ବର୍ଷା ଛଡ଼ାଇନେଲା ବାସ

ପରଜଙ୍ଗ, ୧୧।୮(ଡି.ଏନ୍‌.ଏ.): ଲଘୁଚାପଜନିତ ଲଗାଣବର୍ଷା ଚାଷୀକୁଳ ପାଇଁ ପାଲଟିଛି ଆଶୀର୍ବାଦ। ହେଲେ ଝୁମ୍ପୁଡ଼ି ଘରେ ରହୁଥିବା ଗରିବ ପରିବାରର ସ୍ଥିତି ଦୟନୀୟ ହୋଇପଡ଼ିଛି। କେଉଁଠି ମାଟିକାନ୍ଥ ଭୁଶୁଡ଼ି ପଡ଼ିଛି ତ, ଅନ୍ୟ କେଉଁଠି ନଇଁ ପଡ଼ିଛି ଝାଟିମାଟି ଘର। ବର୍ଷା ବିତ୍ପାତରେ ଢେଙ୍କାନାଳ ଜିଲା ପରଜଙ୍ଗ ଅଞ୍ଚଳର ବହୁ ଘର ଧରାଶାୟୀ ହୋଇଯାଇଛି। କେବଳ ରୋଡ୍‌ ପଞ୍ଚାୟତ ଗଇଲୋ ଗ୍ରାମର ୫ ପରିବାର ବାସହରା ହୋଇଯାଇଥିବା ଅଭିଯୋଗ ହୋଇଛି। ରାଜକିଶୋର ସାହୁ, ତାଙ୍କ ଭାଇ ଦୁର୍ଯ୍ୟୋଧନ ସାହୁ, ଦୁର୍ମୂଖ ସାହୁ, ଭଜମନ ସାହୁ, ଭୀମସେନ ସାହୁଙ୍କ ୪୫ ବର୍ଷ ପୁରାତନ ପୈତୃକ ଘର ଭୁଶୁଡ଼ି ପଡ଼ିବାରୁ ପରିବାର ସଦସ୍ୟଙ୍କ ସମସ୍ୟା ବଢ଼ିଛି।

ପରିବାର ସଦସ୍ୟଙ୍କ କହିବା କଥା, ଉକ୍ତ ପୁରୁଣା ପୈତୃକ ଘରେ ସମସ୍ତେ ମିଳିମିଶି ରହି ଆସୁଥିଲେ। ଘରର ମାଟି କାନ୍ଥ ଫାଟି ଯାଇଥିଲା। ଗତ ଦୁଇଦିନ ହେଲା ଜାରି ରହିଥିବା ଲଗାଣବର୍ଷାରେ ଘର ସମ୍ପୂର୍ଣ୍ଣ ଭୁଶୁଡ଼ି ପଡ଼ିଛି। ତେବେ ସୌଭାଗ୍ୟବଶତଃ ପରିବାର ଲୋକେ ଅଳ୍ପକେ ବର୍ତ୍ତିଯାଇଛନ୍ତି। ଆଗକୁ ଆହୁରି ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ଯୌଥ ପରିବାର କେଉଁଠି ରହିବେ ତାହାକୁ ନେଇ ଚିନ୍ତାରେ ପଡ଼ିଛନ୍ତି।

ସମ୍ପୃକ୍ତ ପରିବାର ସମ୍ପର୍କରେ ସୂଚନା ପାଇ ସରପଞ୍ଚ ବିଶ୍ୱଜିତ୍‌ ନାୟକ ନିଜସ୍ବ ଅନୁଦାନରୁ ଏକ ମାସର ରାଶନ ଏବଂ ପଲିଥିନ ଯୋଗାଇ ଦେଇଛନ୍ତି। ସେମାନଙ୍କ ଅସ୍ଥାୟୀ ଭାବେ ରହିବା ଲାଗି ବ୍ୟବସ୍ଥା କରାଯିବ। ପୂର୍ବରୁ ଆବାସ ଯୋଜନାରେ ୩ ଜଣଙ୍କ ନାମ ପଞ୍ଜୀକରଣ କରାଯାଇଥିବାବେଳେ ଅନ୍ୟ ୨ ଭାଇଙ୍କୁ ମଧ୍ୟ ଏଥିରେ ଅନ୍ତର୍ଭୁକ୍ତ କରାଯିବ ବୋଲି ସେ ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

ବାଇକ୍‌ରେ ନେଉଥିଲେ ଶାଳକାଠ, ଗୋଡ଼ାଇ ଗୋଡ଼ାଇ ଧରିଲା ବନ ବିଭାଗ

ବଲାଙ୍ଗୀର,୧୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ବିଭାଗ ପାଟଣାଗଡ଼ ରେଞ୍ଜର କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ପାଟଣାଗଡ଼ ସେକ୍ସନର ମାନାଇପାଦ ଗ୍ରାମ ନିକଟରୁ ୬ଟି ଶାଳ...

ଟ୍ରକ୍‌କୁ ସାଇଡ୍‌ ଦେବାକୁ ଯାଇ ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣୀ ବ୍ଲକ ପାରଳାଖେମୁଣ୍ଡି ଆଦର୍ଶ ଥାନା ଅନ୍ତର୍ଗତ କତଳକଇଠା ଗ୍ରାମ ନିକଟରେ ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ବୁଧବାର ଜଣେ...

ଟାଟା ପାଓ୍ବାରରେ ଚାଲିଛି ଛଟେଇ: ପ୍ରତିବାଦରେ ଏସ୍‌ଇ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଭଞ୍ଜନଗର,୧୦ା୧୨(ବାବୁଲା ପ୍ରଧାନ): ଟାଟା ପାଓ୍ବାରରେ ଆଉଟସୋର୍ସିଂ କର୍ମଚାରୀଙ୍କୁ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ପରୋକ୍ଷରେ ଠିକାଦାର ସଂସ୍ଥା ଉପରେ ଚାପ ପକାଇ ବିଭିନ୍ନ ସମୟରେ ଛଟେଇ କରୁଛନ୍ତି।...

ଜୁନାଗଡ଼ରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ଲାଇସେନ୍ସ ନବୀକରଣ ନ ହେବା ଯାଏ ଖାଦ୍ୟ ସାମଗ୍ରୀ ଉତ୍ପାଦନ ବନ୍ଦ

ଜୁନାଗଡ଼,୧୦ା୧୨(ଉତ୍ତମ ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ସହରର ବିଭିନ୍ନ ଖାଦ୍ୟ ଦୋକାନରେ ବୁଧବାର ଧର୍ମଗଡ଼ ଉପଖଣ୍ଡ ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି।...

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି ମିଟୁ, ପର୍ଯ୍ୟଟନକ୍ଷେତ୍ରରେ ବ୍ୟବସାୟ କରି…

ଦାରିଙ୍ଗବାଡ଼ି,୧୦ା୧୨(ଅରୁଣ ସାହୁ): ଏବେ ଚାଲିଛି ପର୍ଯ୍ୟଟନ ଋତୁ। ଆଉ ଏହି ଋତୁରେ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ଛୁଟି ଆସୁଛନ୍ତି ବହୁ ସଂଖ୍ୟାରେ ପର୍ଯ୍ୟଟକ। ପର୍ଯ୍ୟଟକ ଆସିଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri