ଛତିଶଗଡ଼ ଚୋରି କେନ୍ଦୁପତ୍ର ଓଡ଼ିଶାରେ ଖୋଜା

ମାଲକାନଗିରି, ୮।୮(ଡି.ଏନ.ଏ.):ବର୍ଷ ବର୍ଷ ଧରି ମାଲକାନଗିରି ସୀମାନ୍ତ ରାଜ୍ୟର ବ୍ୟବସାୟୀମାନେ ମାଲକାନଗିରି ଆସି କେନ୍ଦୁପତ୍ର ବ୍ୟବସାୟ କରୁଥିବା ବେଳେ ବର୍ତ୍ତମାନ ଛତିଶଗଡ଼ରେ ଚୋରି ହୋଇଥିବା କେନ୍ଦୁପତ୍ରକୁ ଓଡିଶାରେ ଖୋଜାଚାଲିଛି। ଖବରରୁ ଜଣାପଡିଛି ଚଳିତ ବର୍ଷ ଛତିଶଗଡ଼ ରାଜ୍ୟରୁ କୋଟି କୋଟି ଟଙ୍କାର କେନ୍ଦୁପତ୍ର ଚୋରାରେ ମାଲକାନଗିରିକୁ ଆସିଥିଲା। ଗୁଲାମ ଖାନ ନାମକ ଜଣେ ଛତିଶଗଡ଼ର ବ୍ୟବସାୟୀ ଛତିଶଗଡ଼ ଆଦିବାସୀଙ୍କଠାରୁ କେନ୍ଦୁପତ୍ର କିଣି ପଇସା ଦେଇ ନ ଥିବା ନେଇ ସୁକ୍‌ମା ଜିଲାର କୋଣ୍ଟା ଥାନାରେ ଅଭିଯୋଗ ହୋଇଥିଲା। ପରେ ସୁକ୍‌ମା ପୋଲିସ ଓ ବନବିଭାଗ ମାଲକାନଗିରି ପ୍ରଶାସନ ସହାୟତାରେ ମାଲକାନଗିରିରେ ଥିବା ଏକାଧିକ କେନ୍ଦୁପତ୍ର ଗୋଦାମ ଉପରେ ଚଢ଼ାଉ କରିଥିଲେ। ଏହି ଚଢାଉରେ ମାଲକାନଗିରି ବନ ବିଭାଗ ମଧ୍ୟ ସହଯୋଗ କରିଥିଲା। ଏହି ବ୍ୟବସାୟୀ ଜଣକ ମାଲକାନଗିରି ଜିଲାର ବିଭିନ୍ନ ସ୍ଥାନରେ ଥିବା ତାଙ୍କ ସମ୍ପର୍କୀୟଙ୍କ ଘରେ କେନ୍ଦୁପତ୍ର ଗଚ୍ଛିତ ରଖିଥିବା ଜାଣିବା ପରେ ମାଲକାନଗିରି ଜିଲାର ବିଭିନ୍ନ ଗୋଦାମ ଉପରେ ଚଢ଼ାଉ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନ ଭରିଲେ ଭାଜପା ପ୍ରାର୍ଥୀ ଗୋକୁଳାନନ୍ଦ

ପୋଲସରା,୩।୫(ସୁବ୍ରତ ବେହେରା): ଗଞ୍ଜାମ ଜିଲା ପୋଲସରା ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ପ୍ରାର୍ଥୀ ଗୋକୁଳାନନ୍ଦ ମଲ୍ଲିକ ଶୁକ୍ରବାର ନାମାଙ୍କନ ଦାଖଲ କରିଛନ୍ତି। ଭାଜପା ବିଧାୟକ ପ୍ରାର୍ଥୀ ଗୋକୁଳାନନ୍ଦ...

ଚିକିତ୍ସାରେ ଅବହେଳା ଅଭିଯୋଗ କରି ଡାକ୍ତରଙ୍କୁ ମାଡ଼, ହସ୍ପିଟାଲରେ ଉତ୍ତେଜନା

ଜଳେଶ୍ୱର,୩।୫(ନବୀନ ସାହୁ): ଚିକିତ୍ସାରେ ଅବହେଳାକୁ କେନ୍ଦ୍ର କରି ଜଳେଶ୍ୱର ଜି.କେ.ଭଟ୍ଟର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଉତ୍ତେଜନା ଦେଖାଦେଇଛି। ଏପରିକି ରୋଗୀଙ୍କ ସମ୍ପର୍କୀୟ ମେଡ଼ିକାଲ ଇନ୍‌ଚାର୍ଜ ଦିଲୀପ ପାତ୍ରଙ୍କୁ...

ଆନନ୍ଦପୁର ବିଧାନସଭା ଆସନରୁ ନାମାଙ୍କନ ଦାଖଲ କଲେ ଜୟଦେବ

ହାଟଡିହୀ,୩l୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ପାଇଁ ଶୁକ୍ରବାର କଂଗ୍ରେସ ପ୍ରାର୍ଥୀ ତଥା ପୂର୍ବତନ ପିସିସି ସଭାପତି ଜୟଦେବ ଜେନା ଶୁକ୍ରବାର ନାମାଙ୍କନପତ୍ର...

ସ୍ବାମୀଙ୍କ ପାଇଁ ପ୍ରଚାର କଲେ ସ୍ତ୍ରୀ

ଭୁବନେଶ୍ୱର,୩।୫: ଅଭିନେତା ଆକାଶ ଦାସ ନାୟକଙ୍କ ପ୍ରଚାର ପାଇଁ ମଇଦାନକୁ ଓହ୍ଲାଲେ ସ୍ତ୍ରୀ। ଭାଜପା ବିଧାୟକ ପ୍ରାର୍ଥୀ ଆକାଶଙ୍କ ପାଇଁ ଘରକୁ ଘର ବୁଲି ଭୋଟ...

ଗ୍ରୀଷ୍ମ ପ୍ରବାହକୁ ଖାତିର ନାହିଁ: ମାରାଥନ ପ୍ରଚାରରେ ପ୍ରାର୍ଥୀ

କେସିଙ୍ଗା,୩।୫(ତୁମେଶ୍ୱର ସାହୁ): ମେ’ ୧୩ରେ ଓଡ଼ିଶରେ ପ୍ରଥମ ପର୍ଯ୍ୟାୟ ଭୋଟ। ନିଜ ନିଜ ପସନ୍ଦର ପ୍ରାର୍ଥୀଙ୍କୁ ଭୋଟ ଦେବେ କଳାହାଣ୍ଡି ଲୋକସଭା ଏବଂ ବିଧାନସଭା ନିର୍ବାଚନ...

ଶେଷ ଦିନରେ ନାମାଙ୍କନ ଭରିଲେ ସୂର୍ଯ୍ୟମଣି

ଛତ୍ରପୁର,୩।୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ନାମାଙ୍କନପତ୍ର ଦାଖଲର ଶୁକ୍ରବାର ଶେଷ ଦିନରେ ଖଲିକୋଟ ବିଧାନସଭା ଆସନ ପାଇଁ ବିଜୁ ଜନତା...

ନାମାଙ୍କନପତ୍ର ଦାଖଲ କଲେ ବିଧାନସଭା ପ୍ରାର୍ଥିନୀ ଲତିକା ପ୍ରଧାନ

ଛତ୍ରପୁର,୩ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ନାମାଙ୍କନପତ୍ର ଦାଖଲର ଶେଷଦିନରେ କବିସୂର୍ଯ୍ୟନଗର ବିଧାନସଭା ଆସନ ନିମନ୍ତେ ବିଜୁ ଜନତା ଦଳର ବିଧାୟିକା...

ଜୋରଦାର ହେବ ବାରବାଟୀ-କଟକ ନିର୍ବାଚନ ଲଢ଼େଇ

କଟକ, ୩ା୫(ଶିଳ୍ପା ପ୍ରିୟଦର୍ଶିନୀ):ନିର୍ବାଚନକୁ ମାତ୍ର ଅଳ୍ପଦିନ ବାକି ରହିଥିବାବେଳେ ସରଗରମ ହେବାରେ ଲାଗିଛି କଟକ ରାଜନୀତି। ଏପରି କି ସମସ୍ତ ନିର୍ବାଚନମଣ୍ଡଳୀ ଅପେକ୍ଷା ଏବେ ରୋଚକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri