କାଦୁଅରେ ୫ ଖଣ୍ଡ ଗାଁ

ଦଶମନ୍ତପୁର, ୧୨ା୮ ( ଡି.ଏନ.ଏ.):କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ପାଇକ ଫୁଲବେଡା ସଦର ପଞ୍ଚାୟତ ଠାରୁ ଝୋପରାପଦର ଗ୍ରାମକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା କାଦୁଅ ହୋଇ ଏକ ପ୍ରକାର ମରଣଯନ୍ତା ପାଲଟିଛି । ଝୋପରାପଦର ଗ୍ରାମ ଫୁଲବେଡ଼ା ଛକଠାରୁ ୭ କି.ମି. ଦୂର। ଏହି ରାସ୍ତାରେ ୫ ଖଣ୍ଡ ଗ୍ରାମ ବଦଳି ମାଳିଗୁଡ଼ା, ସଲପଗୁଡ଼ା, ତେନ୍ତୁଳିଗୁଡ଼ା ଏବଂ ମଧୁ ବିଶାଳି ଗ୍ରାମର ଲୋକମାନେ ନିର୍ଭର କରିଥାନ୍ତି। ଗ୍ରାମବାସୀଙ୍କ ପାଇଁ ପକ୍କାରାସ୍ତା ସାତସପନ ପାଲଟିଛି। ବର୍ଷାଦିନେ ଗ୍ରାମବାସୀ ନାହିଁ ନ ଥିବା ହଇରାଣ ହେଉଛନ୍ତି। କାଦୁଅ ରାସ୍ତାରେ ଜରୁରିକାଳୀନ ପରିସ୍ଥିତିରେ ଗ୍ରାମକୁ ୧୦୨ କିମ୍ବା ୧୦୮ ଆମ୍ବୁଲାନ୍ସ ଆସିପାରେ ନାହିଁ। ଦୈନନ୍ଦିନ ଯାତାୟାତ ପାଇଁ ଗାଁକୁ ଭଲ ରାସ୍ତାଟିଏ ନାହିଁ। ବର୍ଷା ଦିନ ଆସିଲେ ଗର୍ଭବତୀ ମହିଳା ଏବଂ ଗୁରୁତର ରୋଗୀଙ୍କୁ ଗ୍ରାମରୁ ୭ କି.ମି. ଦୂର ଭାରରେ ବୋହି ଫୁଲବେଡ଼ା ଛକ ଯାଏ ନେବାକୁ ହୁଏ ବୋଲି କହନ୍ତି ଗ୍ରାମର ନାରାୟଣ ମାଳି, ଉଲାସୀ ମାଳି, ପଦ୍ମା ମାଳି। ତେବେ ଫୁଲବେଡ଼ାଛକଠାରୁ ଝୋପରାପଦର ଗ୍ରାମ ଯାଏ ରାସ୍ତା ନିର୍ମାଣ ନେଇ ୧୬ ଲକ୍ଷ ଟଙ୍କା ବ୍ୟୟ ଅଟକଳ ପାଇଁ ଧାର୍ଯ୍ୟ କରାଯାଇଥିଲେ ମଧ୍ୟ ସମ୍ପୂର୍ଣ୍ଣ ଗ୍ରାମକୁ ରାସ୍ତା ସଂଯୋଗ କରିବା ପରିବର୍ତ୍ତେ କେବଳ ସଲପଗୁଡ଼ା ଗାଁ ଯାଏ ମେଟାଲ ଓ ମୋରମ ପକାଇ ଛାଡି ଦିଆଯାଇଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି । ଏହି ରାସ୍ତା ଠିକାଦାର ଓ କନିଷ୍ଠଯନ୍ତ୍ରୀଙ୍କ ଅବହେଳାରୁ ଅର୍ଦ୍ଧ ନିର୍ମିତ ଅବସ୍ଥାରେ ପଡ଼ିରହିଛି। ଏନେଇ କୌଣସି ପ୍ରଶାସନିକ ଅଧିକାରୀ ଗୁରୁତ୍ୱ ଦେଉ ନ ଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଉଛି। ରାସ୍ତା ନିର୍ମାଣ ପାଇଁ ପଞ୍ଚାୟତଠାରୁ ବ୍ଲକ ଏବଂ ଜିଲା ପ୍ରଶାସନକୁ ବାରମ୍ବାର ଲିଖିତ ଭାବେ ଜଣାଇଥିଲେ ହେଁ କୌଣସି ସୁଫଳ ମିଳୁ ନ ଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି ।
ଏ ସମ୍ପର୍କରେ ସହକାରୀ ଯନ୍ତ୍ରୀ ଅଭିଷେକ ଷଡ଼ଙ୍ଗୀ ଏବଂ କନିଷ୍ଠ ଯନ୍ତ୍ରୀ ବକୁଲ ଚନ୍ଦ୍ର ମୁର୍ମୁଙ୍କୁ ପଚାରିବାକୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ ଉଭୟେ ଫୋନ ଉଠାଇ ନ ଥିଲେ। ଫଳରେ ଉଭୟ ଅଧିକାରୀଙ୍କ ପ୍ରତିକ୍ରିୟା ମିଳିପାରି ନାହିଁ। ଖୁବ୍‌ ଶୀଘ୍ର ରାସ୍ତା କାର୍ଯ୍ୟ ଶେଷ ନ ହେଲେ ଆଗାମୀ ଦିନରେ ଜିଲାପାଳଙ୍କ ଦ୍ବାରସ୍ଥ ହେବୁ ବୋଲି ଗ୍ରାମବାସୀ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ

ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ...

ଭାରତର ଏସବୁ ଜିନିଷ ଉପରେ ନିର୍ଭର କରେ ଋଷିଆ, ଖର୍ଚ୍ଚ କରେ ଏତେ ଟଙ୍କା

ନୂଆଦିଲ୍ଲୀ,୬।୧୨: ରୁଷିଆ ଏବଂ ଭାରତ ଦୀର୍ଘଦିନ ଧରି ଦୃଢ଼ ସମ୍ପର୍କ ଉପଭୋଗ କରିଆସିଛନ୍ତି। ଏହି ଗଭୀର ସମ୍ପର୍କ ଦୁଇ ଦେଶ ମଧ୍ୟରେ ବାଣିଜ୍ୟରେ ପ୍ରତିଫଳିତ ହୋଇଛି।...

ଇଣ୍ଡିଗୋ ସଙ୍କଟ: ଖୁବ୍‌ ଜୋର ପାଟି କରି କାଉଣ୍ଟର ଉପରକୁ ଚଢିଗଲେ ବିଦେଶିନୀ

ନୂଆଦିଲ୍ଲୀ,୬।୧୨: ଗତ ଚାରି ଦିନ ମଧ୍ୟରେ ସାରା ଦେଶରେ ୧,୦୦୦ରୁ ଅଧିକ ଇଣ୍ଡିଗୋ ବିମାନ ବାତିଲ କରାଯାଇଛି, ଯାହା ଯାତ୍ରୀମାନଙ୍କୁ ବହୁତ ଅସୁବିଧାର ସମ୍ମୁଖୀନ କରୁଛି।...

ସ୍ବାମୀ ରଣବୀରଙ୍କୁ ନେଇ ଏମିତି କହିଦେଲେ ଦୀପିକା, ଚର୍ଚ୍ଚା ଆରମ୍ଭ

ମା’ ହେବା ପରେ ବଦଳିଗଲେଣି ଅଭିନେତ୍ରୀ ଦୀପିକା ପାଦୁକୋନ। ସେ ଏବେ ନିଜ କ୍ୟାରିୟର୍‌ ନୁହେଁ, ଝିଅ ଦୁଆକୁ ଅଧିକ ସମୟ ଦେଉଛନ୍ତି। ଏସବୁ ଭିତରେ...

ଭାରତ ସହ ମ୍ୟାଚ ପୂର୍ବରୁ ଦକ୍ଷିଣ ଆଫ୍ରିକାକୁ ଲାଗିଲା ୩ ବଡ଼ ଝଟକା!

ନୂଆଦିଲ୍ଲୀ,୬।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତୃତୀୟ ଏକଦିବସୀୟ ମ୍ୟାଚ ବିଶାଖାପାଟଣାରେ ଖେଳାଯାଉଛି, ଯାହା ତିନି ମ୍ୟାଚ ବିଶିଷ୍ଟ ସିରିଜର ନିର୍ଣ୍ଣାୟକ ମ୍ୟାଚ। ଦକ୍ଷିଣ...

କରୁଣ ନାୟାରଙ୍କୁ ଅଣଦେଖା କଲା BCCI!

ନୂଆଦିଲ୍ଲୀ,୬।୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ହେଉଛି ଭାରତର ସର୍ବୋଚ୍ଚ ପ୍ରଶାସକ ସଂସ୍ଥା। କୁହାଯାଏ ଯେ ଏହି ଦେଶର ପ୍ରତ୍ୟେକ କ୍ରିକେଟର୍‌ BCCI ସହ...

ଭାରତର ୫ ମହଙ୍ଗା ମହିଳା ପ୍ରବଚକ, ଯିଏ କଥା କହି ନେଇଯାଆନ୍ତି ଏତେ ଫି

ନୂଆଦିଲ୍ଲୀ,୬।୧୨: ବୃନ୍ଦାବନର ପ୍ରସିଦ୍ଧ କାହାଣୀକାର ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ୱତନ ଡିଏସପିଙ୍କ ଝିଅ ଶିପ୍ରା ଶର୍ମା ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଶୁକ୍ରବାର, ଡିସେମ୍ୱର 5...

ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା: ଶୀତର ମଜା ଉଠାଉଛନ୍ତି ପର୍ଯ୍ୟଟକ

ଜି.ଉଦୟଗିରି,୬।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ ): ଜି.ଉଦୟଗିରି ଅଞ୍ଚଳରେ ଫେରିଛି ହାଡ଼ଭଙ୍ଗା ଶୀତ । ସରକାରୀ ସୂଚନା ଅନୁସାରେ କନ୍ଧମାଳ ଜିଲାରେ ସର୍ବନିମ୍ନ ତାପମାତ୍ରା ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri