୋଟି ଟଙ୍କା ପାଣିଭଳି ଖର୍ଚ୍ଚ ହେଉଛି। କିନ୍ତୁ ଛାତ୍ରୀଛାତ୍ରମାନେ ଏହାର ସୁଫଳ ପାଇବାରୁ ବଞ୍ଚିତ ହେଉଛନ୍ତି। ଆଦିବାସୀ ଅଧ୍ୟୁଷିତ ଏହି ଅଞ୍ଚଳରେ ରହିଥିବା ବିଦ୍ୟାଳୟଗୁଡିକରେ ନିୟମିତ ଶିକ୍ଷକଙ୍କ ଅଭାବ ଯୋଗୁ ଛାତ୍ରୀଛାତ୍ରମାନେ ପାଠପଢ଼ା ପ୍ରତି ବିମୁଖ ହୋଇ ବାହାରେ ବିଭିନ୍ନ କାମରେ ନିୟୋଜିତ ହୋଇଥିବା ଦେଖିବାକୁ ମିଳୁଛି। ଲବାରସିଂ ପଞ୍ଚାୟତ ସରପଞ୍ଚ ଯମୁନା ରଇତ ଓ ପ୍ରଧାନ ଶିକ୍ଷକ ମୃତ୍ୟୁଞ୍ଜୟ କାର୍ଯୀ ବିଦ୍ୟାଳୟରେ ଶିକ୍ଷକ ନିୟୋଜିତ ସମ୍ପର୍କରେ ବିଭାଗୀୟ ଅଧିକାରୀଙ୍କୁ ବାରମ୍ବାର ଅବଗତ କରିଆସୁଥିଲେ ମଧ୍ୟ ତାହା ପୂରଣ ହେଉନାହିଁ ବୋଲି କହିଛନ୍ତି। ଏଣୁ ପ୍ରଶାସନିକସ୍ତରରେ ଛାତ୍ରୀଛାତ୍ରଙ୍କ ଭବିଷ୍ୟତକୁ ଦୃଷ୍ଟିରେ ରଖି ବିଦ୍ୟାଳୟରେ ଖାଲିପଡ଼ିଥିବା ଶିକ୍ଷକ ପଦବୀ ତୁରନ୍ତ ପୂରଣ କରିବା ପାଇଁ ଗ୍ରାମବାସୀ ଦାବି କରିଛନ୍ତି। ଏ ସମ୍ପର୍କରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଦେବଦାସ ତାମରାପୁଙ୍କ ଦୃଷ୍ଟି ଆକର୍ଷଣ କରିବାରୁ ସେ ଶୀଘ୍ର ବିଦ୍ୟାଳୟରେ ଶିକ୍ଷକ ନିଯୁକ୍ତ କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ପୋଲିସକୁ ଖୋଲା ଚ୍ୟାଲେଞ୍ଜ: ଗୋଟିଏ ରାତିରେ ଛତ୍ରପୁରର ୪ ମନ୍ଦିରରୁ ଚୋରି

ଛତ୍ରପୁର, ୨୦ା୧୨(ଦିଲୀପ ସାମଲ)- ପୁଣି ମନ୍ଦିରଗୁଡିକ ଉପରେ ଦୁର୍ବୃତ୍ତଙ୍କ ନଜର ପଡିଛି । ପୋଲିସ କଲୋନୀ ନିକଟରେ ଥିବା ୪ଟି ମନ୍ଦିରରୁ ଚୋରି କରି ପୋଲିସକୁ...

ଧକ୍କା ଦେଇ ଚାଲିଗଲା ଡାଲା ଅଟୋ: ଚାନ୍ଦପୁର ଗ୍ରାମର ୨ ଯୁବକ…

ଦିଗପହଣ୍ଡି, ୨୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଗାଡ଼ି ଧକ୍କାରେ...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

ପ୍ରଦୂଷଣ ପ୍ରମାଣପତ୍ର ନ ଥିଲେ ଓଡ଼ିଶାରେ ପେଟ୍ରୋଲ ମନା

ଭୁବନେଶ୍ୱର,୨୦।୧୨: ପରିବହନ କ୍ଷେତ୍ରରେ ପରିବେଶ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ପରିବହନ ପ୍ରାଧିକରଣ (STA) ପକ୍ଷରୁ ଶନିବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ପ୍ରଦୂଷଣ ପ୍ରମାଣପତ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri