ଗର୍ଭବତୀ ମହିଳାଙ୍କୁ ଚାପୁଡା ମାରି ଠେଲି ଦେଲେ ସୁରକ୍ଷା କର୍ମୀ: ଭିଡିଓ ଭାଇରାଲ

କରାଚି,୯।୮: ପାକିସ୍ତାନର କରାଚି ସହରରେ ଏକ ଲଜ୍ଜାଜନକ ଘଟଣା ଘଟିଛି। ଜଣେ ସୁରକ୍ଷାକର୍ମୀ ଗର୍ଭବତୀ ମହିଳାଙ୍କୁ ଚାପୁଡା ମାରିବା ସହ ତାଙ୍କୁ ଠେଲି ଦେଇଥିଲେ। ଘଟଣାର ଭିଡିଓ ଭାଇରାଲ ହେବା ପରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି।
କରାଚିର ଗୁଲିସ୍ତାନ-ଇ-ଜୋହର ଅଞ୍ଚଳରେ ଥିବା ଏକ ଆପାର୍ଟମେଣ୍ଟ କୋଠା ବାହାରେ ଏହି ଘଟଣା ଘଟିଛି। ଆକ୍ରମଣର ଘଟଣା ସିସିଟିଭି କ୍ୟାମେରାରେ କଏଦ ହୋଇଛି। ଏହାର ଏକ ଭିଡିଓ ପ୍ରସ୍ତୁତ କରି ଲୋକମାନେ ଏହାକୁ ସୋସିଆଲ ମିଡିଆରେ ଭାଇରାଲ କରିଥିଲେ। ଭିଡିଓରେ ସୁରକ୍ଷା କର୍ମୀ ମହିଳାଙ୍କ ସହ ଯୁକ୍ତିତର୍କ କରୁଥିବା ଦେଖିବାକୁ ମିଳିଛି। ଏହି ସମୟରେ ସେ ମହିଳାଙ୍କୁ ଚାପୁଡ଼ା ମାରି ତାଙ୍କୁ ଠେଲି ଦେଇଥିଲେ। ମହିଳା ଜଣକ ତଳେ ପଡ଼ିଯାଇ ଉଠିବାକୁ ଚେଷ୍ଟା କରିବାରୁ, ତାଙ୍କ ଗୋଇଠା ମାରିଥିଲେ ସୁରକ୍ଷାକର୍ମୀ। ପୋଲିସ ଅଭିଯୁକ୍ତ ସୁରକ୍ଷାକର୍ମୀଙ୍କ ବିରୋଧରେ ମାମଲା ରୁଜୁ କରି ଗିରଫ କରିଛି। ଏହି ଘଟଣା ପାକିସ୍ତାନରେ ଏବଂ ବିଶେଷ କରି କରାଚିରେ ଜନ ଅସନ୍ତୋଷ ସୃଷ୍ଟି କରିଛି।
ସୂଚନାଯୋଗ୍ୟ, ପୀଡିତା ମହିଳା ଗୁଲିସ୍ତାନ-ଇ-ଜୋହର ଅଞ୍ଚଳରେ ଅବସ୍ଥିତ ନୋମାନ ଗ୍ରାଣ୍ଡ ସିଟିରେ ଥିବା ଏକ ଘରେ କାମ କରନ୍ତି। ସେ ଗର୍ଭବତୀ ଥିବା ପୋଲିସକୁ କହିଛନ୍ତି। ଅଗଷ୍ଟ ୫, ଦିନ ୩ଟାରେ ସେ ତାଙ୍କ ପୁଅଙ୍କୁ ଘରୁ ଖାଇବା ନେଇ ଆସିବାକୁ କହିଥିଲେ। ପୁଅ ଖାଦ୍ୟ ସହିତ ପହଞ୍ଚିଥିଲେ। ସେଠାରେ କିନ୍ତୁ ସୁରକ୍ଷାକର୍ମୀ ତାଙ୍କୁ ଅଟକାଇଥିଲେ। ମହିଳା ବାହାରକୁ ଆସି ସୁରକ୍ଷାକର୍ମୀଙ୍କୁ ନିଜ ପରିଚୟ ଦେଇଥିଲେ ମଧ୍ୟ ସେ ବୁଝି ନ ଥିଲେ। ଏହି କାରଣରୁ ଉଭୟଙ୍କ ମଧ୍ୟରେ ଝଗଡା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ପୁଟିନଙ୍କ ଘର ଉପରେ ଏମିତି ‘ଡ୍ରୋନ୍ ଆକ୍ରମଣ’ର କରିଥିଲା ୟୁକ୍ରେନ, ଭୟଙ୍କର ଭିଡିଓ ଜାରି କଲା ରୁଷ

ନୂଆଦିଲ୍ଲୀ,୩୧।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ଲକ୍ଷ୍ୟ କରି ଡ୍ରୋନ୍ ମାଡ଼ କରିଛି ୟୁକ୍ରେନ। ଏହି ଖବର ପରେ ଦୁଇ ଦେଶ ମଧ୍ୟରେ ଯୁଦ୍ଧ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri