Posted inଜାତୀୟ

‘ଏକଛତ୍ରବାଦୀ ମୋଦି ସରକାରଙ୍କୁ ହଟାଇବାକୁ ପଡିବ’

ପାଟନା,୧୭।୮: ବିହାରରେ ପରିବର୍ତ୍ତିତ ସମୀକରଣ ଏବଂ କ୍ୟାବିନେଟ ବିସ୍ତାର ମଧ୍ୟରେ ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି। ବୁଧବାର ଲାଲୁ ତାଙ୍କର ପୁରୁଣା ଶୈଳୀରେ ନଜର ଆସିଥିଲେ। ୨୦୨୪ ଲୋକ ସଭା ନିର୍ବାଚନ ରଣନୀତି ସମ୍ବନ୍ଧୀୟ ପ୍ରଶ୍ନ ଉପରେ ସେ କହିଛନ୍ତି, ହଟାଇବାର ଅଛି ତ ଏକଛତ୍ରବାଦୀ ମୋଦି ସରକାରଙ୍କୁ ଆମକୁ ହଟାଇବାକୁ ପଡିବ।
ବିହାରର ନୂତନ ମନ୍ତ୍ରୀମଣ୍ଡଳ ବିରୋଧରେ ହୋଇଥିବା ଅଭିଯୋଗ ଉପରେ ଲାଲୁ ଯାଦବ ମଧ୍ୟ ପ୍ରତିକ୍ରିୟା ଦେଇଛନ୍ତି। ଭାଜପା ନେତା ସୁଶୀଲ ମୋଦିଙ୍କ ଅଭିଯୋଗ ଉପରେ ଲାଲୁ ଯାଦବ କହିଛନ୍ତି, ସୁଶୀଲ ମୋଦିଙ୍କ କ’ଣ ଅଛି? ସେ ଜଣେ ମିଥ୍ୟାବାଦୀ। ନୂଆ ମନ୍ତ୍ରୀମଣ୍ଡଳକୁ ନେଇ କୌଣସି ଆପତ୍ତି ଏବଂ ଅଭିଯୋଗ ନାହିଁ।
ବିହାରର ନୂତନ ଆଇନ ମନ୍ତ୍ରୀ କାର୍ତ୍ତିକେୟ ସିଂ ଗତକାଲି ଶପଥ ନେଇଛନ୍ତି ଏବଂ ଗତକାଲି ତାଙ୍କୁ ଏକ ଅପହରଣ ମାମଲାରେ କୋର୍ଟରେ ଆତ୍ମସମର୍ପଣ କରିବାର ଥିଲା। ଏହି ପ୍ରସଙ୍ଗରେ ବିରୋଧୀ ତାଙ୍କ ଉପରେ ଟାର୍ଗେଟ୍‌ କରୁଛନ୍ତି।
ସୂଚନାଯୋଗ୍ୟ, ଅସୁସ୍ଥତା ଯୋଗୁ ଲାଲୁ ପ୍ରସାଦ ଯାଦବ ଦିଲ୍ଲୀରେ ଦୀର୍ଘ ଦିନ ହେବ ଥିଲେ। ଏହି ସମୟରେ ସେ ଗଣମାଧ୍ୟମ କିମ୍ବା ସୋସିଆଲ ମିଡିଆରେ କୌଣସି ବିବୃତ୍ତି ଦେଉ ନ ଥିଲେ। ଲାଲୁ ଆଜି ପାଟନାରେ ପହଞ୍ଚିଛନ୍ତି। ସେ ଏଠାକୁ ଆସିବା ମାତ୍ରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ମଧ୍ୟ ଭେଟିବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri