ବାଇବାଲି ପଞ୍ଚାୟତ ବରଗଁାକୁ ନାହିଁ ପକ୍କା ରାସ୍ତା

ଭଞ୍ଜନଗର,୧୫।୮(ଡି.ଏନ.ଏ): ଭଞ୍ଜନଗର ଅଞ୍ଚଳରେ ଆଜକୁ ପ୍ରାୟ ଏକ ସପ୍ତାହ ହେବ ମଝିରେ ମଝିରେ ଲଗାଣ ବର୍ଷା ହେଉଛି। ଏହାଦ୍ୱାରା ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି । ଲୋକେ ଘରୁ ବାହାରି ପାରୁନାହାନ୍ତି। କେତକ ସ୍ଥାନରେ ଝାଟିମାଟି ଘର ଭୁଶୁଡ଼ି ପଡ଼ିଛି । ଭଞ୍ଜନଗର ବ୍ଲକ ଗାଲେରୀର ଜନ୍ମେଜୟ ଗୌଡ଼ଙ୍କ ଚାଳ ଛପର ଘର ଏହି ଲଗାଣ ବର୍ଷାରେ ଭୁଶଡ଼ି ପଡ଼ିଛି । ବିଦ୍ୟୁତ୍‌ ସେବା ମଧ୍ୟ ପ୍ରଭାବିତ ହୋଇଛି। ବ୍ଲକର ଅନେକ ଗ୍ରାମକୁ ଏ ବେବି ପକ୍କା ରାସ୍ତା ହୋଇପାରିନାହିଁ । ବର୍ତ୍ତମାନ ଲଗାଣ ବର୍ଷା ଯୋଗୁ ଲୋକେ ଉକ୍ତ ମାଟି ରାସ୍ତାରେ ଯାତାୟାତ ସମୟରେ ଘୋର ଅସୁବିଧାର ସମ୍ମୁଖିନ ହେଉଛନ୍ତି। ବାଇବାଲି ପଞ୍ଚାୟତର ଅନେକ ଗ୍ରାମରେ ଥିବା ମାଟି ରାସ୍ତା ଗୁଡ଼ିକୁ ମଧ୍ୟ ଠିକ୍‌ ଭାବେ ମରାମତି କରାଯାଉନାହିଁ । ମୁଖ୍ୟ ସଡ଼କରୁ ବରଗାଁ ମାଟି ରାସ୍ତାଟିକୁ ବହୁଦିନ ହେବ ମରାମତି କରାଯାଇନାହିଁ । ଉକ୍ତ ଗ୍ରାମରେ ୫୦ରୁ ଊର୍ଦ୍ଧ୍ୱ ପରିବାର ବସବାସ କରୁଛନ୍ତି । ବର୍ତ୍ତମାନ ବର୍ଷା ଯୋଗୁ ଲୋକେ ଯାତାୟାତରେ ଘୋର ଅସୁବିଧାର ସମ୍ମୁଖିନ ହେଉଛନ୍ତି । ପଞ୍ଚାୟତ କର୍ତ୍ତୃପକ୍ଷ ଏଥିପ୍ରତି ଦୃଷ୍ଟି ଦେଉନାହାନ୍ତି । ଏ ନେଇ ବରଗାଁ ଗ୍ରାମବାସୀଙ୍କ ମଧ୍ୟରେ ଦିନକୁ ଦିନ ଅସନ୍ତୋଷ ବୃଦ୍ଧି ପାଉଛି। ଆଗାମୀ ଦିନରେ ଏ ନେଇ ବରଗାଁ ଗ୍ରାମବାସୀ ଆନ୍ଦୋଳନ କରିବା ପାଇଁ ସଜବାଜ ହେଉଥିବା ଜଣାପଡ଼ିଛି । ବାଇବାଲି ପଞ୍ଚାୟତ ବ୍ଲକର ପଛୁଆ ଅଞ୍ଚଳ ଭାବେ ପରିଚିତ । ସେହିଭଳି ଭଞ୍ଜନଗର ସହରତଳି ଲାଲସିଂ ପଞ୍ଚାୟତର ଅନେକ ରାସ୍ତା ମାଟି ରାସ୍ତା ଅଛି । ମାଟି ରାସ୍ତା ଗୁଡ଼ିକ ଖାଲ ଢ଼ିପରେ ଭରି ରହିଥିବା ବେଳେ ବର୍ତ୍ତମାନ ବର୍ଷା ଯୋଗୁ ଉକ୍ତ ଖାଲ ଗୁଡ଼ିକରେ ପାଣି ଭରି ରହିଛି । ଲୋକେ ଯାତାୟାତ ସମୟରେ ଅସୁବିଧାର ସମ୍ମୁଖିନ ହେଉଛନ୍ତି । ଦୌନନ୍ଦିନ ଉକ୍ତ ମାଟି ରାସ୍ତା ଗୁଡ଼ିକରେ ଦୁର୍ଘଟଣା ମଧ୍ୟ ଘଟୁଛି। ଏ ନେଇ ପଞ୍ଚାୟତ କର୍ତ୍ତୃପକ୍ଷ ଦୃଷ୍ଟିଦେଇ ଆବଶ୍ୟକ ପଦକ୍ଷେପ ନେବାପାଇଁ ଦାବି ହୋଇଛି। ଅପରପକ୍ଷେ ଲଗାଣ ବର୍ଷା ଯୋଗୁ ଲୋହରାଖଣ୍ଡି, ବଡ଼ନଦୀରେ ଜଳସ୍ତର ସାମାନ୍ୟ ବୃଦ୍ଧି ପାଇଛି । କିନ୍ତୁ ଉପରମୁଣ୍ଡ କନ୍ଧମାଳରେ ବର୍ଷା କମ୍‌ ଯୋଗୁ ବର୍ତ୍ତମାନ ବନ୍ୟା ପରିସ୍ଥିତି ଉପୁଜିନାହିଁ। ଆଗକୁ ଆହୁରି ଦୁଇଦିନ ବର୍ଷା ଅଛି । ତେଣୁ ଯେ କୌଣସି ପରିସ୍ଥିତିର ମୁକାବିଲା ପାଇଁ ଜଳସମ୍ପଦ, ରାଜସ୍ବ ସମେତ ପ୍ରମୁଖ ବିଭାଗ ପ୍ରସ୍ତୁତ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ 

ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ  ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...

ବେଆଇନ ଭାବେ କରୁଥିଲେ ଧାନ ଚୋରା ଚାଲାଣ, ମାଡ଼ି ବସିଲା ରିଷିଡ଼ା ପୋଲିସ

ରିଷିଡା,୧୬।୧୨(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅବୁଜବାହାଲ ଗ୍ରାମର ଜନୈକ ବ୍ୟବସାୟୀ ନିଜ ପିକଅପ୍‌ ୪୦୭ ଗାଡ଼ିରେ ବେଆଇନ ଭାବେ ଧାନ ନେଉଥିବା ବେଳେ ରିଷିଡ଼ା ପୋଲିସ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…

ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri