Odisha Elections 2024
Posted inଜାତୀୟ

ଅଣଦେଖାରେ ରହିଗଲା ଓଡ଼ିଶାର ଦାବି

ନୂଆଦିଲ୍ଲୀ,୧୦।୮: ଜୁଲାଇ ୧୮ରୁ ଆରମ୍ଭ ହୋଇଥିବା ସଂସଦର ମୌସୁମୀ ଅଧିବେଶନ ଧାର୍ଯ୍ୟ ଦିବସର ୪ଦିନ ପୂର୍ବରୁ ଅର୍ଥାତ୍‌ ଅଗଷ୍ଟ ୮ରେ ଶେଷ ହୋଇଛି। ହେଲେ ଏହି ଅଧିବେଶନ ଓଡ଼ିଶା ପାଇଁ ଫଳପ୍ରଦ ହୋଇପାରିଲା ନାହିଁ। ଓଡ଼ିଶାର ଦାବିଗୁଡ଼ିକ ଅଣଦେଖା ହୋଇ ରହିଗଲା। ଅଧିବେଶନରେ ଓଡ଼ିଶା ବିଧାନ ପରିଷଦ ଗଠନ ଏବଂ ମହିଳା ସଂରକ୍ଷଣ ବିଲ୍‌ ପାସ୍‌ କରିବା ପାଇଁ ବିଜେଡି ପକ୍ଷରୁ ଦାବି କରାଯାଇଥିଲା। ଏପରି କି ଅଧିବେଶନ ପୂର୍ବରୁ ବସିଥିବା ସର୍ବଦଳୀୟ ବୈଠକରେ ବିଜେଡି ଉଭୟ ପ୍ରସଙ୍ଗକୁ ଉଠାଇ ଗୃହରେ ପାରିତ କରିବାକୁ ଦାବି କରିଥିଲା। ହେଲେ କୌଣସି ଗୋଟିଏ ବିଲ୍‌ ମଧ୍ୟ ଆଲୋଚନାକୁ ଆସିପାରିଲା ନାହିଁ।
ମୌସୁମୀ ଅଧିବେଶନରେ ରାଜ୍ୟ ସଭାରେ ୭ ଏବଂ ଲୋକ ସଭାରେ ୫ଟି ବିଲ୍‌ ଗୃହୀତ ହୋଇଛି। କେନ୍ଦ୍ର ସରକାରଙ୍କ ଦ୍ୱାରା ଆଗତ ସମସ୍ତ ବିଲ୍‌କୁ ବିଜେଡି ସମର୍ଥନ ଜଣାଇଥିଲା, ହେଲେ ବିଜେଡି ପକ୍ଷରୁ ଦାବି କରାଯାଇଥିବା ବିଧାନ ପରିଷଦ ଗଠନ ଏବଂ ମହିଳା ସଂରକ୍ଷଣ ବିଲ୍‌କୁ କେନ୍ଦ୍ର ସରକାର ଲୋକ ସଭାରେ ଉପସ୍ଥାପନ କରିପାରିଲେ ନାହିଁ। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ର ଅପବ୍ୟବହାର ଏବଂ ଦରଦାମ୍‌ ବୃଦ୍ଧି ପ୍ରସଙ୍ଗରେ ବିରୋଧୀ ଉଭୟ ଗୃହରେ ହଟ୍ଟଗୋଳ କରିବା କାରଣରୁ ଅଧିକାଂଶ ସମୟରେ ଗୃହ ମୁଲତବୀ ରହିଲା। ଫଳରେ ବହୁ ବିଲ୍‌ ଉପସ୍ଥାପିତ ହୋଇପାରିଲା ନାହିଁ। ଦରଦାମ ବୃଦ୍ଧି ସମ୍ପର୍କିତ ଆଲୋଚନା ସମୟରେ ବିଜେଡି ଏମ୍‌ପି କେନ୍ଦ୍ର ସରକାରଙ୍କ ନୀତିକୁ ସମାଲୋଚନା କରିଥିଲେ। ଏପରିକି ବିମୁଦ୍ରୀକରଣକୁ ନେଇ ମଧ୍ୟ ସରକାରଙ୍କୁ ଟାର୍ଗେଟ କରାଯାଇଥିଲା। ନଗଦ କାରବାରକୁ ହ୍ରାସ କରିବା ଲକ୍ଷ୍ୟରେ କେନ୍ଦ୍ର ସରକାର ୨୦୧୬ ନଭେମ୍ବର ୮ରେ ବିମୁଦ୍ରୀକରଣ ଘୋଷଣା କରିଥିଲେ। ହେଲେ ଏବେ ୩୦ଲକ୍ଷ କୋଟିର ନଗଦ କାରବାର ଚାଲିଛି, ଯାହାକି ୨୦୧୬ ପୂର୍ବଠାରୁ ୨ଗୁଣ ବୋଲି ପୁରୀ ଏମ୍‌ପି ପିନାକୀ ମିଶ୍ର କହିଥିଲେ। ତୈଳ ଦର ବୃଦ୍ଧି ପ୍ରସଙ୍ଗରେ ମଧ୍ୟ ସରକାର ଚିନ୍ତା କରିବାକୁ ମିଶ୍ର କହିଥିଲେ। ସସ୍ମିତ ପାତ୍ର ମହିଳା ସଂରକ୍ଷଣ ବିଲ ପାସ୍‌ କରିବାକୁ ଦାବି କରିଥିଲେ। ଏମ୍‌ପି ଚନ୍ଦ୍ରଶେଖର ସାହୁ ଭୁବନେଶ୍ୱରରୁ ଶିରିଡି ଏବଂ ଡେରାଡୁନ୍‌କୁ ସିଧା ସଳଖ ବିମାନ ଚଳାଚଳ ଦାବି ଉଠାଇଥିବାବେଳେ ଏମ୍‌ପି ଚନ୍ଦ୍ରାଣୀ ମୁର୍ମୁ ଜନଶୁଣାଣି ସମୟରେ ଜନପ୍ରତିନିଧିମାନଙ୍କୁ ଭାଗ ନେବାକୁ ଅନୁମତି ପ୍ରଦାନ କରିବାକୁ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଥିଲେ। ଅପରପକ୍ଷରେ ଭାଜପା ଏମ୍‌ପି ସୁରେଶ ପୂଜାରୀ ପଶ୍ଚିମ ଓଡ଼ିଶାରେ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ପାଇଁ କେନ୍ଦ୍ର ସରକାରଙ୍କ ସହଯୋଗ ଚାହିଁଥିଲେ। ଏମ୍‌ପି ବସନ୍ତ ପଣ୍ଡା ତାଙ୍କ ସଂସଦୀୟ କ୍ଷେତ୍ରର ବିଭିନ୍ନ ପ୍ରସଙ୍ଗ ଉଠାଇବା ସହ ରାଜ୍ୟର ବହୁ ମନ୍ଦିରକୁ ସଂରକ୍ଷିତ ଐତିହ୍ୟ ତାଲିକାରେ ସ୍ଥାନିତ କରିବାକୁ ଦାବି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମମତାଙ୍କୁ ଲିଗାଲ ନୋଟିସ୍‌

କୋଲକାତା,୨୧ା୫:ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଭାରତ ସେବାଶ୍ରମ ସଂଘ (ବିଏସ୍‌ଏସ୍‌)ର ସମ୍ପାଦକ ସ୍ବାମୀ ପ୍ରଦୀପ୍ତାନନ୍ଦ ସୋମବାର ଲିଗାଲ ନୋଟିସ୍‌ ପଠାଇ ୪୮ ଘଣ୍ଟା ମଧ୍ୟରେ ନିଃସର୍ତ୍ତ...

ନୂଆ ଆପରାଧିକ ଆଇନ ବିରୋଧରେ ପିଟିଶନ ଖାରଜ

ନୂଆଦିଲ୍ଲୀ,୨୧ା୫ (ପି.ଟି.):କେନ୍ଦ୍ର ସରକାର ଆଣିଥିବା ୩ ନୂଆ ଆପରାଧିକ ଆଇନକୁ ଚ୍ୟାଲେଞ୍ଜ କରି ଦାଏର ପିଟିଶନକୁ ବିଚାର କରିବା ପାଇଁ ସୁପ୍ରିମକୋର୍ଟ ସୋମବାର ମନା କରିଦେବା...

ଅଧ ରାତିରେ କ୍ଷମା ମାଗିଲେ ସମ୍ବିତ ପାତ୍ର: କହିଲେ, ମୋ ଭୁଲ୍‌ ପାଇଁ ଆଗାମୀ ୩ ଦିନ ଉପବାସ କରିବି

ନୂଆଦିଲ୍ଲୀ/ଭୁବନେଶ୍ୱର,୨୧।୫:ଓଡିଶାର ପୁରୀ ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ସମ୍ମିତ ପାତ୍ର ପ୍ରଭୁ ଜଗନ୍ନାଥଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭକ୍ତ ବୋଲି କହି କ୍ଷମା ମାଗିଛନ୍ତି।...

୫ମ ପର୍ଯ୍ୟାୟରେ ୬୦% ମତଦାନ

ନୂଆଦିଲ୍ଲୀ,୨୧।୫: ଲୋକ ସଭା ନିର୍ବାଚନର ପଞ୍ଚମ ପର୍ଯ୍ୟାୟରେ ୬୦.୪୮ ପ୍ରତିଶତ ମତଦାନ ହୋଇଥିବା ନିର୍ବାଚନ କମିଶନଙ୍କ ତଥ୍ୟରୁ ଜଣାପଡ଼ିଛି। ସୋମବାର ୬ ରାଜ୍ୟ ଓ ୨ କେନ୍ଦ୍ରଶାସିତ...

ଇରାନ ରାଷ୍ଟ୍ରପତିଙ୍କ ବିୟୋଗରେ ମଙ୍ଗଳବାର ଦିନିକିଆ ରାଷ୍ଟ୍ରୀୟ ଶୋକ ପାଳିବ ଭାରତ

ନୂଆଦିଲ୍ଲୀ,୨୦।୫: ହେଲିକପ୍ଟର ଦୁର୍ଘଟଣାରେ ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସି ଏବଂ ବୈଦେଶିକ ମନ୍ତ୍ରୀଙ୍କ ମୃତ୍ୟୁ ପରେ ଇରାନରେ ୫ ଦିନିଆ ରାଷ୍ଟ୍ରୀୟ ଶୋକ ପାଳନ କରାଯିବାକୁ...

ପତ୍ନୀ ସୁନୀତାଙ୍କ ସହ କେଜ୍‌ରିଓ୍ବାଲଙ୍କ ପ୍ରଥମ ରୋଡ ଶୋ’, କହିଲେ ମୋଦି ଜୀ…

ନୂଆଦିଲ୍ଲୀ,୨୦।୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ସୋମବାର ପତ୍ନୀ ସୁନୀତା କେଜ୍‌ରିଓ୍ବାଲଙ୍କ ସହ ଏକ ରୋଡ ଶୋ’ କରିଛନ୍ତି। ଏହି ସମୟରେ ସେ କହିଛନ୍ତି, ଭଲ...

ଭୋଟ୍‌ ବର୍ଜନ କରିଥିବା ଭୋଟରଙ୍କୁ ବୁଝାଇବାକୁ ରାଏବରେଲି ଯାଇଥିଲେ ରାହୁଲ, ଶୁଭିଲା ଜୟ ଶ୍ରୀ ରାମ ନାରା, ଆଉ ତା’ପରେ…

ନୂଆଦିଲ୍ଲୀ,୨୦।୫: ସୋମବାର ଲୋକ ସଭା ନିର୍ବାଚନ ୨୦୨୪ର ପଞ୍ଚମ ପର୍ଯ୍ୟାୟ ପାଇଁ ମତଦାନ ହୋଇଛି। ଏହି ସମୟରେ ଉତ୍ତରପ୍ରଦେଶର ହଟ ସିଟ ରାଏବରେଲିରେ ଏକ ଗାଁର...

ଯେଉଁ ମନ୍ଦିରକୁ ଯାଉଛନ୍ତି କଙ୍ଗନା, ସେହି ମନ୍ଦିରକୁ ସଫା କରିବା ଜରୁରୀ, ବିକ୍ରମାଦିତ୍ୟ ସିଂଙ୍କ ବିବାଦୀୟ ବୟାନ

ମଣ୍ଡି,୨୦।୫: ହିମାଚଳ ପ୍ରଦେଶର ମଣ୍ଡି ସଂସଦୀୟ ଆସନରୁ କଂଗ୍ରେସ ପ୍ରାର୍ଥୀ ବିକ୍ରମାଦିତ୍ୟ ସିଂ ଭାଜପା ପ୍ରାର୍ଥୀ କଙ୍ଗନା ରାଣାଓ୍ବତଙ୍କୁ ଟାର୍ଗେଟ କରିଛନ୍ତି। ଦେବ ସମାଜ ବିଷୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri