ଚଣ୍ଡିଖୋଲରେ ପୁଣି ପଲସର ଆତଙ୍କ, ଛଡ଼ାଇନେଲେ ଟଙ୍କା ବ୍ୟାଗ୍‌

ଯାଜପୁର ଅଫିସ,୯।୮: ଯାଜପୁର ଜିଲା ୫୩ ନଂ ଜାତୀୟ ରାଜପଥ ଚଣ୍ଡିଖୋଲ-ଖୋସାଲିପୁର ଓଭରବ୍ରିଜ ନିକଟରେ ମଙ୍ଗଳବାର ସକାଳେ ପୁଣି ପଲସର ଆତଙ୍କ ଦେଖିବାକୁ ମିଳିଛି।
ଦୁର୍ବୃତ୍ତ କଳାପଲସର ଆସି ଜଣେ ବାଇକ୍‌ ଆରୋହୀଙ୍କଠାରୁ ସୁନାଅଳଙ୍କାର ଓ ନଗଦ ଟଙ୍କା ଭର୍ତ୍ତି ବ୍ୟାଗ ଛଡାଇ ନେଇଛନ୍ତି।
ସୂଚନାଯୋଗ୍ୟ, ବାଲିଚନ୍ଦ୍ରପୁରର ବିନୀତ କୁମାର ଜେନା ତାଙ୍କ ସ୍ତ୍ରୀ ଓ ପୁଅଙ୍କୁ ବାଇକ୍‌ରେ ନେଇ ବଢେଙ୍କାନାଳସ୍ଥିତ ଜଣେ ବନ୍ଧୁଙ୍କ ଘରକୁ ଯାଇଥିଲେ। ସେଠାରୁ ଘରକୁ ଫେରୁଥିବା ସମୟରେ ଖୋସାଲିପୁର ରେଲୱେ ଓଭରବ୍ରିଜ ନିକଟରେ ଏକ ପଲସର ବାଇକରେ ଦୁଇ ଜଣ ଯୁବକ ଆସି ବିନୀତଙ୍କ ସ୍ତ୍ରୀ ଧରିଥିବା ବ୍ୟାଗକୁ ଛଡାଇ ନେଇ ଫେରାର ହୋଇଯାଇଥିଲେ। ବ୍ୟାଗରେ ସୁନା ଅଳଙ୍କାର ସହ ନଗଦ ଟଙ୍କା ଥିବା ସେମାନେ କହିଛନ୍ତି। ଘଟଣାସ୍ଥଳରେ ଚଣ୍ଡିଖୋଲ ଫାଣ୍ଡି ପୋଲିସ ପହଞ୍ଚି ତଦନ୍ତ ଚଳାଇଛି। ବିନୀତଙ୍କ ପକ୍ଷରୁ ଥାନାରେ ଲିଖିତ ଅଭିଯୋଗ ମଧ୍ୟ କରାଯାଇଛି। ଅନେକ ସମୟରେ ଉକ୍ତ ଅଞ୍ଚଳରେ ଏଭଳି ଘଟୁଥିବା ସ୍ଥାନୀୟ ଲୋକେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖୁଣ୍ଟକୁ ପିଟିଲା କାର: ଚାଲିଗଲା ଚାଳକଙ୍କ ଜୀବନ

ଛତ୍ରପୁର,୬।୫(ଦିଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧୀନ ଟାଟାଗେଟ୍‌ ନିକଟ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଖୁଣ୍ଟକୁ ଏକ କାର ଧକ୍କା ଦେଇ ଦୁର୍ଘଟଣା...

ଅଗ୍ନିକାଣ୍ଡରେ ଜଳିଗଲା ୧୦ଲକ୍ଷ ଟଙ୍କାର ସାମଗ୍ରୀ

ବ୍ରହ୍ମପୁର,୬ା୫(ସୁବାସ ଚନ୍ଦ୍ର ପାଢ଼ୀ): ଗୋସାଇଁନୂଆଗାଁ ସାମନ୍ତରାୟ ଏକାଡେମୀ ନିକଟରେ ଥିବା ଏକ ଗୋଦାମରେ ସୋମବାର ଭୟାଭୟ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗୋଦାମରେ ଥିବା ୧୦ ଲକ୍ଷରୁ...

ଘରକୁ ଘର ବୁଲି ନିର୍ବାଚନ ପ୍ରଚାର କଲେ ଭକ୍ତ ଦାସ

କେସିଙ୍ଗା,୬।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଳକର ୯ ପଞ୍ଚାୟତରେ କଂଗ୍ରେସ ବିଧାୟକ ପ୍ରାର୍ଥୀ ଭକ୍ତ ଚରଣ ଦାସ ଜନସମ୍ପର୍କ ପଦଯାତ୍ରା କରିବା ସହ ନିର୍ବାଚନୀ...

ମାଉସୀଙ୍କ ହାତରେ ପ୍ରସ୍ତୁତ ପୋଡ଼ ପିଠା ଖାଇ ମନ୍ଦିର ଫେରିଲେ ମା’ଠାକୁରାଣୀ

ଦାରିଙ୍ଗବାଡ଼ି,୬।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିଠାରେ ଚାଲିଥିବା ମା’ଠାକୁରାଣୀଙ୍କ ଯାତ୍ରାର ପୂର୍ଣ୍ଣାହୁତି ହୋଇଯାଇଛି। ରବିବାର ମା’ଙ୍କ ଘଟ ପରିକ୍ରମାର ଶେଷ ଦିବସ ରହିଥିବା ବେଳେ ମା’ଙ୍କୁ...

କଂଗ୍ରେସ ଗଡ଼ରେ ବିଜେଡିର ରଣହୁଙ୍କାର: ଡବଲ ଶଙ୍ଖ ଚି଼ହ୍ନରେ ଭୋଟ ଦେବାକୁ ନିବେଦନ

ଦାରିଙ୍ଗବାଡି, ୬।୫ (ଅରୁଣ ସାହୁ ):କନ୍ଧମାକ ଜିଲା ଦାରିଙ୍ଗବାଡି ବ୍ଲକ ୧୧ ନଂ ଜିଲାପରିଷଦ ଜୋନ ଝିଞ୍ଜିରୀଗୁଡାରେ ସୋମବାର ବିଜେଡିର କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି।...

ନାମାଙ୍କନ ବେଳେ ୨ ନେତା ଓ ସମର୍ଥକ ହାତାହାତି

ପୁରୀ,୬।୫: ପୁରୀ ଉପଜିଲ୍ଲାପାଳଙ୍କ ଅଫିସରେ ଦେଖିବାକୁ ମିଳିଛି ଅଭାବନୀୟ ଘଟଣା। କଂଗ୍ରେସ ପ୍ରାର୍ଥୀ ଉମାବଲ୍ଲଭ ରଥ ଓ ଟିକେଟ କଟିଥିବା ସୁଜିତ୍ ମହାପାତ୍ର ହାତାହାତି ହୋଇଛନ୍ତି।...

ନାମାଙ୍କନପତ୍ର ଦାଖଲ କଲେ ସସ୍ମିତା

କେନ୍ଦୁଝର,୬ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ନିର୍ବାଚନ ମଣ୍ଡଳୀର ସ୍ବାଧୀନ ପ୍ରାର୍ଥିନୀ ସସ୍ମିତାରାଣୀ ସିଂହ ସୋମବାର ସ୍ଥାନୀୟ ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏକ...

କିଏ ହେବ ଓଡ଼ିଶାର ମୁଖ୍ୟମନ୍ତ୍ରୀ ? ଘୋଷଣା କଲେ ମୋଦି

ନବରଙ୍ଗପୁର,୬।୫: ଓଡ଼ିଶାରେ ପ୍ରଥମ ଥର ହେବ ଡବଲ ଇଂଜିନ ସରକାର। ସୋମବାର ଓଡ଼ିଶା ଗସ୍ତରେ ଆସି ସରକାର ଗଠନ କରିବା ପାଇଁ ଦୃଢୋକ୍ତି ପ୍ରକାଶ କରିଛନ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri