ଲଘୁଚାପ: ତୁହାକୁ ତୁହା ବର୍ଷା

ଭୁବନେଶ୍ୱର,୯ା୮(ବ୍ୟୁରୋ):ଉତ୍ତର ବଙ୍ଗୋପସାଗର, ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅବପାତ(ଡିପ୍ରେଶନ)ରେ ପରିଣତ ହେବ। ଏଥିସହିତ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ମଧ୍ୟ ରାଜ୍ୟରେ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୧୨ ତାରିଖ ଯାଏ ରାଜ୍ୟର ବିଭିନ୍ନ ଭାଗରେ ବର୍ଷା ହେବାର ସମ୍ଭାବନା ରହିଛି। ୧୦ ତାରିଖରେ ବରଗଡ଼, ସମ୍ବଲପୁର, ଅନୁଗୋଳ, କେନ୍ଦୁଝର ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। କେତେକ ସ୍ଥାନରେ ଭୂସ୍ଖଳନ ହେବା ସହ ତଳିଆ ଅଞ୍ଚଳରେ ବନ୍ୟା ଭଳି ପରିସ୍ଥିତି ସୃଷ୍ଟିହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ୧୧ ତାରିଖରେ ସୋନପୁର, ବୌଦ୍ଧ, ବଲାଙ୍ଗୀର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଢେଙ୍କାନାଳ, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, କଟକ, ଜଗତ୍‌ସିଂହପୁର ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ୍‌ ଓ୍ବାର୍ନିଂ ଜାରି କରାଯାଇଛି। ମୌସୁମୀ ସକ୍ରିୟ ଥିବାରୁ ଆସନ୍ତା ୧୫ ତାରିଖ ଯାଏ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ଲାଗିରହିବ।
ଲଘୁଚାପ ଯୋଗୁ ରାଜ୍ୟରେ ଗତ ଦୁଇଦିନ ହେବ ତୁହାକୁ ତୁହା ବର୍ଷା ଲାଗିରହିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ମାଲକାନଗିରିରେ ୧୦୩ ମିଲିମିଟର ବର୍ଷା ହୋଇଥିବା ବେଳେ ନବରଙ୍ଗପୁର ୧୩୭.୬, ଭବାନୀପାଟଣା ୮୧.୨, ଦାରିଙ୍ଗବାଡି ୪୦, କୋରାପୁଟ ୪୦.୪, ତାଳଚେର ୩୦, ଅନୁଗୋଳ ୨୨, କେନ୍ଦୁଝର ୧୫.୬, ଛତ୍ରପୁର ୯୫.୨, ବାଲେଶ୍ୱର ୩୪.୨, ଦେବଗଡ଼ ୨୮, ନୂଆପଡ଼ା ୩୦.୨, କେନ୍ଦ୍ରାପଡ଼ା ୨୦.୩, ଖୋର୍ଦ୍ଧାରେ ୧୫ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଲଘୁଚାପ ବର୍ଷାକୁ ଦୃଷ୍ଟିରେ ରଖି ଜିଲାପାଳଙ୍କୁ ସତର୍କ ରହିବା ପାଇଁ ସ୍ବତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଲଘୁଚାପ ଯୋଗୁ ଉପକୂଳରେ ଘଣ୍ଟା ପ୍ରତି ୪୫ରୁ ୫୫ କି.ମି. ବେଗରେ ପବନ ବହୁଛି। ବେଳେବେଳେ ଏହା ୬୫ କି.ମି.କୁ ମଧ୍ୟ ବଢିଯାଉଛି। ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୧୧ ତାରିଖ ଯାଏ ସମୁଦ୍ରକୁ ନ ଯିବା ଲାଗି ପରାମର୍ଶ ଦିଆଯାଇଛି। ଏହାଛଡ଼ା ୧୪ ତାରିଖରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri