ଆତିଥ୍ୟ, ଆନୁଷଙ୍ଗିକ କ୍ଷେତ୍ରକୁ ମିଳିବ ପ୍ରୋତ୍ସାହନ

ନୂଆଦିଲ୍ଲୀ,୧୮।୮ (ପିଆଇବି): ଦେଶର ଅର୍ଥନୀତିକୁ ସବଳ କରିବା ପାଇଁ ପ୍ରମୁଖ କ୍ଷେତ୍ର ପ୍ରତି ସରକାର ବିଶେଷ ଦୃଷ୍ଟିଦେବା ସହ ଆବଶ୍ୟକ ସହଯୋଗ ଓ ସହାୟତା ଯୋଗାଇଦେବାକୁ ସର୍ବସମ୍ମତିକ୍ରମେ ନିଷ୍ପତ୍ତି ନିଆଯାଇଛି। କାରଣ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ସ୍ବୀକାର୍ଯ୍ୟ ଗ୍ୟାରେଣ୍ଟି ସୀମା ବୃଦ୍ଧି ପାଇଁ ଜରୁରିକାଳୀନ କ୍ରେଡିଟ୍‌ ଲାଇନ୍‌ ଗ୍ୟାରେଣ୍ଟି ଯୋଜନା (ଇସିଏଲ୍‌ଜିଏସ୍‌)ର ପାଣ୍ଠି ବା କର୍ପସ୍‌ ବୃଦ୍ଧି ପ୍ରସ୍ତାବକୁ ମଞ୍ଜୁର କରାଯାଇଛି। ଇସିଏଲ୍‌ଜିଏସ୍‌ର ସୀମାରେ ୫୦,୦୦୦କୋଟି ଟଙ୍କା ବୃଦ୍ଧି କରାଯାଇଛି। ଫଳରେ ଏହା ୪.୫ ଲକ୍ଷ କୋଟି ଟଙ୍କାରୁ ୫ ଲକ୍ଷ କୋଟି ଟଙ୍କାରେ ପହଞ୍ଚତ୍ଛି। ଅତିରିକ୍ତ ପରିମାଣର ପାଣ୍ଠିକୁ କେବଳ ଆତିଥ୍ୟ ଏବଂ ତତ୍‌ସଂକ୍ରାନ୍ତୀୟ କ୍ଷେତ୍ର ପାଇଁ ଆବଣ୍ଟନ କରାଯାଇଛି। କୋଭିଡ୍‌ ମହାମାରୀ କାରଣରୁ ଆତିଥ୍ୟ ବା ହସ୍ପିଟାଲିଟି ଏବଂ ଏହାର ଆନୁଷଙ୍ଗିକ କ୍ଷେତ୍ର ବିଶେଷ ଭାବେ ପ୍ରଭାବିତ ହୋଇଥିଲା। ଏହାକୁ ଦୃଷ୍ଟିରେ ରଖି ଇସିଏଲ୍‌ଜିଏସ୍‌ ସୀମାରେ ବୃଦ୍ଧି ନିମନ୍ତେ ନିଷ୍ପତ୍ତି ନିଆଯାଇଛି। ଏହାର କାର୍ଯ୍ୟକାରିତା ଅନୁସୂଚୀ ଅନୁସାରେ ଇସିଏଲ୍‌ଜିଏସ୍‌ ଯୋଜନା ବର୍ତ୍ତମାନ ମଧ୍ୟ ଜାରି ରହିଛି।

୨୦୨୩ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଏହି ଯୋଜନାର ଅବଧି ରହିଛି। ଫଳରେ ସେହି ପର୍ଯ୍ୟନ୍ତ ଆତିଥ୍ୟ ଏବଂ ତତ୍‌ସଂକ୍ରାନ୍ତୀୟ ଉଦ୍ୟୋଗ ପାଇଁ ଏହି ଅତିରିକ୍ତ ୫୦ହଜାର କୋଟି ଟଙ୍କା ବିନିଯୋଗ ହେବ। ଏହାର ପ୍ରଭାବ ବିଶେଷକରି ହୋଟେଲ ଶିଳ୍ପ ଉପରେ ଦେଖିବାକୁ ମିଳିବ। ଇସିଏଲ୍‌ଜିଏସ୍‌୍‌ ଯୋଜନା ଏବେ ବି କାର୍ଯ୍ୟକାରୀ ହେଉଛି ଏବଂ କୋଭିଡ୍‌ ମହାମାରୀ କାରଣରୁ ଆତିଥ୍ୟ ବା ହସ୍ପିଟାଲିଟି ଏବଂ ଏହାର ଆନୁଷଙ୍ଗିକ କ୍ଷେତ୍ର ବିଶେଷ ଭାବେ ପ୍ରଭାବିତ ହୋଇଥିବାରୁ ଏହିସବୁ କ୍ଷେତ୍ରର ଉଦ୍ୟୋଗ ପାଇଁ ଅତିରିକ୍ତ ୫୦ ହଜାର କୋଟି ଟଙ୍କାର ଅର୍ଥ ଆବଣ୍ଟନ କରାଯାଇଛି।

କମ୍‌ ଖର୍ଚ୍ଚରେ ଏହି ଅତିରିକ୍ତ ପରିମାଣର ଅର୍ଥ ଋଣ ଆକାରରେ ଏସବୁ କ୍ଷେତ୍ରକୁ ଯୋଗାଇ ଦିଆଯିବ। ଫଳରେ ଏହି କ୍ଷେତ୍ରରେ ଅତି ଆବଶ୍ୟକ ସହାୟତା ପାଇପାରିବେ। ଏହାଦ୍ବାରା ଏସବୁ ବ୍ୟବସାୟିକ ଉଦ୍ୟୋଗ ସେମାନଙ୍କର ଅତିରିକ୍ତ ଦେୟ ପୂରଣ କରିପାରିବେ ଏବଂ ସେମାନଙ୍କ ବ୍ୟବସାୟ ଜାରି ରଖିବାକୁ ସକ୍ଷମ ହେବେ। ୫ ଅଗଷ୍ଟ ୨୦୨୨ ସୁଦ୍ଧା ଇସିଏଲ୍‌ଜିଏସ୍‌ ଯୋଜନା ଅଧୀନରେ ୩.୬୭ ଲକ୍ଷ କୋଟି ଟଙ୍କାର ଋଣ ମଞ୍ଜୁର କରାଯାଇସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡିସେମ୍ବର ୩୧ ପୂର୍ବରୁ ଯଦି ନ କରନ୍ତି ଏହି କାମ, ତେବେ ବନ୍ଦ ହୋଇଯିବ ଆପଣଙ୍କର…

ନୂଆଦିଲ୍ଲୀ,୨୭।୧୨: ଯଦି ଆପଣ ଜଣେ କରଦାତା, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। PAN ଏବଂ ଆଧାରକୁ ଲିଙ୍କ କରିବା ଆଉ କେବଳ...

ସଜେଇ ହେଉଛି ଦାରିଙ୍ଗବାଡି: ଶୀତ ମହୋତ୍ସବ ପାଇଁ ବଢୁଛି ଉତ୍କଣ୍ଠା

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି।ଏଥିପାଇଁ ଦାରିଙ୍ଗବାଡି ଚଳ ଚଞ୍ଚଳ ହୋଇପଡିଛି।...

ହାତୀ ପାଇଁ ବନ୍ଦ ହେଲା ଶିଖରଚଣ୍ଡୀ, ପୁଣି ଏହି ଦିନ ଖୋଲିବ

ଭୁବନେଶ୍ବର, ୨୭।୧୨: ବନ୍ଦ ରହିଲା ଶିଖରଚଣ୍ଡୀ ପୀଠ । ଶିଖରଚଣ୍ଡୀ ମନ୍ଦିର ପ୍ରବେଶ ଗେଟ୍‌ରେ ତାଲା ପକାଇଲା ବନ ବିଭାଗ । ହାତୀ ପାଇଁ ଏଭଳି...

ଭୟଙ୍କର ଦୁର୍ଘଟଣା: ପଛକୁ ପଛ ପିଟିହେଲା ୫୦ ଗାଡ଼ି, ଲାଗିଲା ନିଆଁ

ନୂଆବର୍ଷ,୨୭।୧୨: ବର୍ଷ ଶେଷ ହେବା ଏବଂ ନୂତନ ବର୍ଷର ଛୁଟି ଆରମ୍ଭ ହେବା ମାତ୍ରେ ଜାପାନରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ବରଫ...

ଆହୁରି ବଢିଲା ଶୀତ, ଜନଜୀବନ ଅସ୍ତବ୍ୟସ୍ତ: ପର୍ଯ୍ୟଟକଙ୍କ ଅସମ୍ଭାଳ ଭିଡ଼

ଦାରିଙ୍ଗବାଡି, ୨୭।୧୨ (ଅରୁଣ ସାହୁ ):ଗତ କିଛିଦିନ ହେଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ କୁହୁଡିର ପ୍ରଭାବରେ ଗାଡି ଚଳାଚକ ବାଧାପ୍ରାପ୍ତ ହୋଇଛି। ଶୀତ କମିବାରେ ନାମ...

Salman Khan Birthday: ସଲମାନଙ୍କୁ 60 ବର୍ଷ…କ୍ୟାମେରା ସାମ୍ନାରେ କାଟିଲେ କେକ୍, ଜାଣନ୍ତୁ ଗେଷ୍ଟ ଲିଷ୍ଟ

ନୂଆଦିଲ୍ଲୀ,୨୭ା୧୨ : ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କ ଆଜି ଜନ୍ମଦିନ ।  ୬୦ତମ ଜନ୍ମଦିନକୁ ବହୁତ ଉତ୍ସାହ ଏବଂ ହୃଦୟସ୍ପର୍ଶୀ ଶୈଳୀରେ ପାଳନ କରିଥିଲେ। ଅଭିନେତା...

ବାଲ ଧନୁଯାତ୍ରାରେ ରଙ୍ଗସଭା: କମାଲ କଲେ ସତ୍ୟଜିତ

ମଥୁରା ନଗରୀ,୨୭।୧୨:ବରଗଡ଼ ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟଠାରେ ଚାଲିଥିବା ବାଲ ଧନୁଯାତ୍ରାର ଦ୍ବିତୀୟ ଦିବସରେ ମହାରାଜ କଂସଙ୍କ ଦରବାରରେ ରଙ୍ଗସଭା ଅନୁଷ୍ଠିତ ହୋଇଥିଲା। ଏହି...

ଭୁବନେଶ୍ବରରେ ପହଞ୍ଚିଲେ ମୁଖ୍ୟ ନିର୍ବାଚନ କମିଶନର, ପୁରୀରେ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରି କୋଣାର୍କ ଯିବେ

ଭୁବନେଶ୍ବର,୨୭/୧୨: ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ୩ ଦିନିଆ ଓଡ଼ିଶା ଗସ୍ତ ରହିଥିବା ବେଳେ ସେ ଭୁବନେଶ୍ବରରେ ଆସି ପହଞ୍ଚିଛନ୍ତି । ଆଜି ପୁରୀରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri