ତେଲେଙ୍ଗିରି ୧, ମାଛକୁଣ୍ଡ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୧୭।୮(ସ୍ବ.ପ୍ର.): ସୋମବାର କୋରାପୁଟ ଜିଲାରେ ୧୪୬୭.୨ ମିମି ବର୍ଷା ହୋଇଥିବାବେଳେ ଜିଲାର କୋଟପାଡ ବ୍ଲକରେ ସର୍ବାଧିକ ୨୯୩ ମିମି ବର୍ଷା ହୋଇଛି। ପ୍ରଥମ କରି ଜିଲାର ତେଲେଙ୍ଗିରି ପ୍ରକଳ୍ପର ପ୍ରଥମ ଗୋଟିଏ ଗେଟ ଖୋଲାଯାଇଥିବା ଜିଲା ଜରୁରୀ ବିଭାଗ ପକ୍ଷରୁ କୁହାଯାଇଛି ା ସୋମବାର ତେଳେଙ୍ଗିରି ଜଳାଭଣ୍ଡାରରେ ଜଳସ୍ତର ୬୩୧.୫୦ ମିଟରକୁ ବୃଦ୍ଧି ପାଇବାରୁ ତେଳେଙ୍ଗିର ପ୍ରକଳ୍ପର ଗୋଟିଏ ଗେଟ ଖୋଲାଯାଇଥିବା ତେଲେଙ୍ଗିର ଡ୍ୟାମ ଅଧୀକ୍ଷଣ ଯନ୍ତ୍ରୀ ପ୍ରଦୀପ ସେନାପତି କହିଛନ୍ତି। ଜଳଭଣ୍ଡାରର ବିପଦସଙ୍କୁଳ ଜଳସ୍ତର ୬୩୩ ମିଟର ରହିଥିବାରୁ ଡ୍ୟାମର ଥିବା ୩ଟି ଗେଟରୁ ଗୋଟିଏ ଖୋଲାଯାଇଛି। ଗୋଟିଏ ଗେଟରେ ପ୍ରତି ସେକେଣ୍ଡରେ ୪୫ କ୍ୟୁସେକ ଜଳ ନିଷ୍କାସନ କରାଯାଉଛି। ସେହିପରି ସୋମବାର ଜିଲାର ମାଛକୁଣ୍ଡ ଜଳଭଣ୍ଡାରର ୨ଟି ଗେଟ ଖୋଲାଯାଇ ଜଳ ନିଷ୍କାସନ କରାଯାଉଛି। ଜିଲାରେ ପ୍ରବଳ ବର୍ଷା ଯୋଗୁ କୋଟପାଡ ବ୍ଲକର ବହୁ ଅଞ୍ଚଳ ବର୍ଷା ଜଳରେ ବୁଡି ରହିଛି। ମଙ୍ଗଳବାର ଜିଲାପାଳ ଅବଦାଲ ଏମ ଅଖତାର ସମ୍ପୃକ୍ତ ଅଞ୍ଚଳ ପରିଦର୍ଶନ କରି ପରିସ୍ଥିତି ଅନଧ୍ୟାନ କରି ଫେରିଛନ୍ତି। ଏହି ବର୍ଷା ଯୋଗୁଁ ବର୍ତମାନ ଇନ୍ଦ୍ରାବତୀ ଜଳଭଣ୍ଡାର ଜଳସ୍ତର ୬୩୭.୫୦ ମିଟରକୁ ବୃଦ୍ଧି ପାଇଥିବାବେଳେ ଅପର କୋଲାବ ଜଳଭଣ୍ଡାର ଜଳସ୍ତର ୮୫୦.୬୪ ମିଟରକୁ ବୃଦ୍ଧି ପାଇଥିବା ଜଣା ଯାଇଛି। ସେହିପରି ତେଲେଙ୍ଗିର ଜଳଭଣ୍ଡାରର ଜଳସ୍ତର ୬୩୧.୩୦ ମିଟର ରହିଛି ା


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri