Posted inଜାତୀୟ

ଭାରତର ଲକ୍ଷ୍ୟ ଆମଦାନୀ ହ୍ରାସ, ରପ୍ତାନି ବୃଦ୍ଧି: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୭।୮: ନୀତି ଆୟୋଗର ସପ୍ତମ ଗଭର୍ନିଂ କାଉନସିଲ ବୈଠକ ରବିବାର ଦିଲ୍ଲୀରେ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ରାଷ୍ଟ୍ରପତି ଭବନର କଲଚରାଲ ସେଣ୍ଟରରେ ଅନୁଷ୍ଠିତ ଏହି ବୈଠକରେ ଦେଶର ବିଭିନ୍ନ ପ୍ରସଙ୍ଗ ଉଠିଛି। ପ୍ରଧାନମନ୍ତ୍ରୀ ମୋଦି ୨୦୪୭ ପର୍ଯ୍ୟନ୍ତ ଭାରତର ଟାର୍ଗେଟ ବିଷୟରେ ମଧ୍ୟ କହିଛନ୍ତି।
ଏହି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କୃଷି ବିବିଧକରଣର ଗୁରୁତ୍ୱ ତଥା ବିଶେଷ ଭାବରେ ଖାଇବା ତେଲରେ ଆତ୍ମନିର୍ଭରଶୀଳ ହେବାର ଆବଶ୍ୟକତା ଉପରେ ଆଲୋକପାତ କରିଛନ୍ତି। ଆମଦାନୀ ହ୍ରାସ ତଥା ରପ୍ତାନି ବୃଦ୍ଧି ଲକ୍ଷ୍ୟରେ ୩ଟି- ବାଣିଜ୍ୟ, ପର୍ଯ୍ୟଟନ, ପ୍ରଯୁକ୍ତିବିଦ୍ୟାକୁ ପ୍ରୋତ୍ସାହିତ କରିବାକୁ ପ୍ରଧାନମନ୍ତ୍ରୀ ଆହ୍ବାନ ଦେଇଛନ୍ତି। ଏନଆଇଟି ଆୟୋଗ ଉପାଧ୍ୟକ୍ଷ ସୁମନ ବେରୀ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ଭାରତର କୋଭିଡ ସ୍ଥିତିକୁ ନେଇ ଆଗାମୀ ରଣନୀତି ଉପରେ ଆଲୋଚନା କରିଛନ୍ତି।
ନୀତି ଆୟୋଗର ଏହି ବୈଠକରେ ତୈଳବୀଜ, ଡାଲି, କୃଷି ଜାତ ଦ୍ରବ୍ୟ, ନୂଆ ଶିକ୍ଷା ଆଇନ ଆଦି ପ୍ରସଙ୍ଗରେ ଆଲୋଚନା ହୋଇଛି। ଏହି ବୈଠକରେ ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ, କେନ୍ଦ୍ର ଶାସିତ ଅଞ୍ଚଳର ଲେଫ୍ଟନାଣ୍ଟ ଗଭର୍ନର ଯୋଗ ଦେଇଥିଲେ। ହେଲେ ଏହି ବୈଠକରେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ ଏବଂ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଯୋଗ ଦେଇନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ କୃଷକ ଦେଶର ମେରୁଦଣ୍ଡ 

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ...

୮ ବର୍ଷ ପରେ କେନ୍ଦ୍ରୀୟ ବିଦ୍ୟାଳୟ ପାଳିଲା ବାର୍ଷିକ ଉତ୍ସବ : ଉପ ଜିଲାପାଳ କହିଲେ…

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଦୀର୍ଘ ୮ ବର୍ଷ ପରେ ଶନିବାର ସନ୍ଧ୍ୟାରେ ତ ବାର୍ଷିକ ଉତ୍ସବ ପାଳନ କରିଛି। ୨୦୧୭...

ପ୍ରସିଦ୍ଧ ଗୁପ୍ତେଶ୍ୱର ମନ୍ଦିରରୁ ବାହାରିଲା ୧୧ ଫୁଟ୍‌ର ଅହିରାଜ ସାପ, କରୁଥିଲା ଭୟଙ୍କର ଗର୍ଜନ

ଦିଗପହଣ୍ଡି,୨୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ଅଞ୍ଚଳରେ ଥିବା ପ୍ରସିଦ୍ଧ ଗୁପ୍ତେଶ୍ୱର ମନ୍ଦିରରୁ ଶନିବାର ଏକ ୧୧ ଫୁଟ୍ ଲମ୍ବର...

ଭୟଙ୍କର ଦୁର୍ଘଟଣା: ଟ୍ରକ୍‌ ଚକା ତଳେ ଗଲା ଜୀବନ 

ରାୟଗଡା,୨୦।୧୨(ଆଶିଷ ରଞ୍ଜନ ପଣ୍ଡା): ଭୟଙ୍କର ଦୁର୍ଘଟଣା। ଟ୍ରକ୍‌-ବାଇକ ମୁହାଁମୁହିଁ ଧକ୍କାରେ ଜଣଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଗୁରୁତର ହୋଇଥିବା ସୂଚନା ମିଳିଛି...

ଡିଭାଇଡରରେ ପିଟି ହୋଇ ଜଳିଗଲା ଟ୍ରେଲର୍‌

ସମ୍ବଲପୁର,୨୦।୧୨: ରମ୍ପେଲା ସପ୍ନେ ବ୍ରିଜ ଉପରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବ୍ରିଜ ଉପରେ ଏକ ୧୮ ଚକିଆ ଟ୍ରେଲର୍‌ ଯାଉଥିବା ବେଳେ...

ରାସ୍ତା କଡରେ ପଡିଛି ଲକ୍ଷ ଲକ୍ଷ ଟଙ୍କାର ଔଷଧ

ମୋହନା,୨୦।୧୨( ମନ୍ମଥ ମିଶ୍ର ): ସରକାର ନିରାମୟ ଯୋଜନାରେ ସାଧାରଣ ଗରିବ ଲୋକଙ୍କ ପାଇଁ ପ୍ରତି ସ୍ବାସ୍ଥ୍ୟ କେନ୍ଦ୍ର ଓ ଉପ ସ୍ବାସ୍ଥ୍ୟ କେନ୍ଦ୍ରଗୁଡିକୁ କୋଟିକୋଟି...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଷ୍ଟାଣ୍ଡବାଏ କିମ୍ବା ରିଜର୍ଭ ଖେଳାଳିଙ୍କୁ କାହିଁକି ଚୟନ କରାଯାଇ ନ ଥିଲା? କାରଣ କହିଲେ ବିସିସିଆଇ ସଚିବ

ନୂଆଦିଲ୍ଲୀ,୨୦।୧୨: BCCI 2026 ଟି-20 ବିଶ୍ୱକପ ପାଇଁ ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରିଛି। ଶୁବମନ ଗିଲ ଏବଂ ରିଷଭ ପନ୍ତଙ୍କ ସମେତ ଅନେକ...

ଶାଢି ନଥିବାବେଳେ କ’ଣ ପିନ୍ଧୁଥିଲେ ମହିଳା? ୯୯% ଜାଣି ନ ଥିବେ ସତ

ପ୍ରତିବର୍ଷ ଡିସେମ୍ୱର 21 ତାରିଖରେ ବିଶ୍ୱ ଶାଢ଼ି ଦିବସ ପାଳନ କରାଯାଏ। ଶାଢ଼ି ହେଉଛି ଏକ ପାରମ୍ପରିକ ଭାରତୀୟ ମହିଳା ପୋଷାକ, ଯାହା ଶରୀରରେ ପୋଷାକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri