ଗତ ୫ ବର୍ଷରେ ୯୪୬ ଡେଙ୍ଗୁ ପଜିଟିଭ୍‌

ବ୍ରହ୍ମପୁର ଅଫିସ,୯ା୮:ବର୍ଷା ଆଗମନରେ ଆସିଯାଇଛି ଡେଙ୍ଗୁ। ଜିଲାବାସୀଙ୍କୁ ଏହାକୁ ନେଇ ଘାରିଛି ଚିନ୍ତା। ବ୍ରହ୍ମପୁର ସହରର ପରିମଳ ଅବ୍ୟବସ୍ଥା ଯୋଗୁ ଚିନ୍ତା ଆହୁରି ବଢ଼ିଯାଇଛି। କେଉଁଠି ନାଳ ଚୋକ୍‌ ହୋଇ ରହିଛି ତ ଆଉ କେଉଁଠି ଅଳିଆ ଆବର୍ଜନା ପଡ଼ିରହି ନାନା ରୋଗର କାରଣ ସାଜୁଛି। ବର୍ଷା ଯୋଗୁ ବିଭିନ୍ନ ସ୍ଥାନରେ ପାଣି ଜମିରହୁଛି। ଫଳରେ ଲୋକଙ୍କୁ ଡେଙ୍ଗୁ ଭୟ ଘାରିଛି। ଅବଶ୍ୟ ଚଳିତ ବର୍ଷ ଅଗଷ୍ଟ ୮ ସୁଦ୍ଧା ଜିଲାରେ ୦୭ ଡେଙ୍ଗୁ ପଜିଟିଭ୍‌ ଚିହ୍ନଟ ହୋଇଥିବା ଜିଲା ମୁଖ୍ୟ ଚିକିତ୍ସାଧିକାରୀ(ସିଡିଏମ୍‌ଓ) ଡା. ଉମାଶଙ୍କର ମିଶ୍ର ସୂଚନା ଦେଇଛନ୍ତି। ଏଥିପାଇଁ ଜିଲା ସ୍ବାସ୍ଥ୍ୟ ବିଭାଗ ସଜାଗ ରହିଛି। ଜିଲାରେ ୨୦୧୭ରୁ ୨୦୨୧ ଏହି ୫ ବର୍ଷ ମଧ୍ୟରେ ୯୪୬ ଡେଙ୍ଗୁ ପଜିଟିଭ୍‌ ଚିହ୍ନଟ ହୋଇଥିବା ସିଡିଏମ୍‌ଓ ମିଶ୍ର କହିଛନ୍ତି। ବ୍ରହ୍ମପୁର ସହରରେ ପ୍ରାୟ ୪୦ ଆପାର୍ଟମେଣ୍ଟ ଚିହ୍ନଟ କରାଯାଇ ସ୍ବତନ୍ତ୍ର ଅଭିଯାନ ହାତକୁ ନିଆଯାଇଛି ବୋଲି ଜିଲା ମ୍ୟାଲେରିଆ ଅଧିକାରୀ ଡା. ସନ୍ତୋଷ କୁମାର ପାଢ଼ୀ ସୂଚନା ଦେଇଛନ୍ତି।
ପ୍ରତ୍ୟେକ ଆପାର୍ଟମେଣ୍ଟକୁ ଏହି ଟିମ୍‌ ଯାଇ ସେଠାରେ ଦୀର୍ଘଦିନ ଧରି ଜମି ରହୁଥିବା ପାଣିକୁ ଅନ୍ୟତ୍ର ସ୍ଥାନାନ୍ତର କରିବା ସହ ଲୋକମାନଙ୍କୁ ସଚେତନ କରୁଛି ବୋଲି ସେ ସୂଚନା ଦେଇଛନ୍ତି। ଜିଲାରେ ୨୦୧୨ରେ ଡେଙ୍ଗୁ ଜ୍ୱର ବ୍ୟାପିଥିଲା। ଏହି ବର୍ଷ ମୋଟ ୫୩୩ ଲୋକ ଆକ୍ରାନ୍ତ ହୋଇ ଏମ୍‌କେସିଜି ମେଡିକାଲର ସ୍ବତନ୍ତ୍ର ଡେଙ୍ଗୁ ୱାର୍ଡରେ ଚିକିତ୍ସିତ ହୋଇଥିଲେ। ବିଶେଷକରି ଦୀର୍ଘଦିନ ଧରି ଜମାହୋଇ ରହୁଥିବା ପାଣିରୁ ଡେଙ୍ଗୁ ରୋଗର ବାହକ ଏଡିସ୍‌ ମଶା ସୃଷ୍ଟି ହୋଇଥାଏ। ବର୍ଷାଦିନେ ସହରର ବିଭିନ୍ନ ସ୍ଥାନରେ ପଡ଼ି ରହୁଥିବା ଟାୟାର, ପଲିଥିନ, ପଇଡ଼ ଖୋଳପା, ଭଙ୍ଗା ବାଲ୍‌ଟି ପ୍ରଭୃତି ସାମଗ୍ରୀରେ ପାଣି ଜମାହୋଇ ରହିଥାଏ। ସାଧାରଣତଃ ଲୋକମାନଙ୍କର ଏହା ଉପରେ ନଜର ପଡ଼େନାହିଁ। ଏଭଳି ସାମଗ୍ରୀରେ ଦୀର୍ଘଦିନ ଧରି ପାଣି ଯେପରି ଜମି ନ ରହିବ ସେ ଦିଗରେ ସତର୍କ ରହିବାକୁ ଲୋକମାନଙ୍କୁ ପରାମର୍ଶ ଦିଆଯାଇଛି। ଆବଶ୍ୟକ ସଚେତନ ଓ ପରିମଳ ବ୍ୟବସ୍ଥାରେ ସୁଧାର ଅଣାଯାଇପାରିଲେ ଡେଙ୍ଗୁ ନିୟନ୍ତ୍ରଣ ହୋଇପାରିବ ବୋଲି ସିଡିଏମ୍‌ଓ ମିଶ୍ର ସୂଚନା ଦେଇଛନ୍ତି। ୨୦୧୨ ପରେ ଜିଲାରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବହୁମାତ୍ରାରେ ହ୍ରାସ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେଙ୍ଗୁ, ଚିକୁନଗୁନିଆରେ ପୀଡ଼ିତ ଅଛନ୍ତି କ୍ରିକେଟର ଚହଲ

ପୁଣେ,୧୮ା୧୨: ଲେଗ୍‌ ସ୍ପିନର ୟୁଜବେନ୍ଦ୍ର ଚହଲ ଡେଙ୍ଗୁ ଓ ଚିକନଗୁନିଆରେ ପୀଡ଼ିତ ଅଛନ୍ତି। ଏଥିଯୋଗୁ ସେ ଗୁରୁବାର ଝାଡ଼ଖଣ୍ଡ ଓ ହରିୟାଣା ମଧ୍ୟରେ ଖେଳାଯାଇଥିବା ସୟଦ...

୨୮ ତମ ପରବ ମୁଖ୍ୟ ସମାରୋହ ଉଦଘାଟିତ, ମନ ମୋହିଲା…

କୋରାପୁଟ,୧୮/୧୨(ଅମିତାଭ ବେହେରା ): ଜାତୀୟସ୍ତରୀୟ ଲୋକ ମହୋତ୍ସବ ପରବ-୨୦୨୫ର ମୁଖ୍ୟ ସମାରୋହ ସ୍ଥାୟୀ ପରବ ପଡ଼ିଆରେ ଗୁରୁବାର ସନ୍ଧ୍ୟାରେ ଉଦଘାଟିତ ହୋଇଛି । ନଗର ଉନ୍ନୟନ...

ଡିଜିଟାଲ ଆରେଷ୍ଟ ଜାଲରେ ଫସିଲେ ମହିଳା ଡାକ୍ତର, ୧୨ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ହରାଇଲେ

ରାୟଗଡା,୧୮।୧୨(ଆଶିଷ ରଞ୍ଜନ ପଣ୍ଡା)- ଡିଜିଟାଲ ଆରେଷ୍ଟ ହୋଇ ସାଇବର କ୍ରାଇମରେ ଫସିଛନ୍ତି ରାୟଗଡାର ଜଣେ ମହିଳା ଡାକ୍ତର। ରାୟଗଡା ଜିଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ...

ନାବାଳିକା ବଳାତ୍କାର ମାମଲାର ଆସିଲା ରାୟ: ଅଭିଯୁକ୍ତଙ୍କୁ ମିଳିଲା ଏଭଳି ଦଣ୍ଡ, ଜାଣନ୍ତୁ…

ଫୁଲବାଣୀ,୧୮ା୧୨(ରାକେଶ କୁମାର ରାଉତ): ଜଣେ ନାବାଳିକାଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାର ବିଚାର କରି ଗୁରୁବାର ଫୁଲବାଣୀ ପୋକ୍‌ସୋ କୋର୍ଟ ବିଚାରପତି ମନୋରଞ୍ଜନ ଦାସ ଅଭିଯୁକ୍ତଙ୍କୁ...

ରେଳଯାତ୍ରୀଙ୍କୁ ବଡ଼ ଝଟ୍‌କା: ପ୍ଲେନ୍‌ ଭଳି ଏବେ…

ନୂଆଦିଲ୍ଲୀ, ୧୮।୧୨: ଟ୍ରେନ୍‌ ଯାତ୍ରା କରୁଥିବା ଯାତ୍ରୀମାନେ ନିର୍ଦ୍ଧାରିତ ସୀମାରୁ ଅଧିକ  ସାମଗ୍ରୀ ନେଲେ ଶୁଳ୍କ ଦେବାକୁ ପଡ଼ିବ। ଏନେଇ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ...

ମା’ଙ୍କ ମୃତ୍ୟୁ ଖବର ପାଇ ଧାଇଁ ଆସିଥିଲେ, ଦ୍ୱାଦଶାହରେ ଚାଲିଗଲା ପୁଅଙ୍କ ଜୀବନ, ଗାଁରେ ଶୋକାକୂଳ ପରିବେଶ…

ଦିଗପହଣ୍ଡି,୧୮।୧୨(ଅଶେଷ ନାଥ ମିଶ୍ର): ମା’ଙ୍କ ମୃତ୍ୟୁ ଖବର ଶୁଣି ମୁମ୍ବାଇରୁ ଧାଇଁ ଆସିଥିଲେ ପୁଅ। ହେଲେ ଦ୍ୱାଦଶାହରେ ଚାଲିଗଲା ଜୀବନ।  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ...

ସ୍କୁଲରେ ମଦ୍ୟପ ଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ: ୩୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ଗୋଡେଇ ଗୋଡେଇ ନିସ୍ତୁକ ପିଟିଲେ

ଅନୁଗୋଳ,୧୮ା୧୨: ଅନୁଗୁଳ ଜିଲା ପାଳଲହଡ଼ା ବ୍ଲକ ସାନବାଗଦରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଣେ ମଦ୍ୟପ ଶିକ୍ଷକଙ୍କ କାର୍ଯ୍ୟକଳାପକୁ ନେଇ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ସହକାରୀ...

କେଏସୟୁବି କଲେଜ ପରିଦର୍ଶନ କଲେ ଏନସିସି ସିଓ, କ୍ୟାଡେଟ ମାନଙ୍କ ସୁବିଧା…

ଭଞ୍ଜନଗର,୧୮।୧୨(ବାବୁଲା ପ୍ରଧାନ)-ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ (ଏନସିସି) ଆର୍ମି ୱିଂଙ୍ଗ ବ୍ରହ୍ମପୁର ବାଟାଲିୟନର କମାଣ୍ଡିଂଙ୍ଗ ଅଫିସର(ସିଓ) ସମିର କର ଗୁରୁବାର ଗଞ୍ଜାମ ଜିଲା ଭଞ୍ଜନଗର କବି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri