ବର୍ଷାରେ ଧୋଇଲା ସଂଯୋଗୀ ରାସ୍ତା

ବାଲିଆପାଳ,୧୨।୮(ସ୍ବ.ପ୍ର.): ଲଘୁଚାପ ଜନିତ ଲଗାଣ ବର୍ଷାରେ ବାଲିଆପାଳ ବ୍ଲକ ବୋଳଙ୍ଗ ପଞ୍ଚାୟତ ଦ୍ୱାରିକା ହାଟକୁ ଯିବା ମୁଖ୍ୟ ରାସ୍ତାର କେନାଲ ପୋଲ ପାଖ ରାସ୍ତା ଧୋଇଯାଇଛି। ଫଳରେ ଯାତାୟାତ ଠପ୍‌ ହୋଇଯାଇଛି।
ଉକ୍ତ ରାସ୍ତା ଦେଇ ବିଭିନ୍ନ ଗ୍ରାମରୁ ଲୋକମାନେ ଦ୍ୱାରିକା ହାଟକୁ ବେପାର ବାଣିଜ୍ୟ କରିବା ସହିତ ନିଜର ଜୀବିକା ନିର୍ବାହ ପାଇଁ ଯା’ଆସ କରନ୍ତି। ପ୍ରବଳ ବର୍ଷା ଯୋଗୁ ଏହି ରାସ୍ତାର କେନାଲ ପୋଲକୁ ସଂଯୋଗ କରୁଥିବା ସ୍ଥାନ ସମ୍ପୂର୍ଣ୍ଣ ଧସି ନଷ୍ଟ ହୋଇଯାଇଛି। ଫଳରେ ବୋଲଙ୍ଗ ପଞ୍ଚାୟତରୁ ଦ୍ୱାରିକା, ମହାନ୍ତି ଛକ, କଷାଫଳ, ଲଙ୍ଗଳେଶ୍ୱର, ବୋଲଙ୍ଗ ଚକକୁ ଯୋଗାଯୋଗ ସମ୍ପୂର୍ଣ୍ଣ ବିଚ୍ଛିନ୍ନ ହୋଇଯାଇଛି। ପିଇବା ପାଣି ମଧ୍ୟ ଆଣିବାକୁ ଏଠାରେ ଲୋକମାନେ ନଳକୂପକୁ ଯାଇପାରୁନାହାନ୍ତି। ଗାଡ଼ି, ମୋଟରସାଇକେଲ, ସାଇକେଲରେ ଲୋକମାନେ ଯାଇ ପାରୁନାହାନ୍ତି। ବୋଲଙ୍ଗ ପଞ୍ଚାୟତ ସରପଞ୍ଚ ଜ୍ୟୋସ୍ନାରାଣୀ ମଲ୍ଲିକ, ସରପଞ୍ଚଙ୍କ ପ୍ରତିନିଧି କାର୍ତ୍ତିକ ମଲ୍ଲିକ, ସମିତିସଭ୍ୟା ତପନ ରାଉତ, ବୋଳଙ୍ଗା ପଞ୍ଚାୟତର ବିଜେଡ଼ି ପଞ୍ଚାୟତ ସଭାପତି ଯୋଗେନ୍ଦ୍ର ମହାପାତ୍ର, ପୁଳିନ ବେହେରା, ବାଦଲ ବେହେରା, ବିଦ୍ୟାଧର ସାମଲ, ଗଣେଶ ଦାସ, ଶମ୍ଭୁନାଥ ପାତ୍ର, ଗୌତମ ପାତ୍ର, ତପନ ମହାନ୍ତି, ଭାସ୍କର ବେହେରା, ସୁକୁମାର ସାହୁ, ଚନ୍ଦନ ପାତ୍ର, ବାଗାମ୍ବର ସାହୁ, ବାବୁଧର ସାହୁଙ୍କ ସହିତ ସମସ୍ତ ପଞ୍ଚାୟତବାସୀ ରାଜ୍ୟ ସରକାର ଏବଂ ଜିଲା ପ୍ରଶାସନ ଉକ୍ତ ରାସ୍ତା ପ୍ରତି ଦୃଷ୍ଟି ଦେଇ ତୁରନ୍ତ ପଥରପ୍ୟାଚିଂ କରି ମରାମତି କରିବା ପାଇଁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri