ଅଧିକାରୀଙ୍କୁ ତାଲା ପକାଇଲେ ହିତାଧିକାରୀ

ଯୋଡା,୧୧୭।୮(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ ଅଧୀନ ଚମକପୁର ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ହିତାଧିକାରୀମାନେ ସେମାନଙ୍କର ୪ମାସର ବକେୟା ଭତ୍ତା ନ ପାଇ ପଞ୍ଚାୟତ ନିର୍ବାହୀ ଅଧିକାରୀ ବିଦ୍ୟାଧର ପାତ୍ର ଓ ଗ୍ରାମ ରୋଜଗାର ସେବକ ରମେଶ ନାଏକଙ୍କୁ ଗୋଟିଏ ପ୍ରକୋଷ୍ଠ ମଧ୍ୟରେ ୨ ଘଣ୍ଟାରୁ ଉର୍ଦ୍ଧ୍ୱ ସମୟ ତାଲା ପକାଇ ଅଟକ ରଖିଥିବା ଜଣପାଡ଼ିଛି। ଏ ନେଇ ପଞ୍ଚାୟତ କାର୍ଯ୍ୟାଳୟରେ ବ୍ୟାପକ ଉତ୍ତେଜନା ପରିସ୍ଥିତି ଦେଖାଦେଇଥିଲା।
ସୂଚନା ଅନୁଯାୟୀ, ସରକାରଙ୍କର ଦ୍ୱାରା ବାର୍ଦ୍ଧକ୍ୟ, ବିଧବା ଓ ଭିନ୍ନକ୍ଷମ ଭତ୍ତା ବିଭିନ୍ନ ଗ୍ରାମର ହିତାଧିକାରୀଙ୍କୁ ପଞ୍ଚାୟତ କାର୍ଯ୍ୟାଳୟରେ ମିଳିଥାଏ। ଏଥି ମଧ୍ୟରୁ ମଧୁବାବୁ ପେନ୍‌ସନ୍‌ ଯୋଜନାରେ ରାଜ୍ୟ ସରକାର ଦେଉଥିବା ଭତ୍ତା ନଗଦ ପ୍ରଦାନ କରାଯାଉଥିବା ବେଳେ କେନ୍ଦ୍ର ସରକାରଙ୍କ ଭତ୍ତା ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ସିଧାସଳଖ ଆସିଥାଏ । ତେବେ ହିତାଧିକାରୀମାନେ ବ୍ୟାଙ୍କ ଦୌଡ଼ି ଦୌଡ଼ି ନୟାନ୍ତ ହେଲେ ମଧ୍ୟ ବ୍ୟାଙ୍କ କର୍ମଚାରୀମାନେ ଟଙ୍କା ଆସି ନ ଥିବା କହି ସେମାନଙ୍କୁ ୪ମାସ ହେଲା ଫେରାଇଦେଉଛନ୍ତି । ସେଥିପାଇଁ ଦୂରଦୁରାନ୍ତରୁ ଟଙ୍କା ଖର୍ଚ୍ଚ କରି ହିତାଧିକାରୀଙ୍କୁ ବ୍ୟାଙ୍କ ଯାଇ ନିରାଶ ହୋଇ ଫେରିବାକୁ ପଡ଼ିଛି। ଏପରିକି ଅନେକ ହିତାଧିକାରୀ ବ୍ୟାଙ୍କ ଯିବା ପାଇଁ ଅକ୍ଷମ ହୋଇଥିବା ବେଳେ ସେମାନଙ୍କୁ ଅଟୋ ଭଡା କରି ବ୍ୟାଙ୍କ ଯିବାକୁ ପଡ଼ିଛି । ସେମାନେ ପାଉଥିବା ଭତ୍ତା ଏବଂ ଅଟୋ ଭଡ଼ା ପ୍ରାୟ ସମାନ ହେଇଯାଉଥିବାରୁ ସେମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଏହି ସମସ୍ୟା ଯୋଡା ବ୍ଲକର ୧୯ଟି ଯାକ ପଞ୍ଚାୟତରେ ଦେଖାଦେଉଥିବା ବେଳେ ଅଧିକାରୀମାନଙ୍କ ଖାମଖିଆଲି ନୀତି ଯୋଗୁ ଏହା ଘଟୁଥିବା ଜଣାପଡିଛି । ଅଧିକାରୀଙ୍କୁ ଅଟକ ରଖିବା ପରେ ହିତାଧିକାରୀଙ୍କର ଚଳିତ ମାସର ଭତ୍ତା ବାବଦକୁ ୩ ଲକ୍ଷ ଦେବା ପାଇଁ ଅଧିକାରୀମାନେ ସ୍ଥିର କରିଥିଲେ। କିନ୍ତୁ ଏହାକୁ ମଧ୍ୟ ହିତାଧିକାରୀମାନେ ବିରୋଧ କରିଥିଲେ। ବିଗତ ୩ମାସର ଭତ୍ତା ସେମାନେ ଦାବି କରିଥିଲେ। ପରିସ୍ଥିତି ଉତ୍ତେଜନା ମୂଳକ ହେବାରୁ ଏହାକୁ ନିୟନ୍ତ୍ରଣ କରିବା ପାଇଁ ଚମ୍ପୁଆ ପୋଲିସ ଘଟଣାସ୍ଥଳରେ ପହଞ୍ଚିଥିଲା। ପରେ ଯୋଡା ବିଡିଓ ଜଗନ୍ନାଥ ହନୁମାନଙ୍କ ସହିତ ଅଧିକାରୀ ଯୋଗାଯୋଗ କରି ଆଉ ୩ଲକ୍ଷ ଟଙ୍କା ଦେବା ପାଇଁ ବିଡିଓଙ୍କ ନିର୍ଦ୍ଦେଶକ୍ରମେ ଯୋଡାରୁ କିଛି କର୍ମଚାରୀ ଯାଇ ବକେୟା ପୈଠ କରାଯାଇଥିବା ଅଟକ ରହିଥିବା କାର୍ଯ୍ୟନିର୍ବାହୀ ଅଧିକାରୀ ବିଦ୍ୟାଧର ପାତ୍ର ଖବରଦାତାଙ୍କୁ ସୂଚନା ଦେଇଥିଲେ। ତେବେ ମଧୁବାବୁ ପେନସନ ଯୋଜନାରେ ଅନ୍ତର୍ଭୁକ୍ତ କେତେକ ହିତାଧିକାରୀଙ୍କ ମୃତ୍ୟୁ ପରେ ମଧ୍ୟ ଜାଲ ଟିପ ଚିହ୍ନରେ ଅର୍ଥ ହଡ଼ପ କରାଯାଉଥିବା ଅଭିଯୋଗ ହୋଇଛି। ଏହାର ଏକ ଉଚ୍ଚସ୍ତରୀୟ ତଦନ୍ତ କରିବାକୁ ଅଞ୍ଚଳବାସୀ ଦାବି କରିଛନ୍ତି। ତେବେ ଗରିବ ହିତାଧିକାରୀମାନଙ୍କ ପାଇଁ ଉଦ୍ଦିଷ୍ଠ ଭତ୍ତା ଠିକ ସମୟରେ ମିଳୁ ନ ଥିବାରୁ ସେମାନେ ଅତ୍ୟନ୍ତ ହଇରାଣ ହେଉଥିବା ପ୍ରକାଶ କରିଛନ୍ତି । ଏହାକୁ ତୁରନ୍ତ ନିୟମିତ କରିବା ପାଇଁ ହିତାଧିକାରୀମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଚାର ଜୋରଦାର: ଘରଘର ବୁଲି ଆଶୀର୍ବାଦ ଭିକ୍ଷା କରୁଛନ୍ତି ପ୍ରାର୍ଥୀ

ଖଡ଼ିଆଳ,୨୮।୪(ସୁଜିତ କୁମାର ପ୍ରଧାନ)-ସାଧାରଣ ନିର୍ବାଚନ ଯେତେ ପାଖେଇ ଆସୁଛି ନିର୍ବାଚନୀ ଉଷ୍ମତା ସେତେ ବୃଦ୍ଧିପାଉଛି। ନୂଆପଡ଼ା ଜିଲାର ଖଡ଼ିଆଳ ନିର୍ବାଚନ ମଣ୍ଡଳୀରେ ତିନି ପ୍ରମୁଖ ରାଜନୈତିକ...

ବୀରମିତ୍ରପୁର ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମ୍‌ଏମ୍‌

କୁଆଁରମୁଣ୍ଡା,୨୮।୪(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ନିର୍ବାଚନ ମଣ୍ଡଳୀ ବିଧାନସଭା ପାଇଁ ଇଣ୍ଡିଆମେଣ୍ଟ ପକ୍ଷରୁ ଜେଏମ୍‌ଏମ୍‌ ରବିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ...

୩୦ରେ ନାମାଙ୍କନପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ: ପ୍ରସ୍ତୁତି ବୈଠକରେ ହୋହଲ୍ଲା

ହିଞ୍ଜିଳିକାଟୁ ୨୮।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ୩୦ ଏପ୍ରିଲରେ ହିଞ୍ଜିଳି ବିଧାନସଭା ପାଇଁ ନାମାଙ୍କନପତ୍ର ଦାଖଲ କରିବେ। ଏହି...

ବଢୁଛି ତାତି: ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ କର

ସମ୍ବଲପୁର,୨୭ା୪(ବି.ଶଙ୍କର): ସଂପ୍ରତି ରାଜ୍ୟରେ ତାପମାତ୍ରା ବୃଦ୍ଧି ହୋଇଛି । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ତାପମାତ୍ରା ବୃଦ୍ଧି ଯୋଗୁ ରାଜ୍ୟ ସରକାର ସମସ୍ତ ବିଦ୍ୟାଳୟ ଓ...

ଦୀପ ନିଆଁରେ ପୋଡ଼ିଯାଇଥିବା ମହିଳାଙ୍କ ଚାଳିଗଲା ଜୀବନ

ଚିକିଟ,୨୮ା୪(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କ.ନୂଆଗାଁ ଥାନା ଚିକିଟିପେଣ୍ଠସ୍ଥିତ ପଣ୍ଡିତରା ସାହିରେ ଗତ ୧୬ ତାରିଖ ଚୈତ୍ର ମଙ୍ଗଳବାର ମନ୍ଦିର ଦୀପରେ ପୋଡ଼ିଯାଇଥିବା ଜଣେ...

ଆମ୍ବ ଗୋଟାଇବା ପାଇଁ ଯାଇଥିଲେ: ହେଲା ବଜ୍ରପାତ

ଧରାକୋଟ,୨୮ା୪(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ବାହାରପୁର ପଞ୍ଚାୟତ କାଠଗଡା ଗ୍ରାମର ଜଣେ ବୃଦ୍ଧା ବଜ୍ରପାତରେ ଆହତ ହୋଇଛନ୍ତି। ସେ ହେଲେ ଘନ...

ମୋଦି ପ୍ରଧାନମନ୍ତ୍ରୀ ହେବାପରେ ଭାରତ ବଦଳି ଯାଇଛି : ନଡ୍ଡା

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରରେ ରବିବାର ଭାଜପାର ବିଶାଳ ଜନ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଆମ୍ବପୁଆ ବିଜୟ ସଂକଳ୍ପ ସମାବେଶରେ ଭାଜପାରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଉପସ୍ଥିତ ରହି...

ଜମୁଛି ପ୍ରଚାର: ଗାଁ ମୁହାଁ ପ୍ରାର୍ଥୀ

ଆଗରପଡ଼ା,୨୮।୪(ସୁଶାନ୍ତ ଦାଶ): ଭଣ୍ଡାରିପୋଖରୀ ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀ ସଞ୍ଜୀବ ମଲ୍ଲିକ ବନ୍ତ ବ୍ଲକର ୧୪ ନଂ. ଆଗରପଡ଼ା ଜୋନ୍‌ର ବିଭିନ୍ନ ପଞ୍ଚାୟତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri