ପଡୋଶୀଙ୍କ ବିରୋଧରେ ହାଇକୋର୍ଟର ଦ୍ୱାରସ୍ଥ ହେଲେ ସଲମାନ

ବମ୍ବେ: ପଡ଼ୋଶୀଙ୍କ ବିରୋଧରେ ମାନହାନି ମକଦ୍ଦମା ଦାୟର କରି ଚର୍ଚ୍ଚାରେ ଦବଙ୍ଗ ଖାଁ ସଲମାନ। ପାନ୍‌ଭେଲରେ ରହୁଥିବା ପଡୋଶୀ କେତନ କକ୍କର ତାଙ୍କର ପୁରୁଣା ଭିଡିଓ ଶେୟାର କରି ଭାବମୂର୍ତ୍ତିକୁ କ୍ଷୁର୍ଣ୍ଣ କରିବା ସହ ଲୋକଙ୍କୁ ଉତ୍ତେଜିତ କରିବାକୁ ମଧ୍ୟ ଚେଷ୍ଟା କରିଥିବା ଅଭିନେତା କହିଛନ୍ତି। ବମ୍ବେ ହାଇକୋର୍ଟରେ ଏନେଇ ଶୁଣାଣି ହୋଇଥିବା ବେଳେ ସଲମାନ ନିଜର ବିବୃତି ରଖିଥିଲେ।ମାର୍ଚ୍ଚ ୨୦୨୨ରେ ସେଶନ୍ସ କୋର୍ଟରେ ହୋଇଥିବା ଆଦେଶକୁ ଚ୍ୟାଲେଞ୍ଜ କରି ଏହି ଆବେଦନ କରିଥିଲେ। ମାମଲାର ପରବର୍ତ୍ତୀ ଶୁଣାଣି ଅଗଷ୍ଟ ୨୨ରେ ହେବ।

କେତନ ତାଙ୍କ ଭିଡିଓରେ ସଲମାନ ତାଙ୍କ ପାନଭେଲ ଫାର୍ମହାଉସ୍‌ରେ କ’ଣ କରନ୍ତି ସେ ବିଷୟରେ କହିଥିଲେ। ସେ ଅଭିନେତାଙ୍କ ତୁଳନା ବାବର ଏବଂ ଔରଙ୍ଗଜେବଙ୍କ ସହ କରିଥିଲେ। ଏପରିକି ସେ ସଲମାନଙ୍କୁ ଅଣ୍ଡରଓ୍ବାଲର୍‌ଡ ଡନ୍‌ ଦାଉଦ ଇବ୍ରାହିମ ଗ୍ୟାଙ୍ଗର ସଦସ୍ୟ ଭାବେ ବର୍ଣ୍ଣନା କରିଥିଲେ। ଏହାକୁ ନେଇ ସଲମାନ କୋର୍ଟର ଦ୍ୱାରସ୍ଥ ହୋଇଥିଲେ। କେତନ ଉକ୍ତ ଭିଡିଓକୁ ହଟାଇବା ସହ ଭବିଷ୍ୟତରେ ଏଭଳି କରିବା ବନ୍ଦ କରିବା ଉଚିତ ବୋଲି ସଲମାନ ଆବେଦନ କରିଥିଲେ। ହେଲେ ସେଶନ୍ସ କୋର୍ଟ ଏପରି ନିର୍ଦ୍ଦେଶ ଦେବାକୁ ମନା କରିବା ପରେ ସଲମାନ ବମ୍ବେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଟାଇଟାନିକ’ର ପ୍ରସିଦ୍ଧ ଅଭିନେତା ବର୍ନାର୍ଡ ହିଲଙ୍କ ପରଲୋକ

ଲସ ଆଞ୍ଜେଲସ,୫।୫: ହଲିଉଡରୁ ଏକ ଦୁଃଖଦ ଖବର ଆସିଛି। ସୁପରହିଟ ଫିଲ୍ମ ‘ଟାଇଟାନିକ’ର ପ୍ରସିଦ୍ଧ ଅଭିନେତା ବର୍ନାର୍ଡ ହିଲଙ୍କ ଦେହାନ୍ତ ହୋଇଛି। ବର୍ନାର୍ଡଙ୍କ ମୃତ୍ୟୁ ଖବର...

ଭୁଲ ଭାଲ କଥା କହି ଟ୍ରୋଲ ହେଲେ କଙ୍ଗନା

ମୁମ୍ବାଇ,୫।୫: ହିମାଚଳର ମଣ୍ଡି ଆସନରୁ ଭାଜପା ପ୍ରାର୍ଥୀ ତଥା ବଲିଉଡ ଅଭିନେତ୍ରୀ-ରାଜନେତା କଙ୍ଗନା ରାନାୱତ ତାଙ୍କ ବୟାନ ପାଇଁ ଅନେକ ସମୟରେ ଚର୍ଚ୍ଚାରେ ଥାଆନ୍ତି। ଏବେ...

୨ ବର୍ଷ ଡେଟିଂ ପରେ ଅନନ୍ୟାଙ୍କ ସହ ବ୍ରେକ୍‌ଅପ୍‌ କଲେ ଆଦିତ୍ୟ!

ବମ୍ବେ: ଅଲଗା ହୋଇଛନ୍ତି ବଲିଉଡ୍‌ର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ଅନନ୍ୟା ପାଣ୍ଡେ- ଆଦିତ୍ୟ ରୟ କପୁର। ଦୀର୍ଘ ୨ ବର୍ଷ ଧରି ଡେଟ୍‌ କରିଆସୁଥିଲେ ଦୁହେଁ।...

ମୁଁ ବ୍ରେକଅପ କରି ନେଇଛି, ସୁହାନା ଖାଁଙ୍କ ପୋଷ୍ଟ ହେଲା ଭାଇରାଲ!

ମୁମ୍ବାଇ: ଶାହାରୁଖ ଖାଁ ଏବଂ ଗୌରୀ ଖାଁଙ୍କ ଝିଅ ସୁହାନା ଖାଁ ସବୁଠାରୁ ଲୋକପ୍ରିୟ ଷ୍ଟାର କିଡସଙ୍କ ମଧ୍ୟରୁ ଅନ୍ୟତମ । ସେ ଜୋୟା ଅଖତରଙ୍କ...

ବ୍ରେକ ନେଲେ ଶାହାରୁଖ

ମୁମ୍ବାଇ: ବଲିଉଡ ବାଦଶାହା ଶାହାରୁଖ ଖାନ ଗତ ବର୍ଷ ଅର୍ଥାତ୍‌ ୨୦୨୩ ରେ ଏକ ଚମତ୍କାର ପ୍ରତ୍ୟାବର୍ତ୍ତନ କରିଥିଲେ। ପାଞ୍ଚ ବର୍ଷ ପରେ ଶାହାରୁଖ ଫିଲ୍ମ...

‘ଲାହୋର ୧୯୪୭’ରେ ସନ୍ନି ଦେଓଲ

ମୁମ୍ବାଇ: ‘ଗଦର ୨’ର ସଫଳତା ପରେ ସନ୍ନି ଦେଓଲ ଆଉ ଏକ ଦମଦାର ଚଳଚ୍ଚିତ୍ର ‘ଲାହୋର ୧୯୪୭’ସହିତ ପୁଣି ଥରେ ପରଦାକୁ ଆସୁଛନ୍ତି। ଏହା ସଂପୂର୍ଣ୍ଣ...

କଙ୍ଗନାଙ୍କୁ ରାଖୀଙ୍କ ଖୋଲା ଚ୍ୟାଲେଞ୍ଜ

ବମ୍ବେ: ଅଭିନେତ୍ରୀ କଙ୍ଗନା ରାଣାଓ୍ବତଙ୍କୁ ବଡ଼ ଚ୍ୟାଲେଞ୍ଜ ଦେଇଛନ୍ତି ଡ୍ରାମା କୁଇନ୍‌ ରାଖୀ ସାଓ୍ବନ୍ତ। ସର୍ବଦା କିଛି ନା କିଛି କାରଣକୁ ନେଇ ବିବାଦରେ ରହୁଥିବା...

ବାପା ହେଲେ ଏହି ବଲିଉଡ୍‌ ଅଭିନେତା

ବମ୍ବେ: ପୁଣିଥରେ ବାପା ହୋଇଛନ୍ତି ବଲିଉଡ୍‌ ଅଭିନେତା ହରମନ ବାବେଜା। ତାଙ୍କ ଘରକୁ ଏକ କୁନି ରାଜକୁମାରୀ ଆସିଛନ୍ତି। ମାର୍ଚ୍ଚରେ ଅଭିନେତା ବାପା ହୋଇଥିଲେ ହେଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri