ବୁଲା ଗୋରୁଙ୍କ କବ୍‌ଜାରେ ଗଞ୍ଜାମ ଏନ୍‌ଏସି ମୁଖ୍ୟ ରାସ୍ତା

ଗଞ୍ଜାମ,୧୭।୮(ଡି.ଏନ୍‌.ଏ.): ଗଞ୍ଜାମ ସହରରେ ବୁଲା ଗୋରୁଙ୍କ ପାଦୁର୍ଭାବ ଦିନକୁ ଦିନ ବଢ଼ିବାରେ ଲାଗିଛି। ବର୍ତ୍ତମାନ ଗୋରୁଙ୍କ କବଜାରେ ସହରର ମୁଖ୍ୟ ରାସ୍ତା। ଏମାନଙ୍କୁ ହଟାଇବା ପାଇଁ ବିଭିନ୍ନ ସଂଗଠନ ପକ୍ଷରୁ ବାରମ୍ବାର ଏନ୍‌ଏସି ପ୍ରଶାସନକୁ ଅଭିଯୋଗ କରିଆସୁଥିଲେ ମଧ୍ୟ କୌଣସି ପଦକ୍ଷେପ ଗ୍ରହଣ କରାଯାଉନାହିଁ। ସା ହେଲେ ବୁଲା ଗୋରୁମାନେ ସାନବଜାରଠାରୁ ବଡ଼ବଜାର ଓ ତ୍ରିବେଣୀ ମଠ ପର୍ଯ୍ୟନ୍ତ ମାଳ ମାଳ ହୋଇ ବୁଲୁଥିବାରୁ ଯାତାୟାତରେ ନାହିଁ ନ ଥିବା ସମସ୍ୟା ସୃଷ୍ଟି ହେଉଛି। ଏନେଇ ବିଭିନ୍ନ ସମୟରେ ଛୋଟ ବଡ଼ ଦୁର୍ଘଟଣା ମଧ୍ୟ ଘଟୁଛି। ତଥାପି ପ୍ରଶାସନର ଚେତା ପଶୁନି । କିଛି ଦିନ ତଳେ ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଦାୟିତ୍ୱରେ ଥିବା ତହସିଲଦାର ଅରୁଣ କୁମାର ନାୟକ ସୁଇପେରଙ୍କ ଦ୍ୱାରା ସହର ମଧ୍ୟରୁ ବୁଲା ଗାଈଗୋରୁଙ୍କୁ ହଟାଯାଇ ଷ୍ଟାଡିୟମରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ତା ପର ଦିନ ଗାଈ ମାଲିକମାନଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନ ନ ନିଆଯିବାରୁ ପୂର୍ବଭଳି ଏବେ ସହରରେ ଶହ ଶହ ଗାଈଗୋରୁ ଅବାଧରେ ବୁଲୁଥିବା ଦେଖିବାକୁ ମିଳିଛି । ଯାହା ଫଳରେ ସ୍ଥାନୀୟ ଅଞ୍ଚଳବାସି ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ବର୍ତ୍ତମାନ ଚାଷ ସମୟ ହୋଇଥିବା ବେଳେ ଉକ୍ତ ଗୋରୁ ଚାଷ ଜମିରେ ପଶି ଧାନ ନଷ୍ଟ କରୁଥିବା ପୁଇଁତୋଳା ଚାଷୀମାନେ ଅଭିଯୋଗ କରିଛନ୍ତି। ତେଣୁ ପ୍ରଶାସନ ଏ ଦିଗରେ ଦୃଷ୍ଟି ଦେଇ ଗାଈ ମାଲିକଙ୍କୁ ଚି଼ହ୍ନଟ କରି ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି ହୋଇଛି । ଏ ସମ୍ପର୍କରେ ତହସିଲଦାର ଅରୁଣ କୁମାର ନାୟକ କହିଛନ୍ତି ସାହି ସାହିରୁ ଅଳିଆ ଆବର୍ଜନା ଆଣୁଥିବା ଏନ୍‌ଏସି ଅଳିଆଆବର୍ଜନା ଗାଡିରେ ଗାଈମାନଙ୍କୁ ବାନ୍ଧିବା ପାଇଁ ପ୍ରଚାର କରାଯାଉଛି। ତଥାପି ଲୋକେ ସଚେତନ ନୁହଁନ୍ତି। ତେଣୁ ଖୁବ୍‌ଶୀଘ୍ର ପରବର୍ତ୍ତୀ ପଦକ୍ଷେପ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଚୋରକୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧିଲେ ଲୋକେ, ପ୍ରବଳ ମାଡ଼ ମାରିବା ପରେ…

ଭଦ୍ରକ,୨୮ା୧୨(ସନାତନ ରାଉତ): ଚୋରି କରୁଥିବାବେଳେ ଜଣେ ନିଶାଡ଼ି ଯୁବକଙ୍କୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ଦେଲେ ଗ୍ରାମବାସୀ। ପ୍ରବଳ ମାଡ଼ ମାରିବା ପରେ ପୋଲିସକୁ...

ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷଙ୍କୁ ଝୁରୁଛନ୍ତି ଅଞ୍ଚଳବାସୀ, କଂଗ୍ରେସ ପତାକା ଉପରେ ଢାଙ୍କି ଦେଇ ନେତା…

ଦାରିଙ୍ଗବାଡ଼ି,୨୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଓଡ଼ିଶା ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷ ଦିଗାଲଙ୍କ ବିୟୋଗରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ପ୍ରକାଶ ଯେ,...

ତିନି ଦିନ ପରେ ପୁଣି ଫେରିଲା ହାଡ଼ଭଙ୍ଗା ଶୀତ: ଜି.ଉଦୟଗିରିରେ ୩.୫ ଡିଗ୍ରୀ ତାପମାତ୍ରା

ଜି.ଉଦୟଗିରି,୨୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଓଡ଼ିଶାର ସବୁଠାରୁ ଶୀତ ପ୍ରବଣ ଅଞ୍ଚଳ ଜି.ଉଦୟଗିରିରେ ୨/୩ ଦିନ ଶୀତ ଲୁଚକାଳି ଖେଳୁଥିବା ବେଳେ ହଠାତ୍‌ ଶନିବାର ଠାରୁ...

ବାଂଲାଦେଶରେ ହିନ୍ଦୁ ଯୁବକଙ୍କୁ ଜୀଅନ୍ତା ପୋଡ଼ି ହତ୍ୟା ନେଇ ବଜରଙ୍ଗ ଦଳର ପ୍ରତିବାଦ

ଜି.ଉଦୟଗିରି,୨୭।୧୨(ଚିନ୍ମୟ କୁମାର ସେଠୀ): ବାଂଲାଦେଶର ଢାକାଠାରେ ୧୮ ଡିସେମ୍ବରରେ ଇସଲାମ କଟରବାଦୀମାନେ ବାଂଲାଦେଶର ହିନ୍ଦୁ ଯୁବକ ଦୀପୁ ଦାସଙ୍କୁ ନିର୍ମମ ଭାବେ ମାରି ଜୀଅନ୍ତା ଅବସ୍ଥାରେ...

ମା’ ହେଲା ବାଘୁଣୀ ‘ଜୟଶ୍ରୀ’: ୨ ଛୁଆ ମୃତ, ୧ ଜୀବିତ

ବାରଙ୍ଗ,୨୮ା୧୨: ନନ୍ଦନକାନନରେ ମା’ ହୋଇଛି ବାଘୁଣୀ ‘ଜୟଶ୍ରୀ’। ଜନ୍ମ ଦେଇଥିବା ୩ ଛୁଆ ମଧ୍ୟରୁ ୨ଟି ମୃତ୍ୟୁବରଣ କରିଥିବାବେଳେ ଗୋଟିଏ ଜୀବିତ ରହିଛି। ୩ ବର୍ଷୀୟ...

ଲୋକ ମହୋତ୍ସବ: ପାରମ୍ପରିକ ନୃତ୍ୟରେ ଝୁମିଲେ ଦର୍ଶକ

କେସିଙ୍ଗା, ୨୮ା୧୨ (ତୁମେଶର ସାହୁ): କଳାହାଣ୍ଡି ଜିଲାର ଅଗ୍ରଣୀ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ସହର ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ବୁଢ଼ାଡଙ୍ଗର ଲୋକ ମହୋତ୍ସବ ଶନିବାର...

ଛତ୍ରପୁର ଏନଏସି ହେବ ମ୍ୟୁନିସିପାଲଟି, ଜିଲା  ସଦର ମହକୁମାକୁ ନୂଆବର୍ଷର ଭେଟି 

ଛତ୍ରପୁର,୨୮।୧୨(ଦିଲ୍ଲୀପ ସାମଲ): ପ୍ରଥମ ପର୍ଯ୍ୟାୟରେ ଗଞ୍ଜାମ ଜିଲାର ଭଞ୍ଜନଗର, ପୋଲସରା ଓ କବିସୂର୍ଯ୍ୟନଗର ଏନ୍‌ଏସିକୁ ମ୍ୟୁନିସିପାଲଟି ମାନ୍ୟତା ଦିଆଯାଇଥିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଯାହାକି...

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri